Cross Reference Leviticus 22:20 in Oriya 20 ମାତ୍ର ଯାହାର ଖୁଣ ଥାଏ, ତାକୁ ତୁମ୍ଭେମାନେ ଉତ୍ସର୍ଗ କରିବ ନାହିଁ; କାରଣ ତାହା ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବ ନାହିଁ।
Numbers 19:2 in Oriya 2 “ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇ ନାହିଁ, ଏପରି ଏକ ନିଖୁନ୍ତା ଲାଲି ଗାଭୀକୁ ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ।
Numbers 28:3 in Oriya 3 ପୁଣି, ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତି ଦିନ ନିତ୍ୟ ହୋମ ନିମନ୍ତେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ।
Numbers 28:9 in Oriya 9 ଆଉ ବିଶ୍ରାମଦିନରେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।
Numbers 28:11 in Oriya 11 ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ନିଖୁନ୍ତ ମେଷବତ୍ସ ଉତ୍ସର୍ଗ କରିବ।
Deuteronomy 5:26 in Oriya 26 କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି ?
Deuteronomy 15:21 in Oriya 21 ଯଦି ତହିଁରେ କୌଣସି ଖୁଣ ଥାଏ, ସେହି ପଶୁ ଯଦି ଛୋଟା କି ଅନ୍ଧ କି ଅନ୍ୟ କୌଣସି ପ୍ରକାର ମନ୍ଦଖୁଣଯୁକ୍ତ ଥାଏ, ତେବେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତାହାକୁ ବଳିଦାନ କରିବ ନାହିଁ।
Deuteronomy 17:1 in Oriya 1 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ କୌଣସି ପ୍ରକାର ଖୁନ୍ତ କି ମନ୍ଦତା ବିଶିଷ୍ଟ ଗୋରୁ କି ମେଷ ବଳିଦାନ କରିବ ନାହିଁ; କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ଘୃଣିତ ବସ୍ତୁ ଅଟେ।
Deuteronomy 31:27 in Oriya 27 ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋ' ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ ?
Deuteronomy 33:27 in Oriya 27 ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ ବିନାଶ କର ବୋଲି କହିଲେ।
1 Samuel 17:26 in Oriya 26 ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କ'ଣ କରାଯିବ ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ ?
2 Samuel 4:11 in Oriya 11 ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି ?”
2 Kings 19:16 in Oriya 16 ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୁ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।
Job 15:16 in Oriya 16 ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ !
Isaiah 42:1 in Oriya 1 ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ।
Isaiah 53:9 in Oriya 9 ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁୁରେ ସେ ଧନବାନର ସଙ୍ଗୀ ହେଲେ।
Isaiah 57:15 in Oriya 15 କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
Isaiah 61:1 in Oriya 1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
Jeremiah 10:10 in Oriya 10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତ କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।
Daniel 6:26 in Oriya 26 ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ।
Daniel 9:24 in Oriya 24 ଆଜ୍ଞା ଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ପବିତ୍ରତମଙ୍କୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।
Matthew 7:11 in Oriya 11 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ !
Matthew 12:28 in Oriya 28 କିନ୍ତୁ ମୁଁ ଯଦି ଇଶ୍ବରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଇଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।
Matthew 20:28 in Oriya 28 ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାଁନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।
Luke 1:74 in Oriya 74 ପୁଣି, ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ,
Luke 4:18 in Oriya 18 ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
Luke 12:24 in Oriya 24 କାଉମାନଙ୍କ ବିଷୟ ଭାବି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ, ପୁଣି, ସେମାନଙ୍କର ଭଣ୍ଡାରଘର ନାହିଁ, ଆଉ ଈଶ୍ୱର ସେମାନଙ୍କୁ ଆହାର ଦିଅନ୍ତି; ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ଶ୍ରେଷ୍ଠ !
Luke 12:28 in Oriya 28 କିନ୍ତୁ ଯେଉଁ ଘାସ ଆଜି କ୍ଷେତରେ ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ୱର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କେତେ ଅଧିକ ରୂପେ ନ ଦେବେ !
John 3:34 in Oriya 34 କାରଣ ଈଶ୍ୱର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଇଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ଆତ୍ମା ପ୍ରଦାନ କରନ୍ତି ନାହିଁ।
Acts 1:2 in Oriya 2 ସେହି ଦିନ ପର୍ଯ୍ୟନ୍ତ ସେ ଯେଉଁ ସବୁ କାର୍ଯ୍ୟ କରିବାକୁ ଓ ଶିକ୍ଷା ଦେବାକୁ ଆରମ୍ଭ କରିଥିଲେ, ସେହି ସମସ୍ତ ବିଷୟ ନେଇ ମୁଁ ପ୍ରଥମ ଲୂକ ପୁସ୍ତକଟି ଲେଖିଅଛି।
Acts 10:38 in Oriya 38 ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ।
Acts 14:15 in Oriya 15 ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି ? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହି ସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଇଶ୍ବରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;
Romans 1:4 in Oriya 4 କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଇଶ୍ବରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ
Romans 1:20 in Oriya 20 ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ୱରତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ।
Romans 6:13 in Oriya 13 କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଇଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଇଶ୍ବରଙ୍କ ନିକଟରେ ସମର୍ପଣ କର।
Romans 6:22 in Oriya 22 କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଇଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ।
Romans 11:12 in Oriya 12 ଯଦି ସେମାନଙ୍କର ପତନ ଜଗତର ଧନସ୍ୱରୂପ, ଆଉ ସେମାନଙ୍କର ହ୍ରାସ ଅଣଯିହୂଦୀମାନଙ୍କ ଧନସ୍ୱରୂପ ହୋଇଅଛି, ତାହାହେଲେ ସେମାନଙ୍କ ପୂର୍ଣ୍ଣତା ଆହୁରି କେତେ ଅଧିକ ଧନସ୍ୱରୂପ ନ ହେବ !
Romans 11:24 in Oriya 24 କାରଣ ଯାହା ସ୍ୱଭାବତଃ ବନ୍ୟ ଜୀତବୃକ୍ଷ, ଯଦି ସେଥିରୁ ତୁମ୍ଭେ କଟାଯାଇ ଅସ୍ୱାଭାବିକଭାବେ ଉତ୍ତମ ଜୀତବୃକ୍ଷରେ କଲମ କରାଗଲ, ତେବେ ସ୍ୱାଭାବିକ ଶାଖା ଯେ ଏମାନେ, ଏମାନେ କେତେ ଅଧିକ ଭାବରେ ନିଜ ଜୀତ ବୃକ୍ଷରେ କଲମ କରାଯିବେ !
2 Corinthians 5:21 in Oriya 21 ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା,ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ।
2 Corinthians 6:16 in Oriya 16 ପ୍ରତିମା ସହିତ ଇଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ ? କାରଣ ଆମ୍ଭେମାନେ ଜୀବିତ ଇଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।
Galatians 2:19 in Oriya 19 ଯେଣୁ ଇଶ୍ବରଙ୍କ ଉଦ୍ଦେଶ୍ୟରେ ଜୀବିତ ହେବା ନିମନ୍ତେ ମୁଁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛି।
Ephesians 2:5 in Oriya 5 ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି,
Ephesians 5:2 in Oriya 2 ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।
1 Thessalonians 1:9 in Oriya 9 ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କ'ଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ୱରଙ୍କର ସେବା କରିବା ନିମନ୍ତେ,
1 Timothy 1:17 in Oriya 17 ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ୱର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।
1 Timothy 3:15 in Oriya 15 ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଇଶ୍ବରଙ୍କ ଗୃହରେ, ଅର୍ଥାତ୍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଇଶ୍ବରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି।
Titus 2:14 in Oriya 14 ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
Hebrews 1:3 in Oriya 3 ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,
Hebrews 6:1 in Oriya 1 ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ ପରିବର୍ତ୍ତନ, ଈଶ୍ୱରଙ୍କଠାରେ ବିଶ୍ୱାସ,
Hebrews 7:27 in Oriya 27 ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି।
Hebrews 9:7 in Oriya 7 କିନ୍ତୁ ଦ୍ୱିତୀୟ ଭାଗରେ କେବଳ ମହାଯାଜକ ବର୍ଷକୁ ଥରେ ପ୍ରବେଶ କରନ୍ତି, ଆଉ ସେ ଆପଣାର ଓ ଲୋକମାନଙ୍କର ଅଜ୍ଞାନକୃତ ପାପ ନିମନ୍ତେ ଉତ୍ସର୍ଗ କରିବାର ରକ୍ତ ନ ନେଇ ପ୍ରବେଶ କରନ୍ତି ନାହିଁ।
Hebrews 9:9 in Oriya 9 ଏହି ପ୍ରଥମ ତମ୍ବୁ ବର୍ତ୍ତମାନ ସମୟ ନିମନ୍ତେ ନିଦର୍ଶନ ସ୍ୱରୂପ, ଆଉ ତଦନୁସାରେ ଦାନ ଓ ବଳି ଉଭୟ ଉତ୍ସର୍ଗ କରାଯାଏ, କିନ୍ତୁ ଏହି ସବୁ ଉପାସକକୁ ବିବେକଗତ ସିଦ୍ଧି ଦାନ କରି ପାରେ ନାହିଁ;
Hebrews 9:12 in Oriya 12 ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି।
Hebrews 10:2 in Oriya 2 ସେହି ସବୁ ବଳିର ଉତ୍ସର୍ଗ କ'ଣ ନିବୃତ୍ତ ହୋଇ ନ ଥାଆନ୍ତା ଯଦି ଉପାସକମାନେ ଥରେ ଶୁଚିକୃତ ହୋଇ ବିବେକରେ ଆଉ ପାପର ବୋଧ ପାଇ ନ ଥାଆନ୍ତେ ?
Hebrews 10:22 in Oriya 22 ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଇଶ୍ବରଙ୍କ ନିକଟବର୍ତ୍ତୀ ହେଉ;
Hebrews 11:21 in Oriya 21 ବିଶ୍ୱାସ ଦ୍ୱାରା ଯାକୁବ ମୃତ୍ୟୁ ସମୟରେ ଯୋଷେଫଙ୍କର ପ୍ରତ୍ୟେକ ପୁତ୍ରଙ୍କୁ ଆଶୀର୍ବାଦ କଲେ, ପୁଣି, ଆପଣା ଯଷ୍ଟିର ଅଗ୍ରଭାଗରେ ଆଉଜିପଡ଼ି ପ୍ରଣାମ କଲେ।
1 Peter 1:19 in Oriya 19 ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।
1 Peter 2:22 in Oriya 22 ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।
1 Peter 2:24 in Oriya 24 ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।
1 Peter 3:18 in Oriya 18 ଯେଣୁ ଆମ୍ଭମାନଙ୍କୁ ଇଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;
1 Peter 4:2 in Oriya 2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଇଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।
1 John 1:7 in Oriya 7 କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।
1 John 3:5 in Oriya 5 ଆଉ ତୁମ୍ଭେମାନେ ଜାଣ ଯେ, ସେ ପାପ ବୋହିନେଇଯିବା ପାଇଁ ପ୍ରକାଶିତ ହେଲେ, ଆଉ ତାହାଙ୍କଠାରେ ପାପ ନାହିଁ।
Revelation 1:5 in Oriya 5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,