Hebrews 9:12 in Oriya 12 ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି।
Other Translations King James Version (KJV) Neither by the blood of goats and calves, but by his own blood he entered in once into the holy place, having obtained eternal redemption for us.
American Standard Version (ASV) nor yet through the blood of goats and calves, but through his own blood, entered in once for all into the holy place, having obtained eternal redemption.
Bible in Basic English (BBE) And has gone once and for ever into the holy place, having got eternal salvation, not through the blood of goats and young oxen, but through his blood.
Darby English Bible (DBY) nor by blood of goats and calves, but by his own blood, has entered in once for all into the [holy of] holies, having found an eternal redemption.
World English Bible (WEB) nor yet through the blood of goats and calves, but through his own blood, entered in once for all into the Holy Place, having obtained eternal redemption.
Young's Literal Translation (YLT) neither through blood of goats and calves, but through his own blood, did enter in once into the holy places, age-during redemption having obtained;
Cross Reference Leviticus 8:2 in Oriya 2 “ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ, ଆଉ ବସ୍ତ୍ରସକଳ, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳିର ଗୋବତ୍ସ, ଦୁଇ ମେଷ ଓ ତାଡ଼ିଶୂନ୍ୟ ରୁଟିର ଟୋକେଇ ଆପଣା ସଙ୍ଗେ ନିଅ।
Leviticus 9:15 in Oriya 15 ଏଥିଉତ୍ତାରେ ସେ ଲୋକମାନଙ୍କର ଉପହାର ନିକଟକୁ ଆଣିଲେ, ପୁଣି ଲୋକମାନଙ୍କ ପାପାର୍ଥକ ଛାଗ ନେଇ ପ୍ରଥମଟିର ତୁଲ୍ୟ ବଧ କରି ପାପାର୍ଥେ ତାହା ଉତ୍ସର୍ଗ କଲେ;
Leviticus 16:5 in Oriya 5 ପୁଣି, ସେ ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ।
Daniel 9:24 in Oriya 24 ଆଜ୍ଞା ଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ପବିତ୍ରତମଙ୍କୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।
Zechariah 3:9 in Oriya 9 କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ! ଏକ ପ୍ରସ୍ତରର ଉପରେ ସାତ ପାର୍ଶ୍ୱ ଅଛି; ତହିଁର ମୁଦ୍ରାରେ ଆମ୍ଭେ ଖୋଦିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ଓ ଆମ୍ଭେ ଏକ ଦିନରେ ସେହି ଦେଶର ଅଧର୍ମ ଦୂର କରିବା।
Mark 3:29 in Oriya 29 କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ।
Acts 20:28 in Oriya 28 ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।
Galatians 3:13 in Oriya 13 ଯୀଶୁଖ୍ରୀଷ୍ଟଙ୍କ ହେତୁ ଅବ୍ରାହାମଙ୍କର ଆଶୀର୍ବାଦ ଯେପରି ଅଣଯିହୂଦୀମାନଙ୍କ ପ୍ରତିବର୍ତ୍ତେ, ପୁଣି, ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,
Ephesians 1:7 in Oriya 7 ତାହାଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କ ଠାରେ ତାହାଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।
Colossians 1:14 in Oriya 14 ଯୀଶୁଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍, ପାପ କ୍ଷମା ପାଇଅଛୁ।
1 Thessalonians 1:10 in Oriya 10 ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କୁ ରକ୍ଷା କରିବା ନିମନ୍ତେ ସେହି ଯୀଶୁଙ୍କୁ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା।
Titus 2:14 in Oriya 14 ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
Hebrews 1:3 in Oriya 3 ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,
Hebrews 5:9 in Oriya 9 ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;
Hebrews 7:27 in Oriya 27 ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି।
Hebrews 9:7 in Oriya 7 କିନ୍ତୁ ଦ୍ୱିତୀୟ ଭାଗରେ କେବଳ ମହାଯାଜକ ବର୍ଷକୁ ଥରେ ପ୍ରବେଶ କରନ୍ତି, ଆଉ ସେ ଆପଣାର ଓ ଲୋକମାନଙ୍କର ଅଜ୍ଞାନକୃତ ପାପ ନିମନ୍ତେ ଉତ୍ସର୍ଗ କରିବାର ରକ୍ତ ନ ନେଇ ପ୍ରବେଶ କରନ୍ତି ନାହିଁ।
Hebrews 9:13 in Oriya 13 କାରଣ ଯଦି ଛାଗ ଓ ବୃଷମାନଙ୍କ ରକ୍ତ ପୁଣି, ଅଶୁଚିମାନଙ୍କ ଉପରେ ସେଚିତ ଗାଭୀଭସ୍ମ ଶରୀରକୁ ପବିତ୍ର କରେ,
Hebrews 9:15 in Oriya 15 ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଇଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।
Hebrews 9:24 in Oriya 24 କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଇଶ୍ବରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି।
Hebrews 9:28 in Oriya 28 ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।
Hebrews 10:4 in Oriya 4 କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ।
Hebrews 10:9 in Oriya 9 ତତ୍ପରେ ସେ କହନ୍ତି, ଦେଖ, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି। ଦ୍ୱିତୀୟଟି ସ୍ଥାପନ କରିବା ନିମନ୍ତେ ସେ ପ୍ରଥମଟି ଲୋପ କରନ୍ତି।
Hebrews 10:19 in Oriya 19 ଅତଏବ, ହେ ଭାଇମାନେ, ଯୀଶୁ ବିଚ୍ଛେଦବସ୍ତ୍ର, ଅର୍ଥାତ୍, ଆପଣା ଶରୀର ଦ୍ୱାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି,
1 Peter 1:18 in Oriya 18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ
Revelation 1:5 in Oriya 5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,