Hosea 10:6 in Oriya 6 ତାହା ମଧ୍ୟ ଯାରେବ ରାଜାର ଭେଟୀ ନିମନ୍ତେ ଅଶୂରକୁ ନୀତ ହେବ; ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ।
Other Translations King James Version (KJV) It shall be also carried unto Assyria for a present to king Jareb: Ephraim shall receive shame, and Israel shall be ashamed of his own counsel.
American Standard Version (ASV) It also shall be carried unto Assyria for a present to king Jareb: Ephraim shall receive shame, and Israel shall be ashamed of his own counsel.
Bible in Basic English (BBE) And they will take it to Assyria and give it to the great king; shame will come on Ephraim, and Israel will be shamed because of its image.
Darby English Bible (DBY) Yea, it shall be carried unto Assyria [as] a present for king Jareb: Ephraim shall be seized with shame, and Israel shall be ashamed of his own counsel.
World English Bible (WEB) It also will be carried to Assyria for a present to a great king. Ephraim will receive shame, And Israel will be ashamed of his own counsel.
Young's Literal Translation (YLT) Also it to Asshur is carried, a present to a warlike king, Shame doth Ephraim receive, And ashamed is Israel of its own counsel.
Cross Reference 2 Kings 17:3 in Oriya 3 ତାଙ୍କ ବିରୁଦ୍ଧରେ ଅଶୂରର ରାଜା ଶଲ୍ମନେଷର ଆସିଲା; ତହିଁରେ ହୋଶେୟ ତାହାର ଦାସ ହେଲେ ଓ ତାହା ନିକଟକୁ ଦର୍ଶନୀ ଆଣିଲେ।
Job 18:7 in Oriya 7 ତାହାର ସାମର୍ଥ୍ୟର ଗତି ସଙ୍କୁଚିତ ହେବ ଓ ତାହାର ନିଜ ମନ୍ତ୍ରଣା ତାହାକୁ ତଳେ ପକାଇବ।
Isaiah 1:29 in Oriya 29 କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ୍ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ।
Isaiah 30:3 in Oriya 3 ଏହେତୁ ଫାରୋର ବଳ ତୁମ୍ଭମାନଙ୍କର ଲଜ୍ଜାଜନକ ହେବ ଓ ମିସରର ଛାୟାରେ ଆଶ୍ରୟ ନେବା ତୁମ୍ଭମାନଙ୍କର ଅପମାନଜନକ ହେବ।
Isaiah 44:9 in Oriya 9 ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।
Isaiah 45:16 in Oriya 16 ସେମାନେ ଲଜ୍ଜିତ ହେବେ, ହଁ, ସେମାନେ ସମସ୍ତେ ବିବ୍ରତ ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ।
Isaiah 46:1 in Oriya 1 ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି।
Jeremiah 2:26 in Oriya 26 ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜାଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି;
Jeremiah 2:36 in Oriya 36 ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।
Jeremiah 3:24 in Oriya 24 ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟ କାଳରୁ ଆମ୍ଭମାନଙ୍କ ପିତୃପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣଙ୍କୁ ଗ୍ରାସ କରିଅଛି।
Jeremiah 7:24 in Oriya 24 ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ।
Jeremiah 43:12 in Oriya 12 ଆଉ, ଆମ୍ଭେ ମିସରସ୍ଥ ଦେବାଳୟସବୁରେ ଅଗ୍ନି ଲଗାଇବା ଓ ସେ ସେମାନଙ୍କୁ ଦଗ୍ଧ କରି ବାବିଲକୁ ବନ୍ଦୀ କରି ଘେନିଯିବ; ପୁଣି, ମେଷପାଳକ ଯେପରି ଆପଣା ବସ୍ତ୍ର ପିନ୍ଧେ, ସେପରି ସେ ମିସର ଦେଶ ଦ୍ୱାରା ଆପଣାକୁ ସଜ୍ଜିତ କରିବ ଓ ସେ ଶାନ୍ତିରେ ଏ ସ୍ଥାନରୁ ପ୍ରସ୍ଥାନ କରିବ।
Jeremiah 48:13 in Oriya 13 ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବୈଥେଲ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।
Ezekiel 36:31 in Oriya 31 ସେହି ସମୟରେ ତୁମ୍ଭେମାନେ ଆପଣାମାନଙ୍କର ମନ୍ଦ ଆଚରଣ ଓ ଯାହା ଉତ୍ତମ ନ ଥିଲା, ଏପରି କ୍ରିୟାସକଳ ସ୍ମରଣ କରିବ; ଆଉ, ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସକାଶୁ ଓ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟା ସକାଶୁ ଆପଣାମାନଙ୍କର ଦୃଷ୍ଟିରେ ଆପେ ଘୃଣାସ୍ପଦ ହେବ।
Daniel 11:8 in Oriya 8 ଆହୁରି, ସେ ସେମାନଙ୍କର ଢଳା ପ୍ରତିମା ସହିତ ସେମାନଙ୍କର ଦେବଗଣକୁ ବନ୍ଦୀ କରି ରୂପା ଓ ସୁନାର ମନୋହର ପାତ୍ର ସହିତ ମିସରକୁ ନେଇଯିବ ଓ ସେ କେତେକ ବର୍ଷ ପର୍ଯ୍ୟନ୍ତ ଉତ୍ତର ଦେଶୀୟ ରାଜାଠାରୁ ନିରସ୍ତ ହେବ।
Hosea 4:7 in Oriya 7 ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।
Hosea 4:19 in Oriya 19 ବାୟୁ ତାହାକୁ ଆପଣା ପକ୍ଷରେ ଆଚ୍ଛାଦନ କରିଅଛି ଓ ସେମାନେ ଆପଣାମାନଙ୍କର ବଳିଦାନ ସକାଶୁ ଲଜ୍ଜିତ ହେବେ।
Hosea 5:13 in Oriya 13 ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ।
Hosea 8:6 in Oriya 6 କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି, ଶିଳ୍ପକାର ଏହା ନିର୍ମାଣ କରିଅଛି, ତାହା ଈଶ୍ୱର ନୁହେଁ; ହଁ, ଶମରୀୟାର ଗୋବତ୍ସ ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ।
Hosea 11:5 in Oriya 5 ସେ ମିସର ଦେଶକୁ ଫେରି ଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା।
Micah 6:16 in Oriya 16 କାରଣ ଅମ୍ରିର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।