Hosea 1:2 in Oriya 2 ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।”
Other Translations King James Version (KJV) The beginning of the word of the LORD by Hosea. And the LORD said to Hosea, Go, take unto thee a wife of whoredoms and children of whoredoms: for the land hath committed great whoredom, departing from the LORD.
American Standard Version (ASV) When Jehovah spake at the first by Hosea, Jehovah said unto Hosea, Go, take unto thee a wife of whoredom and children of whoredom; for the land doth commit great whoredom, `departing' from Jehovah.
Bible in Basic English (BBE) The start of the word of the Lord by Hosea: And the Lord said to Hosea, Go, take for yourself a wife of loose ways, and children of the same, for the land has been untrue to the Lord.
Darby English Bible (DBY) The beginning of the word of Jehovah through Hosea. And Jehovah said to Hosea, Go, take unto thee a wife of whoredoms, and children of whoredoms; for the land is entirely given up to whoredom, away from Jehovah.
World English Bible (WEB) When Yahweh spoke at the first by Hosea, Yahweh said to Hosea, "Go, take for yourself a wife of prostitution and children of unfaithfulness; for the land commits great adultery against from Yahweh."
Young's Literal Translation (YLT) The commencement of Jehovah's speaking by Hosea. And Jehovah saith unto Hosea, `Go, take to thee a woman of whoredoms, and children of whoredoms, for utterly go a-whoring doth the land from after Jehovah.'
Cross Reference Exodus 34:15 in Oriya 15 କେଜାଣି ଅବା ତୁମ୍ଭେ ସେହି ଦେଶ ନିବାସୀ ଲୋକମାନଙ୍କ ସହିତ ନିୟମ କରିବ; କଲେ ଯେଉଁ ସମୟରେ ସେମାନେ ନିଜେ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କରନ୍ତି ଓ ନିଜ ଦେବଗଣ ନିକଟରେ ବଳିଦାନ କରନ୍ତି, ସେ ସମୟରେ କେହି ତୁମ୍ଭକୁ ଡାକିଲେ, ତୁମ୍ଭେ ତାହାର ବଳିଦ୍ରବ୍ୟ ଖାଇବ;
Deuteronomy 31:16 in Oriya 16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ, ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।”
2 Chronicles 21:13 in Oriya 13 ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛ;
Psalm 73:27 in Oriya 27 କାରଣ ଦେଖ, ତୁମ୍ଭଠାରୁ ଦୂରରେ ଥିବା ଲୋକମାନେ ବିନଷ୍ଟ ହେବେ; ତୁମ୍ଭଙ୍କୁ ଛାଡ଼ି ବ୍ୟଭିଚାର କରିବା ଲୋକ ସମସ୍ତଙ୍କୁ ତୁମ୍ଭେ ଉଚ୍ଛିନ୍ନ କରିଅଛ।
Psalm 106:39 in Oriya 39 ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ୱାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ।
Isaiah 20:2 in Oriya 2 ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ୱାରା ସଦାପ୍ରଭୁ ଏହି କଥା କହିଲେ, “ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼,” ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା।
Jeremiah 2:13 in Oriya 13 କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରି ଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣାମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ।
Jeremiah 3:1 in Oriya 1 ଲୋକେ କହନ୍ତି, “କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ ?” ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ ? ତଥାପି ସଦାପ୍ରଭୁ କହନ୍ତି, “ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ !
Jeremiah 3:9 in Oriya 9 ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା।
Jeremiah 13:1 in Oriya 1 ସଦାପ୍ରଭୁ ମୋତେ ଏହି କଥା କହିଲେ, “ତୁମ୍ଭେ ଯାଇ ମସିନା ନିର୍ମିତ ଏକ ପଟୁକା କିଣି ତାହା ଆପଣା କଟିଦେଶରେ ବାନ୍ଧ ଓ ଜଳରେ ତାହା ରଖ ନାହିଁ।”
Ezekiel 4:1 in Oriya 1 ଆହୁରି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ଇଟା ନେଇ ଆପଣା ସମ୍ମୁଖରେ ରଖ ଓ ତହିଁ ଉପରେ ଏକ ନଗରର, ଅର୍ଥାତ୍, ଯିରୂଶାଲମର ଛବି ଅଙ୍କିତ କର;
Ezekiel 6:9 in Oriya 9 ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।
Ezekiel 16:1 in Oriya 1 ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,
Ezekiel 23:1 in Oriya 1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Hosea 2:4 in Oriya 4 ଆହୁରି, ଆମ୍ଭେ ତାହାର ସନ୍ତାନଗଣ ପ୍ରତି ଦୟା କରିବା ନାହିଁ, କାରଣ ସେମାନେ ବେଶ୍ୟାଚାରରୁ ଜାତ ସନ୍ତାନ।
Hosea 3:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, “ଇସ୍ରାଏଲ ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେଉଁପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।”
Hosea 5:3 in Oriya 3 ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଅଗୋଚର ନୁହେଁ; କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି।
Mark 1:1 in Oriya 1 ଇଶ୍ବରଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ସୁସମାଚାରର ଆରମ୍ଭ।
2 Peter 2:14 in Oriya 14 ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,
Revelation 17:1 in Oriya 1 ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହା ବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,
Revelation 17:5 in Oriya 5 ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ୍, ବେଶ୍ୟାମାନଙ୍କର ଓ ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ମାତା।