Hosea 13:16 in Oriya 16 ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।
Other Translations King James Version (KJV) Samaria shall become desolate; for she hath rebelled against her God: they shall fall by the sword: their infants shall be dashed in pieces, and their women with child shall be ripped up.
American Standard Version (ASV) Samaria shall bear her guilt; for she hath rebelled against her God: they shall fall by the sword; their infants shall be dashed in pieces, and their women with child shall be ripped up.
Darby English Bible (DBY) Samaria shall bear her guilt; for she hath rebelled against her God: they shall fall by the sword; their infants shall be dashed in pieces, and their women with child shall be ripped up.
World English Bible (WEB) Samaria will bear her guilt; For she has rebelled against her God. They will fall by the sword. Their infants will be dashed in pieces, And their pregnant women will be ripped open."
Young's Literal Translation (YLT) Become desolate doth Samaria, Because she hath rebelled against her God, By sword they do fall, Their sucklings are dashed in pieces, And its pregnant ones are ripped up!
Cross Reference 2 Kings 8:12 in Oriya 12 ତହିଁରେ ହସାୟେଲ ପଚାରିଲା, “ମୋ' ପ୍ରଭୁ କାହିଁକି ରୋଦନ କରୁଅଛନ୍ତି ?” ଇଲୀଶାୟ ଉତ୍ତର କଲେ, “କାରଣ ଏହି, ତୁମ୍ଭେ ଇସ୍ରାଏଲ ସନ୍ତାନଗଣ ପ୍ରତି ଯେଉଁ ଅନିଷ୍ଟ କରିବ, ତାହା ମୁଁ ଜାଣେ; ତୁମ୍ଭେ ସେମାନଙ୍କ ଦୃଢ଼ ଗଡ଼ସବୁରେ ଅଗ୍ନି ଲଗାଇବ ଓ ତୁମ୍ଭେ ସେମାନଙ୍କ ଯୁବାମାନଙ୍କୁ ଖଡ୍ଗରେ ବଧ କରିବ ଓ ସେମାନଙ୍କ ଶିଶୁଗଣକୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବ ଓ ସେମାନଙ୍କ ଗର୍ଭବତୀ ସ୍ତ୍ରୀମାନଙ୍କ ଉଦର ବିଦୀର୍ଣ୍ଣ କରିବ।”
2 Kings 15:16 in Oriya 16 ଏଥିଉତ୍ତାରେ ମନହେମ୍ ତିର୍ସାଠାରୁ, ତିପ୍ସହ ଓ ତନ୍ମଧ୍ୟବର୍ତ୍ତୀ ସମସ୍ତଙ୍କୁ, ପୁଣି ତିପ୍ସହର ସମସ୍ତ ଅଞ୍ଚଳକୁ ଆଘାତ କଲେ। ଲୋକମାନେ ତାଙ୍କ ପାଇଁ ନଗର ମୁକ୍ତ ନ କରିବାରୁ ସେ ତାହା ଆଘାତ କଲେ; ପୁଣି ତନ୍ମଧ୍ୟବର୍ତ୍ତିନୀ ଗର୍ଭବତୀ ସ୍ତ୍ରୀ ସମସ୍ତଙ୍କର ଉଦର ବିଦୀର୍ଣ୍ଣ କଲେ।
2 Kings 17:6 in Oriya 6 ହୋଶେୟଙ୍କର ଅଧିକାରର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇ ଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା।
2 Kings 17:18 in Oriya 18 ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ। କେବଳ ଯିହୁଦା ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ।
2 Kings 19:9 in Oriya 9 ପୁଣି ଅଶୂରୀୟ ରାଜା କୂଶ ଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା, “ଦେଖ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି।” ତହୁଁ ସେ ହିଜକୀୟଙ୍କ ନିକଟକୁ ପୁନର୍ବାର ଦୂତମାନଙ୍କୁ ପଠାଇ କହିଲା,
Psalm 137:8 in Oriya 8 ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ।
Isaiah 7:8 in Oriya 8 କାରଣ ଅରାମର ମସ୍ତକ ଦାମାସ୍କସ୍ ଓ ଦାମାସ୍କସ୍ର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ଡ ଖଣ୍ଡ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ;
Isaiah 8:4 in Oriya 4 କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦାମାସ୍କସ୍ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।”
Isaiah 13:16 in Oriya 16 ସେମାନଙ୍କର ଶିଶୁଗଣ ମଧ୍ୟ ସେମାନଙ୍କ ଦୃଷ୍ଟିଗୋଚରରେ କଚଡ଼ା ଯିବେ; ସେମାନଙ୍କର ଗୃହ ଲୁଟିତ ହେବ ଓ ସେମାନଙ୍କର ଭାର୍ଯ୍ୟାମାନେ ବଳାତ୍କାରରେ ଭ୍ରଷ୍ଟ କରାଯିବେ।
Isaiah 17:3 in Oriya 3 ଆହୁରି, ଇଫ୍ରୟିମରୁ ଦୁର୍ଗ ଓ ଦାମାସ୍କସ୍ରୁ ରାଜ୍ୟ ଓ ଅରାମର ଅବଶିଷ୍ଟାଂଶ ଲୁପ୍ତ ହେବ; ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେହି ସବୁ ଇସ୍ରାଏଲ ସନ୍ତାନଗଣର ଗୌରବ ତୁଲ୍ୟ ହେବ।
Hosea 7:14 in Oriya 14 ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।
Hosea 10:2 in Oriya 2 ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ।
Hosea 10:14 in Oriya 14 ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ ଓ ଯୁଦ୍ଧ ଦିନରେ ଯେପରି ଶଲମନ ବୈଥ୍-ଅରବେଲକୁ ବିନାଶ କରିଥିଲା, ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ; ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହୋଇଥିଲା।
Hosea 11:6 in Oriya 6 ପୁଣି, ସେମାନଙ୍କର ନିଜ ମନ୍ତ୍ରଣା ସକାଶୁ ସେମାନଙ୍କ ନଗରସକଳର ଉପରେ ଖଡ୍ଗ ପଡ଼ିବ, ତାହାର ଅର୍ଗଳ ସକଳକୁ ସଂହାର କରିବ ଓ ସେମାନଙ୍କୁ ଗ୍ରାସ କରିବ।
Amos 1:13 in Oriya 13 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।
Amos 3:9 in Oriya 9 ତୁମ୍ଭେମାନେ ଅସ୍ଦୋଦସ୍ଥ ସକଳ ଅଟ୍ଟାଳିକାରେ ଓ ମିସର ଦେଶସ୍ଥ ସକଳ ଅଟ୍ଟାଳିକାରେ ଘୋଷଣା କରି କୁହ, “ତୁମ୍ଭେମାନେ ଶମରୀୟାର ପର୍ବତଗଣ ଉପରେ ଏକତ୍ର ହୁଅ, ଆଉ ତହିଁ ମଧ୍ୟରେ କି ମହା କୋଳାହଳ ଓ କି ଉପଦ୍ରବମାନ ହେଉଅଛି, ଏହା ଦେଖ।”
Amos 6:1 in Oriya 1 ନାନା ପ୍ରଧାନ ଗୋଷ୍ଠୀ ମଧ୍ୟରେ ପ୍ରସିଦ୍ଧ, ଯେଉଁମାନଙ୍କ ନିକଟକୁ ଇସ୍ରାଏଲ ବଂଶ ଆସନ୍ତି, ଏପରି ଯେ ସିୟୋନସ୍ଥ ସୁଖରେ ଥିବା ଲୋକମାନେ ଓ ଶମରୀୟା ପର୍ବତସ୍ଥ ନିରାପଦରେ ଥିବା ଲୋକମାନେ, ସେମାନେ ସନ୍ତାପର ପାତ୍ର !
Amos 9:1 in Oriya 1 ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, “ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ।
Micah 1:4 in Oriya 4 ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।
Micah 6:16 in Oriya 16 କାରଣ ଅମ୍ରିର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।
Nahum 3:10 in Oriya 10 ତଥାପି ସେ ନିର୍ବାସିତା ହେଲା, ସେ ବନ୍ଦୀତ୍ୱ ସ୍ଥାନକୁ ଗଲା; ତାହାର ଶିଶୁଗଣ ମଧ୍ୟ ସମସ୍ତ ପଥ ମୁଣ୍ଡରେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେଲେ; ଲୋକମାନେ ତାହାର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ଆଉ ତାହାର ବଡ଼ ଲୋକ ସମସ୍ତେ ଶିକୁଳିରେ ବନ୍ଧା ହେଲେ।