Hosea 13:14 in Oriya 14 ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ ? ହେ ପାତାଳ, ତୁମ୍ଭର ସଂହାର କାହିଁ ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।
Other Translations King James Version (KJV) I will ransom them from the power of the grave; I will redeem them from death: O death, I will be thy plagues; O grave, I will be thy destruction: repentance shall be hid from mine eyes.
American Standard Version (ASV) I will ransom them from the power of Sheol; I will redeem them from death: O death, where are thy plagues? O Sheol, where is thy destruction? repentance shall be hid from mine eyes.
Bible in Basic English (BBE) I will give the price to make them free from the power of the underworld, I will be their saviour from death: O death! where are your pains? O underworld! where is your destruction? my eyes will have no pity.
Darby English Bible (DBY) I will ransom them from the power of Sheol. I will redeem them from death: where, O death, are thy plagues? where, O Sheol, is thy destruction? Repentance shall be hid from mine eyes.
World English Bible (WEB) I will ransom them from the power of Sheol. I will redeem them from death! Death, where are your plagues? Sheol, where is your destruction? Compassion will be hidden from my eyes.
Young's Literal Translation (YLT) From the hand of Sheol I do ransom them, From death I redeem them, Where `is' thy plague, O death? Where thy destruction, O Sheol? Repentance is hid from Mine eyes.
Cross Reference Numbers 23:19 in Oriya 19 ପରମେଶ୍ୱର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ ?
1 Samuel 15:29 in Oriya 29 ଆହୁରି ଇସ୍ରାଏଲର ବିଶ୍ୱାସ-ଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ୱିମତ ହେବେ।
Job 19:25 in Oriya 25 ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;
Job 33:24 in Oriya 24 ତେବେ ସେ ତାହାକୁ କୃପା କରି କହିବେ, ଗର୍ତ୍ତ ଗମନରୁ ତାହାକୁ ଉଦ୍ଧାର କର, ମୁଁ ପ୍ରାୟଶ୍ଚିତ୍ତ ପାଇଅଛି।
Psalm 16:10 in Oriya 10 କାରଣ ତୁମ୍ଭେ ମୋ' ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ।
Psalm 30:3 in Oriya 3 ହେ ସଦାପ୍ରଭୁ, ତୁମ୍ଭେ ପାତାଳରୁ ମୋ' ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ।
Psalm 49:15 in Oriya 15 ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। ସେଲା
Psalm 71:20 in Oriya 20 ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ।
Psalm 86:13 in Oriya 13 କାରଣ ମୋ' ପ୍ରତି ତୁମ୍ଭର ଦୟା ମହତ୍; ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋ' ପ୍ରାଣକୁ ଉଦ୍ଧାର କରିଅଛ।
Isaiah 25:8 in Oriya 8 ସେ ମୃତ୍ୟୁୁକୁ ଅନନ୍ତ କାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।
Isaiah 26:19 in Oriya 19 ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରି ଦେବ।
Jeremiah 15:6 in Oriya 6 ସଦାପ୍ରଭୁ କହନ୍ତି, “ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; ଆମ୍ଭେ କ୍ଷମା କରି କରି କ୍ଳାନ୍ତ ହୋଇଅଛୁ।
Ezekiel 37:11 in Oriya 11 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।
Hosea 6:2 in Oriya 2 ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।
Malachi 3:6 in Oriya 6 “କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ; ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୋଇ ନାହିଁ।
Romans 11:15 in Oriya 15 କାରଣ ଯଦି ସେମାନଙ୍କର ଦୂରୀକରଣ ଦ୍ୱାରା ଜଗତର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ୱାରା କ'ଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ ?
Romans 11:29 in Oriya 29 କାରଣ, ଇଶ୍ବରଙ୍କ ଦାନସମୂହ ଓ ଆହ୍ୱାନ ଅନ୍ୟଥା ହୁଏ ନାହିଁ।
1 Corinthians 15:21 in Oriya 21 କାରଣ ମନୁଷ୍ୟ ଦ୍ୱାରା ମୃତ୍ୟୁ ଉପସ୍ଥିତ ହୋଇଥିବାରୁ ମନୁଷ୍ୟ ଦ୍ୱାରା ମଧ୍ୟ ମୃତମାନଙ୍କର ପୁନରୁତ୍ଥାନ ଉପସ୍ଥିତ ହୋଇଅଛି।
1 Corinthians 15:52 in Oriya 52 କିନ୍ତୁ ଏକ ମୁହୂର୍ତ୍ତରେ, ଚକ୍ଷୁର ପଲକରେ, ଶେଷ ତୂରୀଧ୍ୱନିରେ ଆମ୍ଭେମାନେ ସମସ୍ତେ ପରିବର୍ତ୍ତିତ ହେବା; କାରଣ ତୂରୀ ବାଜିବ, ଆଉ ମୃତମାନେ ଅକ୍ଷୟ ହୋଇ ଉତ୍ଥିତ ହେବେ, ପୁଣି, ଆମ୍ଭେମାନେ ପରିବର୍ତ୍ତିତ ହେବା।
2 Corinthians 5:4 in Oriya 4 କାରଣ ଆମ୍ଭେମାନେ ଏହି ତମ୍ବୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥି ନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।
Philippians 3:21 in Oriya 21 ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।
1 Thessalonians 4:14 in Oriya 14 କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ୱର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ୍।
James 1:17 in Oriya 17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।
Revelation 20:13 in Oriya 13 ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।
Revelation 21:4 in Oriya 4 ପୁଣି, ଈଶ୍ୱର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।