Hosea 10:8 in Oriya 8 ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, “ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।”
Other Translations King James Version (KJV) The high places also of Aven, the sin of Israel, shall be destroyed: the thorn and the thistle shall come up on their altars; and they shall say to the mountains, Cover us; and to the hills, Fall on us.
American Standard Version (ASV) The high places also of Aven, the sin of Israel, shall be destroyed: the thorn and the thistle shall come up on their altars; and they shall say to the mountains, Cover us; and to the hills, Fall on us.
Bible in Basic English (BBE) And the high places of Aven, the sin of Israel, will come to destruction; thorns and waste plants will come up on their altars; they will say to the mountains, Be a cover over us; and to the hills, Come down on us.
Darby English Bible (DBY) And the high places of Aven, the sin of Israel, shall be destroyed: the thorn and the thistle shall come up upon their altars; and they shall say to the mountains, Cover us! and to the hills, Fall on us!
World English Bible (WEB) The high places also of Aven, the sin of Israel, will be destroyed. The thorn and the thistle will come up on their altars. They will tell the mountains, "Cover us!" and the hills, "Fall on us!"
Young's Literal Translation (YLT) And destroyed have been high places of Aven, the sin of Israel. Thorn and bramble go up on their altars, And they have said to hills, Cover us, And to heights, Fall upon us.
Cross Reference Deuteronomy 9:21 in Oriya 21 ପୁଣି ମୁଁ ତୁମ୍ଭମାନଙ୍କ ପାପ ସ୍ୱରୂପ, ଅର୍ଥାତ୍, ସେହି ଯେଉଁ ବାଛୁରି ତୁମ୍ଭେମାନେ ନିର୍ମାଣ କରିଥିଲ, ତାହା ନେଇ ଅଗ୍ନିରେ ଦଗ୍ଧ କଲି ଓ ତାହା ଧୂଳି ପରି ସୂକ୍ଷ୍ମ ହେବା ପର୍ଯ୍ୟନ୍ତ ପେଷି ଚୂର୍ଣ୍ଣ କଲି; ତହୁଁ ମୁଁ ତହିଁର ଧୂଳି ପର୍ବତ ନିର୍ଗତ ଜଳସ୍ରୋତରେ ନିକ୍ଷେପ କଲି।
1 Kings 12:28 in Oriya 28 ଏହେତୁ ରାଜା ପରାମର୍ଶ କରି ସୁବର୍ଣ୍ଣର ଦୁଇ ଗୋବତ୍ସ ନିର୍ମାଣ କଲେ; ପୁଣି, ସେ ଲୋକମାନଙ୍କୁ କହିଲେ, “ଯିରୂଶାଲମକୁ ଯିବା ପାଇଁ ତୁମ୍ଭମାନଙ୍କୁ ବହୁତ କଷ୍ଟ ପଡ଼ୁଅଛି; ହେ ଇସ୍ରାଏଲ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ।”
1 Kings 13:2 in Oriya 2 ପୁଣି, ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚ ସ୍ୱର କରି କହିଲା, “ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି, ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ୱଳାଉଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।”
1 Kings 13:34 in Oriya 34 ମାତ୍ର ଏହି କାର୍ଯ୍ୟ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବା ପାଇଁ ଓ ପୃଥିବୀରୁ ଲୁପ୍ତ କରିବା ପାଇଁ ତହିଁ ପ୍ରତି ପାପର କାରଣ ହେଲା।
1 Kings 14:16 in Oriya 16 ପୁଣି, ଯାରବୀୟାମ ଯେଉଁ ପାପ କରିଅଛି ଓ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଅଛି, ତାହାର ସେହିସବୁ ପାପ ସକାଶୁ ସେ ଇସ୍ରାଏଲକୁ ତ୍ୟାଗ କରିବେ।
2 Kings 23:15 in Oriya 15 ଆହୁରି ବୈଥେଲ୍ରେ ଯେଉଁ ଯଜ୍ଞବେଦି ଥିଲା ଓ ଇସ୍ରାଏଲକୁ ପାପ କରାଇଥିଲେ ଯେ ନବାଟର ପୁତ୍ର ଯାରବୀୟାମ, ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶୀୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ, ପୁଣି ସେ ଉଚ୍ଚସ୍ଥଳୀ ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ, ଆଉ ଆଶେରାମୂର୍ତ୍ତିକୁ ଦଗ୍ଧ କଲେ।
2 Chronicles 31:1 in Oriya 1 ଏହିସବୁ ସମାପ୍ତ ହେଲା ଉତ୍ତାରେ ଉପସ୍ଥିତ ସମଗ୍ର ଇସ୍ରାଏଲ ଯିହୁଦାର ନଗରମାନଙ୍କୁ ଯାଇ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତିମାନ କାଟି ପକାଇଲେ, ପୁଣି ନିଃଶେଷରେ ବିନାଶ ନ କରିବା ପର୍ଯ୍ୟନ୍ତ ସମସ୍ତ ଯିହୁଦା ଓ ବିନ୍ୟାମୀନ ମଧ୍ୟରୁ, ଆହୁରି ଇଫ୍ରୟିମ୍ ଓ ମନଃଶିରେ ସ୍ଥିତ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ତହୁଁ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ଓ ନଗରକୁ ଫେରି ଗଲେ।
2 Chronicles 34:5 in Oriya 5 ଆଉ, ସେମାନଙ୍କ ଯଜ୍ଞବେଦି ଉପରେ ଯାଜକମାନଙ୍କ ଅସ୍ଥି ଦଗ୍ଧ କରି ଯିହୁଦା ଓ ଯିରୂଶାଲମକୁ ଶୁଚି କଲେ।
Isaiah 2:19 in Oriya 19 ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ତ୍ୱ ଓ ମହିମାର ତେଜରୁ ଶୈଳର ଗୁମ୍ଫା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ।
Isaiah 32:13 in Oriya 13 ମୋ' ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳି ବୃକ୍ଷମୟ ହେବ; ହଁ, ଉଲ୍ଲାସପ୍ରିୟ ନଗରର ଯାବତୀୟ ଆନନ୍ଦ-ଗୃହ ତାହା ହିଁ ହେବ;
Isaiah 34:13 in Oriya 13 ତହିଁର ଅଟ୍ଟାଳିକାସକଳରେ କଣ୍ଟକ ଓ ତହିଁର ଦୁର୍ଗସବୁରେ ବିଛୁଆତି, କଣ୍ଟକ ଲତା ବଢ଼ିବ, ତାହା ଶୃଗାଳଗଣର ବାସସ୍ଥାନ ଓ ଓଟପକ୍ଷୀଗଣର ଚରାସ୍ଥାନ ହେବ।
Hosea 4:13 in Oriya 13 ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି ଓ ଉପପର୍ବତଗଣର ଉପରେ ଅଲୋନ୍, ଲିବ୍ନି ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି।
Hosea 4:15 in Oriya 15 ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍ଗଲ୍ରେ ଉପସ୍ଥିତ ହୁଅ ନାହିଁ, କିଅବା ବୈଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।
Hosea 5:8 in Oriya 8 ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର, ରାମାରେ ତୂରୀ ବଜାଅ; ବୈଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍,
Hosea 9:6 in Oriya 6 କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି, ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ। ସେମାନଙ୍କର ରୂପାର ମନୋହର ପଦାର୍ଥ ସବୁ ବିଛୁଆତି ଗଛର ଅଧିକାର ହେବ; ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ।
Hosea 10:2 in Oriya 2 ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ।
Hosea 10:5 in Oriya 5 ଶମରୀୟା ନିବାସୀଗଣ ବୈଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ; କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ, ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି।
Amos 8:14 in Oriya 14 ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି, ହେ ଦାନ, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ ଓ ବେର୍ଶେବାର ପଥ ଜୀବିତ ଥିବା ପ୍ରମାଣେ, ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ।”
Micah 1:5 in Oriya 5 କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞାଲଙ୍ଘନ କଅଣ ? ତାହା କି ଶମରୀୟା ନୁହେଁ ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହିସବୁ କି ଯିରୂଶାଲମ ନୁହେଁ ?
Micah 1:13 in Oriya 13 ହେ ଲାଖୀଶ୍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ୱ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ୱରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞାଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା।
Luke 23:30 in Oriya 30 ସେତେବେଳେ ଲୋକେ ପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କ ଉପରେ ପଡ଼, ଆଉ ଉପପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କୁ ଘୋଡ଼ାଇ ପକାଅ।
Revelation 6:16 in Oriya 16 ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ,
Revelation 9:6 in Oriya 6 ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ୱେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ।