Hebrews 9:24 in Oriya 24 କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଇଶ୍ବରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି।
Other Translations King James Version (KJV) For Christ is not entered into the holy places made with hands, which are the figures of the true; but into heaven itself, now to appear in the presence of God for us:
American Standard Version (ASV) For Christ entered not into a holy place made with hands, like in pattern to the true; but into heaven itself, now to appear before the face of God for us:
Bible in Basic English (BBE) For Christ did not go into a holy place which had been made by men's hands as the copy of the true one; but he went into heaven itself, and now takes his place before the face of God for us.
Darby English Bible (DBY) For the Christ is not entered into holy places made with hand, figures of the true, but into heaven itself, now to appear before the face of God for us:
World English Bible (WEB) For Christ hasn't entered into holy places made with hands, which are representations of the true, but into heaven itself, now to appear in the presence of God for us;
Young's Literal Translation (YLT) for not into holy places made with hands did the Christ enter -- figures of the true -- but into the heaven itself, now to be manifested in the presence of God for us;
Cross Reference Exodus 28:12 in Oriya 12 ପୁଣି, ଇସ୍ରାଏଲର ସନ୍ତାନଗଣଙ୍କୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ।
Exodus 28:29 in Oriya 29 ଯେଉଁ ସମୟରେ ହାରୋଣ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟାରେ ଇସ୍ରାଏଲ-ପୁତ୍ରଗଣର ନାମସକଳ ଆପଣା ହୃଦୟ ଉପରେ ବହନ କରିବ।
Psalm 68:18 in Oriya 18 ତୁମ୍ଭେ ଊର୍ଦ୍ଧ୍ୱରେ ଆରୋହଣ କରିଅଛ, ତୁମ୍ଭେ ଆପଣା ବନ୍ଦୀମାନଙ୍କୁ ବନ୍ଦୀସ୍ଥାନକୁ ନେଇଅଛ; ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ଦାନପ୍ରାପ୍ତ ହୋଇଅଛ, ହଁ, ଯେପରି ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ, ଏଥିପାଇଁ ବିଦ୍ରୋହୀମାନଙ୍କ ମଧ୍ୟରେ ହିଁ ଦାନପ୍ରାପ୍ତ ହୋଇଅଛ।
Zechariah 3:1 in Oriya 1 ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ।
Mark 14:58 in Oriya 58 ଆମ୍ଭେମାନେ ଏହାକୁ ଏହି କଥା କହିବା ଶୁଣିଅଛୁ, ମୁଁ ଏହି ହସ୍ତକୃତ ମନ୍ଦିରକୁ ଭାଙ୍ଗି ତିନି ଦିନ ମଧ୍ୟରେ ଆଉ ଗୋଟିଏ ଅହସ୍ତକୃତ ମନ୍ଦିର ନିର୍ମାଣ କରିବି।
Mark 16:19 in Oriya 19 ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଇଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ।
Luke 24:51 in Oriya 51 ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ।
John 2:19 in Oriya 19 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି।
John 6:62 in Oriya 62 ତାହାହେଲେ ମନୁଷ୍ୟପୁତ୍ର ପୂର୍ବରେ ଯେଉଁ ସ୍ଥାନରେ ଥିଲେ, ସେ ସ୍ଥାନକୁ ଯେବେ ତାହାଙ୍କୁ ଆରୋହଣ କରିବା ଦେଖିବ, ତେବେ କ'ଣ ?
John 16:28 in Oriya 28 ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି।
Acts 1:9 in Oriya 9 ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା।
Acts 3:21 in Oriya 21 ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ୱର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ।
Romans 8:33 in Oriya 33 ଇଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ ? ଈଶ୍ୱର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି।
Ephesians 1:20 in Oriya 20 ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ,
Ephesians 4:8 in Oriya 8 ଏଥି ନିମନ୍ତେ ଉକ୍ତ ଅଛି, ସେ ଊର୍ଦ୍ଧ୍ୱକୁ ଆରୋହଣ କରି ବନ୍ଦୀମାନଙ୍କୁ ବନ୍ଦୀ କରି ନେଇଗଲେ, ଆଉ ମନୁଷ୍ୟମାନଙ୍କୁ ନାନା ବରଦାନ ଦେଲେ।
Colossians 3:2 in Oriya 2 ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ୱସ୍ଥାନ ବିଷୟରେ ଆସକ୍ତ ହୁଅ।
Hebrews 1:3 in Oriya 3 ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,
Hebrews 6:20 in Oriya 20 ଆଉ, ଯୀଶୁ ସେହି ସ୍ଥାନରେ ମଲ୍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି।
Hebrews 7:25 in Oriya 25 ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଇଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।
Hebrews 8:2 in Oriya 2 ସେ ମହାପବିତ୍ର ସ୍ଥାନର ପୁଣି, ଯେଉଁ ଯଥାର୍ଥ ତମ୍ବୁ ମନୁଷ୍ୟ ଦ୍ୱାରା ସ୍ଥାପିତ ନ ହୋଇ ପ୍ରଭୁଙ୍କ ଦ୍ୱାରା ସ୍ଥାପିତ ହୋଇଅଛି, ସେଥିର ସେବକ ଅଟନ୍ତି।
Hebrews 8:5 in Oriya 5 ସେମାନେ ଯାହାର ସେବା କରନ୍ତି, ତାହା ସ୍ୱର୍ଗୀୟ ବିଷୟଗୁଡ଼ିକର ଦୃଷ୍ଟାନ୍ତ ଓ ଛାୟାମାତ୍ର, ତମ୍ବୁ ନିର୍ମାଣ କରିବାକୁ ଉଦ୍ୟତ ହେବା ସମୟରେ ମୋଶା ଯେପରି ଆଦେଶ ପ୍ରାପ୍ତ ହୋଇଥିଲେ; କାରଣ ଈଶ୍ୱର କହିଥିଲେ, ସାବଧାନ, ପର୍ବତରେ ତୁମ୍ଭକୁ ଯେଉଁ ଆଦର୍ଶ ଦେଖାଇ ଦିଆଯାଇଥିଲା, ତଦନୁସାରେ ସମସ୍ତ ନିର୍ମାଣ କର।
Hebrews 9:9 in Oriya 9 ଏହି ପ୍ରଥମ ତମ୍ବୁ ବର୍ତ୍ତମାନ ସମୟ ନିମନ୍ତେ ନିଦର୍ଶନ ସ୍ୱରୂପ, ଆଉ ତଦନୁସାରେ ଦାନ ଓ ବଳି ଉଭୟ ଉତ୍ସର୍ଗ କରାଯାଏ, କିନ୍ତୁ ଏହି ସବୁ ଉପାସକକୁ ବିବେକଗତ ସିଦ୍ଧି ଦାନ କରି ପାରେ ନାହିଁ;
Hebrews 9:11 in Oriya 11 କିନ୍ତୁ ଖ୍ରୀଷ୍ଟ ବର୍ତ୍ତମାନ ଉତ୍ତମ ବିଷୟର ମହାଯାଜକ ସ୍ୱରୂପେ ଉପସ୍ଥିତ ହୋଇ ଏହି ସୃଷ୍ଟିରୁ ଭିନ୍ନ ଅହସ୍ତକୃତ ମହତ୍ ଓ ଶ୍ରେଷ୍ଠତର ତମ୍ବୁ ଦେଇ ଯାଇ ଛାଗ ଓ ଗୋବତ୍ସର ରକ୍ତ ନୁହେଁ,
Hebrews 9:23 in Oriya 23 ଅତଏବ, ସ୍ୱର୍ଗସ୍ଥ ବିଷୟଗୁଡ଼ିକର ଦୃଷ୍ଟାନ୍ତ ସମସ୍ତ ଏହି ସବୁ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ ଥିଲା, କିନ୍ତୁ ସ୍ୱର୍ଗୀୟ ବିଷୟଗୁଡ଼ିକ ତ ଏହି ସବୁଠାରୁ ଶ୍ରେଷ୍ଠତର ବଳିଦାନ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ।
Hebrews 12:2 in Oriya 2 ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଇଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।
1 Peter 3:22 in Oriya 22 ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଇଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।
1 John 2:1 in Oriya 1 ହେ ମୋହର ପ୍ରିୟମାନେ, ତୁମ୍ଭେମାନେ ଯେପରି ପାପ ନ କର, ଏଥି ନିମନ୍ତେ ମୁଁ ଏହି ସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।
Revelation 8:3 in Oriya 3 ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପଦାନୀ (ସୁଗନ୍ଧିତ ଧୂପ ପାତ୍ର) ଥିଲା, ପୁଣି, ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଅର୍ପଣ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା।