Hosea 1:11 in Oriya 11 ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ।
Other Translations King James Version (KJV) Then shall the children of Judah and the children of Israel be gathered together, and appoint themselves one head, and they shall come up out of the land: for great shall be the day of Jezreel.
American Standard Version (ASV) And the children of Judah and the children of Israel shall be gathered together, and they shall appoint themselves one head, and shall go up from the land; for great shall be the day of Jezreel.
Bible in Basic English (BBE) And the children of Israel and the children of Judah will come together and take for themselves one head, and will go up from the land, for great will be the day of Jezreel.
Darby English Bible (DBY) And the children of Judah and the children of Israel shall be gathered together, and they shall appoint themselves one head, and shall go up out of the land: for great is the day of Jizreel.
World English Bible (WEB) The children of Judah and the children of Israel will be gathered together, and they will appoint themselves one head, and will go up from the land; for great will be the day of Jezreel.
Young's Literal Translation (YLT) and gathered have been the sons of Judah and the sons of Israel together, and they have appointed to themselves one head, and have gone up from the land, for great `is' the day of Jezreel.
Cross Reference Psalm 22:27 in Oriya 27 ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।
Psalm 110:3 in Oriya 3 ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ଵେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।”
Isaiah 11:12 in Oriya 12 ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ।
Jeremiah 3:18 in Oriya 18 ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।
Jeremiah 23:5 in Oriya 5 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।
Jeremiah 30:3 in Oriya 3 କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,ଏପରି ସମୟ ଆସୁଅଛି;' ସଦାପ୍ରଭୁ କହନ୍ତି; ‘ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।'”
Jeremiah 31:1 in Oriya 1 ସଦାପ୍ରଭୁ କହନ୍ତି, “ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”
Jeremiah 31:33 in Oriya 33 ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
Jeremiah 50:4 in Oriya 4 ସଦାପ୍ରଭୁ କହନ୍ତି, “ସେଦିନରେ ଓ ସେସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ।
Jeremiah 50:19 in Oriya 19 ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ।”
Ezekiel 16:60 in Oriya 60 ତଥାପି ତୁମ୍ଭ ଯୌବନାବସ୍ଥାରେ ତୁମ୍ଭ ସହିତ ଆମ୍ଭ କୃତ ନିୟମ ଆମ୍ଭେ ସ୍ମରଣ କରିବା ଓ ତୁମ୍ଭ ପକ୍ଷରେ ଆମ୍ଭେ ଅନନ୍ତକାଳସ୍ଥାୟୀ ଏକ ନିୟମ ସ୍ଥାପନ କରିବା।
Ezekiel 34:23 in Oriya 23 ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।
Ezekiel 37:16 in Oriya 16 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ଯିହୂଦା ନିମନ୍ତେ ଓ ତାହାର ସଖା ଇସ୍ରାଏଲ-ସନ୍ତାନଗଣ ନିମନ୍ତେ; ତହିଁ ଉତ୍ତାରେ ଆଉ ଏକ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ଯୋଷେଫ ନିମନ୍ତେ, ଇଫ୍ରୟିମର ଓ ତାହାର ସଖା ସମୁଦାୟ ଇସ୍ରାଏଲ ବଂଶର ଯଷ୍ଟି;
Hosea 2:22 in Oriya 22 ପୁଣି, ପୃଥିବୀ ଶସ୍ୟକୁ, ଦ୍ରାକ୍ଷାରସକୁ ଓ ତୈଳକୁ ଉତ୍ତର ଦେବ; ଆଉ, ସେହି ସମସ୍ତେ ଯିଷ୍ରିୟେଲକୁ ଉତ୍ତର ଦେବେ;
Hosea 3:5 in Oriya 5 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।”
Micah 2:12 in Oriya 12 ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି-ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ।
Zechariah 10:6 in Oriya 6 ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ୍ କରିବା ଓ ଆମ୍ଭେ ଯୋଷେଫର ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ୱାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା।
Romans 11:15 in Oriya 15 କାରଣ ଯଦି ସେମାନଙ୍କର ଦୂରୀକରଣ ଦ୍ୱାରା ଜଗତର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ୱାରା କ'ଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ ?
Romans 11:25 in Oriya 25 କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;