Hosea 11:9 in Oriya 9 ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ; କାରଣ ଆମ୍ଭେ ପରମେଶ୍ୱର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ।
Other Translations King James Version (KJV) I will not execute the fierceness of mine anger, I will not return to destroy Ephraim: for I am God, and not man; the Holy One in the midst of thee: and I will not enter into the city.
American Standard Version (ASV) I will not execute the fierceness of mine anger, I will not return to destroy Ephraim: for I am God, and not man; the Holy One in the midst of thee; and I will not come in wrath.
Bible in Basic English (BBE) I will not put into effect the heat of my wrath; I will not again send destruction on Ephraim; for I am God and not man, the Holy One among you; I will not put an end to you.
Darby English Bible (DBY) I will not execute the fierceness of mine anger, I will not again destroy Ephraim; for I am ùGod, and not man, -- the Holy One in the midst of thee: and I will not come in anger.
World English Bible (WEB) I will not execute the fierceness of my anger. I will not return to destroy Ephraim: For I am God, and not man; the Holy One in the midst of you; And I will not come in wrath.
Young's Literal Translation (YLT) I do not the fierceness of My anger, I turn not back to destroy Ephraim, For God I `am', and not a man. In thy midst the Holy One, and I enter not in enmity,
Cross Reference Exodus 32:10 in Oriya 10 ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ି ଦିଅ, ମୋହର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ୱଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା।
Numbers 23:19 in Oriya 19 ପରମେଶ୍ୱର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ ?
Deuteronomy 13:17 in Oriya 17 ଆଉ ସେହି ବର୍ଜିତ ଦ୍ରବ୍ୟର କିଛି ହିଁ ତୁମ୍ଭ ହସ୍ତରେ ଲାଗିବ ନାହିଁ; ତହିଁରେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେରି ତୁମ୍ଭ ପ୍ରତି କରୁଣା କରିବେ;
Deuteronomy 32:26 in Oriya 26 ଆମ୍ଭେ କହିଲୁ, ଶତ୍ରୁର ବିରକ୍ତିକି, କେଜାଣି ବିପକ୍ଷମାନେ ବିପରୀତ ବିଚାର କରିବେ, କେଜାଣି ସେମାନେ କହିବେ, ଆମ୍ଭମାନଙ୍କ ହସ୍ତ ଉନ୍ନତ ହୋଇଅଛି, ପୁଣି ସଦାପ୍ରଭୁ ଏହିସବୁ କରି ନାହାନ୍ତି, ଏକଥା ଯେବେ ଆମ୍ଭେ ଚିନ୍ତା ନ କରନ୍ତୁ;
1 Samuel 26:8 in Oriya 8 ସେତେବେଳେ ଅବୀଶୟ ଦାଉଦଙ୍କୁ କହିଲେ, ପରମେଶ୍ୱର ଆଜି ଆପଣଙ୍କ ଶତ୍ରୁକୁ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ଏଣୁ ଏବେ ଏହି ବର୍ଚ୍ଛାରେ ତାହାକୁ ଆଘାତ କରି ଏକାଥରକେ ଭୂମିରେ ବିଦ୍ଧ କରିବାକୁ ମୋତେ ଅନୁମତି ଦେଉନ୍ତୁ, ମୁଁ ତାହାକୁ ଦୁଇ ଥର ଆଘାତ କରିବି ନାହିଁ।
2 Samuel 20:10 in Oriya 10 ମାତ୍ର ଯୋୟାବର ବାମ ହସ୍ତରେ ଥିବା ଖଡ଼୍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ଼୍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇ ଦେଲା, ସେ ଦ୍ୱିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା। ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ।
Psalm 78:38 in Oriya 38 ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ।
Isaiah 12:6 in Oriya 6 ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”
Isaiah 27:4 in Oriya 4 ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯଦି କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ ! ତେବେ ଆମ୍ଭେ ଆକ୍ରମଣ କରି ସେହି ସବୁକୁ ଏକାବେଳେ ଦଗ୍ଧ କରନ୍ତୁ।
Isaiah 48:9 in Oriya 9 ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ବରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷାନ୍ତ ହେବା।
Isaiah 55:8 in Oriya 8 ଯେହେତୁ ସଦାପ୍ରଭୁ କହନ୍ତି, “ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ, କିଅବା ତୁମ୍ଭମାନଙ୍କର ମାର୍ଗସକଳ ଆମ୍ଭର ମାର୍ଗ ପରି ନୁହେଁ।”
Jeremiah 30:11 in Oriya 11 କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।'
Jeremiah 31:1 in Oriya 1 ସଦାପ୍ରଭୁ କହନ୍ତି, “ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”
Ezekiel 20:8 in Oriya 8 ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସ୍ରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
Ezekiel 20:13 in Oriya 13 ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
Ezekiel 20:21 in Oriya 21 ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
Ezekiel 37:27 in Oriya 27 ଆମ୍ଭର ଆବାସ ମଧ୍ୟ ସେମାନଙ୍କ ସଙ୍ଗରେ ରହିବ; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।
Hosea 14:4 in Oriya 4 ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।
Micah 7:18 in Oriya 18 ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞାଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
Zephaniah 3:15 in Oriya 15 ସଦାପ୍ରଭୁ ତୁମ୍ଭର ଦଣ୍ଡସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ।
Malachi 3:6 in Oriya 6 “କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ; ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୋଇ ନାହିଁ।
Romans 11:28 in Oriya 28 ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃପୁରୁଷଙ୍କ ସକାଶେ ସେମାନେ ଇଶ୍ବରଙ୍କ ପ୍ରିୟପାତ୍ର।