Hosea 11:8 in Oriya 8 ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା ? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା ? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା ? ଆମ୍ଭେ କିପରି ତୁମ୍ଭକୁ ସବୋୟିମର ନଗରୀ ତୁଲ୍ୟ ରଖିବା ? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।
Other Translations King James Version (KJV) How shall I give thee up, Ephraim? how shall I deliver thee, Israel? how shall I make thee as Admah? how shall I set thee as Zeboim? mine heart is turned within me, my repentings are kindled together.
American Standard Version (ASV) How shall I give thee up, Ephraim? `how' shall I cast thee off, Israel? how shall I make thee as Admah? `how' shall I set thee as Zeboiim? my heart is turned within me, my compassions are kindled together.
Bible in Basic English (BBE) How may I give you up, O Ephraim? how may I be your saviour, O Israel? how may I make you like Admah? how may I do to you as I did to Zeboim? My heart is turned in me, it is soft with pity.
Darby English Bible (DBY) How shall I give thee over, Ephraim? [how] shall I deliver thee up, Israel? how shall I make thee as Admah? [how] shall I set thee as Zeboim? My heart is turned within me, my repentings are kindled together.
World English Bible (WEB) "How can I give you up, Ephraim? How can I hand you over, Israel? How can I make you like Admah? How can I make you like Zeboiim? My heart is turned within me, My compassion is aroused.
Young's Literal Translation (YLT) How do I give thee up, O Ephraim? Do I deliver thee up, O Israel? How do I make thee as Admah? Do I set thee as Zeboim? Turned in Me is My heart, kindled together have been My repentings.
Cross Reference Genesis 14:8 in Oriya 8 ଏହେତୁ ସଦୋମର ରାଜା ଓ ହମୋରାର ରାଜା ଓ ଅଦ୍ମାର ରାଜା ଓ ସବୋୟିମର ରାଜା ଓ ବିଲାର, ଅର୍ଥାତ୍, ସୋୟରର ରାଜା, ଏହି ପାଞ୍ଚ ରାଜା ମିଳିତ ହୋଇ,
Genesis 19:24 in Oriya 24 ତେବେ ସଦାପ୍ରଭୁ ଆକାଶରୁ ସଦାପ୍ରଭୁଙ୍କ ନିକଟରୁ ସଦୋମ ଓ ହମୋରା ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କରି
Deuteronomy 29:23 in Oriya 23 ଅର୍ଥାତ୍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟିମ୍ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ, ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ);
Deuteronomy 32:36 in Oriya 36 ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।
Judges 10:16 in Oriya 16 ଏଥି ଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା।
2 Samuel 24:16 in Oriya 16 ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା।
2 Kings 13:23 in Oriya 23 ମାତ୍ର ସଦାପ୍ରଭୁ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ ଆପଣା କୃତ ନିୟମ ସକାଶୁ ସେମାନଙ୍କ ପ୍ରତି ଅନୁଗ୍ରହ କଲେ ଓ ସେମାନଙ୍କ ଉପରେ ଦୟା ବହି ସେମାନଙ୍କ ପ୍ରତି ସୁଦୃଷ୍ଟି କଲେ, ଆଉ ସେମାନଙ୍କୁ ବିନାଶ କରିବାକୁ ଅସମ୍ମତ ହେଲେ ଓ ଏପର୍ଯ୍ୟନ୍ତ ଆପଣା ସମ୍ମୁଖରୁ ସେମାନଙ୍କୁ ଦୂର କଲେ ନାହିଁ।
Psalm 106:45 in Oriya 45 ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ।
Isaiah 1:9 in Oriya 9 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥା'ନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥା'ନ୍ତୁ।
Isaiah 63:15 in Oriya 15 ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତିସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋ' ପ୍ରତି ନିବୃତ୍ତ ହୋଇଅଛି।
Jeremiah 3:12 in Oriya 12 ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମୀନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ;' କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।'”
Jeremiah 9:7 in Oriya 7 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହା ଛଡ଼ା ଆଉ କଅଣ କରିବା ?
Jeremiah 31:20 in Oriya 20 ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର ? ସେ କି ଆନନ୍ଦଦାୟୀ ବାଳକ ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେ ଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା,” ଏହା ସଦାପ୍ରଭୁ କହନ୍ତି।
Lamentations 1:20 in Oriya 20 ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋ' ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟନ୍ତ ବିଦ୍ରୋହାଚରଣ କରିଅଛି; ବାହାରେ ଖଡ଼୍ଗ ବଧ କରୁଅଛି, ଗୃହରେ ମୃତ୍ୟୁୁ ଥିଲା ପରି ହେଉଅଛି।
Lamentations 3:33 in Oriya 33 କାରଣ ସେ ମନୁଷ୍ୟ-ସନ୍ତାନଗଣକୁ ସ୍ୱେଚ୍ଛାରେ କ୍ଳେଶ କିଅବା ଦୁଃଖ ଦିଅନ୍ତି ନାହିଁ।
Hosea 6:4 in Oriya 4 ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା ? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା ? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃ କାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।
Amos 4:11 in Oriya 11 “ପରମେଶ୍ୱର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟ ପରି ଅଗ୍ନିରୁ କଢ଼ାଗଲ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
Amos 7:3 in Oriya 3 ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ଏହା ହେବ ନାହିଁ,” ଏହା ସଦାପ୍ରଭୁ କହନ୍ତି।
Amos 7:6 in Oriya 6 ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ତାହା ମଧ୍ୟ ହେବ ନାହିଁ,” ପ୍ରଭୁ ସଦାପ୍ରଭୁ ଏହା କହନ୍ତି।
Zephaniah 2:9 in Oriya 9 ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ମୋୟାବ ସଦୋମର ତୁଲ୍ୟ ଓ ଅମ୍ମୋନସନ୍ତାନଗଣ ହମୋରାର ତୁଲ୍ୟ, ବିଛୁଆତି ଗଛର ଆଶ୍ରୟ ଓ ଲବଣର ଆକର ଓ ଚିରକାଳ ଧ୍ୱଂସସ୍ଥାନ ହେବ; ଆମ୍ଭ ଲୋକମାନଙ୍କର ଶେଷାଂଶ ସେମାନଙ୍କୁ ଲୁଟିବେ ଓ ଆମ୍ଭ ଗୋଷ୍ଠୀର ଅବଶିଷ୍ଟାଂଶ ସେମାନଙ୍କୁ ଅଧିକାର କରିବେ।
Matthew 23:37 in Oriya 37 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
Luke 19:41 in Oriya 41 ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,
2 Peter 2:6 in Oriya 6 ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ,
Jude 1:7 in Oriya 7 ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି।
Revelation 11:8 in Oriya 8 ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବା।
Revelation 18:18 in Oriya 18 ତାହାର ଅଗ୍ନିର ଧୂମ ଦେଖି ଚିତ୍କାର କରି କହିଲେ, ଏହି ମହାନଗରୀ ତୁଲ୍ୟ ଆଉ କେଉଁ ନଗରୀ ?