Hosea 1:4 in Oriya 4 ତହୁଁ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ; କାରଣ ଅଳ୍ପ ସମୟ ପରେ ଆମ୍ଭେ ଯେହୂର ବଂଶକୁ ଯିଷ୍ରିୟେଲର ରକ୍ତପାତର ପ୍ରତିଫଳ ଭୋଗ କରାଇବା ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା।
Other Translations King James Version (KJV) And the LORD said unto him, Call his name Jezreel; for yet a little while, and I will avenge the blood of Jezreel upon the house of Jehu, and will cause to cease the kingdom of the house of Israel.
American Standard Version (ASV) And Jehovah said unto him, Call his name Jezreel; for yet a little while, and I will avenge the blood of Jezreel upon the house of Jehu, and will cause the kingdom of the house of Israel to cease.
Bible in Basic English (BBE) And the Lord said to him, Give him the name of Jezreel, for after a little time I will send punishment for the blood of Jezreel on the line of Jehu, and put an end to the kingdom of Israel.
Darby English Bible (DBY) And Jehovah said unto him, Call his name Jizreel; for yet a little, and I will visit the blood of Jizreel upon the house of Jehu, and will cause the kingdom of the house of Israel to cease.
World English Bible (WEB) Yahweh said to him, "Call his name Jezreel; for yet a little while, and I will avenge the blood of Jezreel on the house of Jehu, and will cause the kingdom of the house of Israel to cease.
Young's Literal Translation (YLT) and Jehovah saith unto him, `Call his name Jezreel, for yet a little, and I have charged the blood of Jezreel on the house of Jehu, and have caused to cease the kingdom of the house of Israel;
Cross Reference 2 Kings 9:24 in Oriya 24 ତହୁଁ ଯେହୂ ଆପଣାର ସମ୍ପୂର୍ଣ୍ଣ ବଳରେ ଧନୁ ଟାଣି ଯୋରାମ୍ଙ୍କର ଦୁଇ ବାହୁ ମଧ୍ୟକୁ ମାରନ୍ତେ, ତୀର ତାଙ୍କ ହୃଦୟ ଦେଇ ବାହାରି ଗଲା, ତହିଁରେ ସେ ଆପଣା ରଥରେ ନଇଁ ପଡ଼ିଲେ।
2 Kings 10:7 in Oriya 7 ଏଥିଉତ୍ତାରେ ସେମାନଙ୍କ ନିକଟରେ ପତ୍ର ଉପସ୍ଥିତ ହୁଅନ୍ତେ, ସେମାନେ ସେହି ସତୁରି ଜଣ ରାଜପୁତ୍ରଙ୍କୁ ନେଇ ବଧ କଲେ ଓ ସେମାନଙ୍କର ମସ୍ତକ ଟୋକେଇରେ ରଖି ଯିଷ୍ରିୟେଲକୁ ଯେହୂଙ୍କ ନିକଟକୁ ପଠାଇଲେ।
2 Kings 10:10 in Oriya 10 ଏବେ ଜାଣ ଯେ, ସଦାପ୍ରଭୁ ଆହାବ ବଂଶ ବିଷୟରେ ଯାହା କହିଅଛନ୍ତି, ସଦାପ୍ରଭୁଙ୍କ ସେହି ବାକ୍ୟରୁ କିଛି ହିଁ ତଳେ ପଡ଼ିବ ନାହିଁ; କାରଣ ସଦାପ୍ରଭୁ ଆପଣା ଦାସ ଏଲୀୟଙ୍କ ଦ୍ୱାରା ଯାହା କହିଥିଲେ, ତାହା ସଫଳ କରିଅଛନ୍ତି।”
2 Kings 10:17 in Oriya 17 ଏଥିଉତ୍ତାରେ ଯେହୂ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ସଦାପ୍ରଭୁ ଏଲୀୟଙ୍କୁ ଯାହା କହିଥିଲେ, ସେହି ବାକ୍ୟାନୁସାରେ ଯେହୂ ଆହାବଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଶମରୀୟାସ୍ଥ ତାଙ୍କର ଅବଶିଷ୍ଟ ସମସ୍ତଙ୍କୁ ବଧ କଲେ।
2 Kings 10:29 in Oriya 29 ତଥାପି ବୈଥେଲ୍ ଓ ଦାନ୍ରେ ଥିବା ଯେଉଁ ସୁବର୍ଣ୍ଣ ଗୋବତ୍ସ ଦ୍ୱାରା ନବାଟର ପୁତ୍ର ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ଯେହୂ ତାଙ୍କର ସେହି ପାପାନୁଗମନ ତ୍ୟାଗ କଲେ ନାହିଁ।
2 Kings 15:10 in Oriya 10 ଆଉ ଯାବେଶଙ୍କର ପୁତ୍ର ଶଲ୍ଲୁମ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ଓ ଲୋକମାନଙ୍କ ସମ୍ମୁଖରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।
2 Kings 15:29 in Oriya 29 ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ଆସି ଇୟୋନ୍ ଓ ଆବେଲ୍-ବୈଥ୍ମାଖା ଓ ଯାନୋହ ଓ କେଦଶ ଓ ହାତ୍ସୋର ଓ ଗିଲୀୟଦ୍ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।
2 Kings 17:6 in Oriya 6 ହୋଶେୟଙ୍କର ଅଧିକାରର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇ ଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା।
2 Kings 18:9 in Oriya 9 ଏଥିଉତ୍ତାରେ ହିଜକୀୟ ରାଜାଙ୍କ ଅଧିକାରର ଚତୁର୍ଥ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କର ଅଧିକାରର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍ମନେଷର ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା।
1 Chronicles 5:25 in Oriya 25 ଏଥିଉତ୍ତାରେ ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କଲେ, ଆଉ ପରମେଶ୍ୱର ଯେଉଁ ଦେଶୀୟ ଲୋକମାନଙ୍କୁ ସେମାନଙ୍କ ସମ୍ମୁଖରେ ବିନାଶ କରିଥିଲେ, ସେମାନେ ସେମାନଙ୍କ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କଲେ।
Isaiah 7:14 in Oriya 14 ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Jeremiah 3:8 in Oriya 8 ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।
Jeremiah 23:2 in Oriya 2 ଏନିମନ୍ତେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି; “ତୁମ୍ଭେମାନେ ଆମ୍ଭର ପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରି ନାହଁ,” ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ଦୁଷ୍କର୍ମର ପ୍ରତିଫଳ ଦେବା।
Ezekiel 23:10 in Oriya 10 ସେମାନେ ତାହାର ଉଲଙ୍ଗତା ଅନାବୃତ କଲେ; ତାହାର ପୁତ୍ର ଓ କନ୍ୟାଗଣକୁ ନେଲେ ଓ ତାହାଙ୍କୁ ସେମାନେ ଖଡ଼୍ଗରେ ବଧ କଲେ; ତହିଁରେ ସେ ସ୍ତ୍ରୀମାନଙ୍କ ମଧ୍ୟରେ ଉପହାସର ବିଷୟ ହେଲା; କାରଣ ଲୋକମାନେ ତାହା ଉପରେ ଦଣ୍ଡାଜ୍ଞା ସଫଳ କଲେ।
Ezekiel 23:31 in Oriya 31 ତୁମ୍ଭେ ଆପଣାର ଭଗିନୀର ପଥରେ ଗମନ କରିଅଛ; ଏଥିପାଇଁ ଆମ୍ଭେ ତାହାର ପାନପାତ୍ର ତୁମ୍ଭ ହସ୍ତରେ ଦେବା।
Hosea 1:6 in Oriya 6 ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ରୁହାମା (ଅଦୟା ପାତ୍ରୀ) ରଖ; କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ।
Hosea 1:9 in Oriya 9 ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।”
Hosea 2:13 in Oriya 13 ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା,” ଏହା ସଦାପ୍ରଭୁ କହନ୍ତି।
Hosea 2:22 in Oriya 22 ପୁଣି, ପୃଥିବୀ ଶସ୍ୟକୁ, ଦ୍ରାକ୍ଷାରସକୁ ଓ ତୈଳକୁ ଉତ୍ତର ଦେବ; ଆଉ, ସେହି ସମସ୍ତେ ଯିଷ୍ରିୟେଲକୁ ଉତ୍ତର ଦେବେ;
Hosea 9:17 in Oriya 17 ମୋର ପରମେଶ୍ୱର ସେମାନଙ୍କୁ ଦୂର କରି ଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ।
Matthew 1:21 in Oriya 21 ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”
Luke 1:13 in Oriya 13 କିନ୍ତୁ ଦୂତ ତାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ।
Luke 1:31 in Oriya 31 ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।
Luke 1:63 in Oriya 63 ତହିଁରେ ସେ ଖଣ୍ଡେ ଲିଖନ ପଟା ମାଗି ଏହା ଲେଖିଲେ, ତାହାର ନାମ ଯୋହନ। ଏଥିରେ ସମସ୍ତେ ଚକିତ ହେଲେ।
John 1:42 in Oriya 42 ସେ ତାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ଯୀଶୁ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭେ କୈଫା (ଅନୁବାଦ କଲେ ଏହାର ଅର୍ଥ ପିତର) ନାମରେ ଖ୍ୟାତ ହେବ।