Hebrews 9:28 in Oriya 28 ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।
Other Translations King James Version (KJV) So Christ was once offered to bear the sins of many; and unto them that look for him shall he appear the second time without sin unto salvation.
American Standard Version (ASV) so Christ also, having been once offered to bear the sins of many, shall appear a second time, apart from sin, to them that wait for him, unto salvation.
Bible in Basic English (BBE) So Christ, having at his first coming taken on himself the sins of men, will be seen a second time, without sin, by those who are waiting for him, for their salvation.
Darby English Bible (DBY) thus the Christ also, having been once offered to bear the sins of many, shall appear to those that look for him the second time without sin for salvation.
World English Bible (WEB) so Christ also, having been once offered to bear the sins of many, will appear a second time, without sin, to those who are eagerly waiting for him for salvation.
Young's Literal Translation (YLT) so also the Christ, once having been offered to bear the sins of many, a second time, apart from a sin-offering, shall appear, to those waiting for him -- to salvation!
Cross Reference Leviticus 10:17 in Oriya 17 “ତୁମ୍ଭେମାନେ କାହିଁକି ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ ? ତାହା ତ ମହାପବିତ୍ର, ପୁଣି ମଣ୍ଡଳୀର ଅପରାଧ ବୋହି ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସେ ତାହା ତୁମ୍ଭମାନଙ୍କୁ ଦେଇଅଛନ୍ତି।
Numbers 18:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବହିବ।
Numbers 18:23 in Oriya 23 ମାତ୍ର ଲେବୀୟମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି, ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।
Isaiah 25:9 in Oriya 9 ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।”
Isaiah 53:4 in Oriya 4 ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହନ କରିଅଛନ୍ତି। ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ୱରଙ୍କ ଦ୍ୱାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ।
Isaiah 53:11 in Oriya 11 ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।
Zechariah 14:5 in Oriya 5 ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷିୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋ' ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ।
Matthew 26:28 in Oriya 28 ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।
John 14:3 in Oriya 3 ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।
Acts 1:11 in Oriya 11 ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ।
Romans 5:15 in Oriya 15 କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ୱାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଇଶ୍ବରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା।
Romans 6:10 in Oriya 10 କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ୱାରା ସେ ଥରେ ହିଁ ପାପ ପ୍ରତି ମୃତ୍ୟୁ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଇଶ୍ବରଙ୍କ ପ୍ରତି ଜୀବିତ ଅଟନ୍ତି।
Romans 8:3 in Oriya 3 ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,
Romans 8:23 in Oriya 23 ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ।
1 Corinthians 1:7 in Oriya 7 ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ;
1 Corinthians 15:54 in Oriya 54 କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଏହି ଲିଖିତ ବାକ୍ୟ ସଫଳ ହେବ,
Philippians 3:20 in Oriya 20 ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;
1 Thessalonians 1:10 in Oriya 10 ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କୁ ରକ୍ଷା କରିବା ନିମନ୍ତେ ସେହି ଯୀଶୁଙ୍କୁ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା।
1 Thessalonians 4:14 in Oriya 14 କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ୱର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ୍।
2 Thessalonians 1:5 in Oriya 5 ଇଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଇଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,
2 Thessalonians 2:1 in Oriya 1 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ବିଷୟରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,
2 Timothy 4:8 in Oriya 8 ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।
Titus 2:13 in Oriya 13 ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ୱର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥି ନିମନ୍ତେ ଶିକ୍ଷା ଦେଉଅଛି।
Hebrews 4:15 in Oriya 15 କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାଁନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।
Hebrews 9:25 in Oriya 25 ମହାଯାଜକ ଯେପରି ଅନ୍ୟର ରକ୍ତ ଘେନି ବର୍ଷକୁ ବର୍ଷ ମହାପବିତ୍ର ସ୍ଥାନରେ ପ୍ରବେଶ କରନ୍ତି, ସେହିପରି ସେ ଯେ ଥରକୁଥର ଆପଣାକୁ ଉତ୍ସର୍ଗ କରିବେ, ତାହା ନୁହେଁ;
1 Peter 2:24 in Oriya 24 ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।
1 Peter 3:18 in Oriya 18 ଯେଣୁ ଆମ୍ଭମାନଙ୍କୁ ଇଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;
2 Peter 3:12 in Oriya 12 ସେହି ଦିନର ଆଗମନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭେମାନେ ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ୍।
1 John 3:2 in Oriya 2 ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଇଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କ'ଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।
1 John 3:5 in Oriya 5 ଆଉ ତୁମ୍ଭେମାନେ ଜାଣ ଯେ, ସେ ପାପ ବୋହିନେଇଯିବା ପାଇଁ ପ୍ରକାଶିତ ହେଲେ, ଆଉ ତାହାଙ୍କଠାରେ ପାପ ନାହିଁ।
Revelation 1:7 in Oriya 7 ଦେଖ ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ ଆମେନ୍।