Hosea 14:2 in Oriya 2 ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।
Other Translations King James Version (KJV) Take with you words, and turn to the LORD: say unto him, Take away all iniquity, and receive us graciously: so will we render the calves of our lips.
American Standard Version (ASV) Take with you words, and return unto Jehovah: say unto him, Take away all iniquity, and accept that which is good: so will we render `as' bullocks `the offering of' our lips.
Bible in Basic English (BBE) O Israel, come back to the Lord your God; for your evil-doing has been the cause of your fall.
Darby English Bible (DBY) Take with you words, and turn to Jehovah; say unto him, Forgive all iniquity, and receive [us] graciously; so will we render the calves of our lips.
World English Bible (WEB) Take words with you, and return to Yahweh. Tell him, "Forgive all our sins, And accept that which is good: So we offer like bulls our lips.
Young's Literal Translation (YLT) Take with you words, and turn to Jehovah, Say ye unto Him: `Take away all iniquity, and give good, And we do render the fruit of our lips.
Cross Reference 2 Samuel 12:13 in Oriya 13 ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ।
2 Samuel 24:10 in Oriya 10 ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହା ପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୁ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।”
Job 7:21 in Oriya 21 ପୁଣି, ତୁମ୍ଭେ କାହିଁକି ମୋହର ଅପରାଧ କ୍ଷମା କରୁ ନାହଁ ଓ ମୋହର ଅଧର୍ମ ଦୂର କରୁ ନାହଁ ? କାରଣ ଏବେ ମୁଁ ଧୂଳିରେ ଶୟନ କରିବି; ପୁଣି, ତୁମ୍ଭେ ଯତ୍ନପୂର୍ବକ ମୋହର ଅନ୍ଵେଷଣ କରିବ, ମାତ୍ର ମୁଁ ନ ଥିବି।
Job 34:31 in Oriya 31 କାରଣ କେହି କି ପରମେଶ୍ୱରଙ୍କୁ କହିଅଛି, ମୁଁ ଶାସ୍ତି ଭୋଗ କରୁଅଛି, ଆଉ ଦୋଷ କରିବି ନାହିଁ;
Psalm 51:2 in Oriya 2 ମୋ' ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋ' ପାପରୁ ମୋତେ ଶୁଚି କର।
Psalm 69:30 in Oriya 30 ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି।
Isaiah 6:7 in Oriya 7 ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, “ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।”
Ezekiel 36:25 in Oriya 25 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।
Joel 2:17 in Oriya 17 ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ସେମାନଙ୍କର ପରମେଶ୍ୱର କାହାନ୍ତି, ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ ?”
Micah 7:18 in Oriya 18 ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞାଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
Zechariah 3:4 in Oriya 4 ଏଥିରେ ଦୂତ ଆପଣା ସମ୍ମୁଖରେ ଠିଆ ହୋଇଥିବା ଲୋକମାନଙ୍କୁ ଏହି କଥା କହିଲେ, “ଏହାଙ୍କଠାରୁ ମଳିନ ବସ୍ତ୍ର କାଢ଼ି ନିଅ।” ପୁଣି, ତାଙ୍କୁ ସେ କହିଲେ, “ଦେଖ, ଆମ୍ଭେ ତୁମ୍ଭର ଅଧର୍ମ ତୁମ୍ଭଠାରୁ ଦୂର କରିଅଛୁ ଓ ଆମ୍ଭେ ତୁମ୍ଭକୁ ବହୁମୂଲ୍ୟ ବସ୍ତ୍ର ପିନ୍ଧାଇବା।”
Matthew 6:9 in Oriya 9 ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ।
Matthew 7:11 in Oriya 11 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ !
Luke 11:2 in Oriya 2 ଏଥିରେ ସେ ସେମାନଙ୍କୁ କହିଲେ, ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। ତୁମ୍ଭର ରାଜ୍ୟ ଆସୁ।
Luke 11:13 in Oriya 13 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ !
Luke 15:21 in Oriya 21 ପୁତ୍ର ତାହାଙ୍କୁ କହିଲା, ବାପା, ଇଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡ଼କାଯିବାର ମୁଁ ଆଉ ଯୋଗ୍ୟ ନୁହେଁ।
Luke 18:13 in Oriya 13 କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ୱର, ମୁଁ ପାପୀ ମୋତେ ଦୟା କରନ୍ତୁ।
John 1:29 in Oriya 29 ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଇଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।
Romans 11:27 in Oriya 27 ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ।
Ephesians 1:6 in Oriya 6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
Ephesians 2:7 in Oriya 7 ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି।
2 Timothy 1:9 in Oriya 9 ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାଁନ୍ତି, ମାତ୍ର ତାହାଙ୍କ ନିଜ ଯୋଜନା ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,
Titus 2:14 in Oriya 14 ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
Hebrews 10:4 in Oriya 4 କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ।
Hebrews 13:15 in Oriya 15 ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।
1 Peter 2:5 in Oriya 5 ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଇଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
1 John 1:7 in Oriya 7 କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।
1 John 3:5 in Oriya 5 ଆଉ ତୁମ୍ଭେମାନେ ଜାଣ ଯେ, ସେ ପାପ ବୋହିନେଇଯିବା ପାଇଁ ପ୍ରକାଶିତ ହେଲେ, ଆଉ ତାହାଙ୍କଠାରେ ପାପ ନାହିଁ।