Hosea 14:4 in Oriya 4 ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।
Other Translations King James Version (KJV) I will heal their backsliding, I will love them freely: for mine anger is turned away from him.
American Standard Version (ASV) I will heal their backsliding, I will love them freely; for mine anger is turned away from him.
Bible in Basic English (BBE) Assyria will not be our salvation; we will not go on horses; we will not again say to the work of our hands, You are our gods; for in you there is mercy for the child who has no father.
Darby English Bible (DBY) I will heal their backsliding, I will love them freely; for mine anger is turned away from him.
World English Bible (WEB) "I will heal their waywardness. I will love them freely; For my anger is turned away from him.
Young's Literal Translation (YLT) I heal their backsliding, I love them freely, For turned back hath Mine anger from him.
Cross Reference Exodus 15:26 in Oriya 26 “ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସ୍ରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”
Numbers 25:4 in Oriya 4 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଫେରିବ।”
Numbers 25:11 in Oriya 11 “ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ୱାଳାରେ ଅନ୍ତର୍ଜ୍ୱାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଇସ୍ରାଏଲ-ସନ୍ତାନଗଣଙ୍କୁ ନିଃଶେଷ ରୂପେ ସଂହାର କଲୁ ନାହିଁ।”
Deuteronomy 7:7 in Oriya 7 ତୁମ୍ଭେମାନେ ଅନ୍ୟ ଲୋକଙ୍କ ଅପେକ୍ଷା ଅଧିକ ସଂଖ୍ୟକ ଥିଲ ବୋଲି ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ସ୍ନେହ ରଖିଲେ ନାହିଁ କି ତୁମ୍ଭମାନଙ୍କୁ ମନୋନୀତ କଲେ ନାହିଁ, କାରଣ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଅଳ୍ପସଂଖ୍ୟକ ଥିଲ।
Psalm 78:38 in Oriya 38 ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ।
Isaiah 12:1 in Oriya 1 ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।
Isaiah 57:18 in Oriya 18 ଆମ୍ଭେ ତାହାର ଗତି ଦେଖିଅଛୁ ଓ ତାହାକୁ ସୁସ୍ଥ କରିବା; ମଧ୍ୟ ଆମ୍ଭେ ତାହାକୁ ପଥ କଢ଼ାଇବା, ପୁଣି ତାହାକୁ ଓ ତାହାର ଶୋକାକୁଳ ଲୋକମାନଙ୍କୁ ପୁନର୍ବାର ସାନ୍ତ୍ୱନା ଦେବା।
Jeremiah 3:22 in Oriya 22 ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟ।
Jeremiah 5:6 in Oriya 6 ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟାକାଳର କେନ୍ଦୁଆ ବାଘ ସେମାନଙ୍କୁ ବିନାଶ କରିବ, ଚିତାବାଘ ସେମାନଙ୍କ ନଗରସମୂହ ନିକଟରେ ଛକି ରହିବ, ଯେ ପ୍ରତ୍ୟେକ ଲୋକ ନଗରରୁ ବାହାରିବ, ସେ ବିଦୀର୍ଣ୍ଣ ହେବ; କାରଣ ସେମାନଙ୍କର ଅପରାଧ ଅନେକ ଓ ସେମାନଙ୍କର ବିପଥଗମନ ବୃଦ୍ଧି ପାଇଅଛି।
Jeremiah 8:22 in Oriya 22 ଗିଲୀୟଦରେ କ'ଣ ଔଷଧ ନାହିଁ ? ସେଠାରେ କ'ଣ ବୈଦ୍ୟ ନାହାନ୍ତି ? ତେବେ ମୋ' ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ୱାସ୍ଥ୍ୟଲାଭ କରୁ ନାହିଁ ?
Jeremiah 14:7 in Oriya 7 ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
Jeremiah 17:14 in Oriya 14 ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି, ମୋତେ ପରିତ୍ରାଣ କର, ତହିଁରେ ମୁଁ ପରିତ୍ରାଣ ପାଇବି; କାରଣ ତୁମ୍ଭେ ମୋର ପ୍ରଶଂସାଭୂମି।
Jeremiah 33:6 in Oriya 6 ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା।
Hosea 6:1 in Oriya 1 ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।
Hosea 11:7 in Oriya 7 ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ କେହି ତାହାଙ୍କର ପ୍ରଶଂସା କରେ ନାହିଁ।
Zephaniah 3:17 in Oriya 17 ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।
Matthew 9:12 in Oriya 12 କିନ୍ତୁ ଯୀଶୁ ତାହା ଶୁଣି କହିଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକ ନାହିଁ, ମାତ୍ରା ଅସୁସ୍ଥ ଲୋକମାନଙ୍କର ଆବଶ୍ୟକ ଅଛି।
Romans 3:24 in Oriya 24 ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି।
2 Corinthians 5:19 in Oriya 19 ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ୱର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି।
Ephesians 1:6 in Oriya 6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
Ephesians 2:4 in Oriya 4 ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ୱର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,
2 Timothy 1:9 in Oriya 9 ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାଁନ୍ତି, ମାତ୍ର ତାହାଙ୍କ ନିଜ ଯୋଜନା ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,
Titus 3:4 in Oriya 4 କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଇଶ୍ବରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା,