Hosea 14:9 in Oriya 9 ଜ୍ଞାନବାନ କିଏ ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।
Other Translations King James Version (KJV) Who is wise, and he shall understand these things? prudent, and he shall know them? for the ways of the LORD are right, and the just shall walk in them: but the transgressors shall fall therein.
American Standard Version (ASV) Who is wise, that he may understand these things? prudent, that he may know them? for the ways of Jehovah are right, and the just shall walk in them; but transgressors shall fall therein.
Bible in Basic English (BBE) As for Ephraim, what has he to do with false gods any longer? I have given an answer and I will keep watch over him; I am like a branching fir-tree, from me comes your fruit.
Darby English Bible (DBY) Who is wise, and he shall understand these things? intelligent, and he shall know them? For the ways of Jehovah are right, and the just shall walk in them; but the transgressors shall fall therein.
World English Bible (WEB) Who is wise, that he may understand these things? Who is prudent, that he may know them? For the ways of Yahweh are right, And the righteous walk in them; But the rebellious stumble in them.
Young's Literal Translation (YLT) Who `is' wise, and doth understand these? Prudent, and knoweth them? For upright are the ways of Jehovah, And the righteous go on in them, And the transgressors stumble therein!
Cross Reference Genesis 18:25 in Oriya 25 ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ ?”
Deuteronomy 32:4 in Oriya 4 ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।
Job 17:9 in Oriya 9 ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।
Job 34:10 in Oriya 10 ହେ ବୁଦ୍ଧିମାନ ଲୋକେ, ମୋ' କଥା ଶୁଣ; ପରମେଶ୍ୱର ଯେ ଦୁଷ୍କର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ଓ ସର୍ବଶକ୍ତିମାନ ଯେ ଅଧର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ।
Job 34:18 in Oriya 18 ରାଜାକୁ, ତୁମ୍ଭେ ଅଧମ; ଅବା ଅଧିପତିମାନଙ୍କୁ, ତୁମ୍ଭେମାନେ ଦୁଷ୍ଟ ବୋଲି କହିବାର କି ଉପଯୁକ୍ତ ?
Psalm 19:7 in Oriya 7 ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
Psalm 84:5 in Oriya 5 ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।
Psalm 84:7 in Oriya 7 ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।
Psalm 107:43 in Oriya 43 ଯେ ଜ୍ଞାନବାନ, ସେ ଏହିସବୁ ବିଷୟରେ ମନୋଯୋଗ କରିବ, ପୁଣି, ସେମାନେ ସଦାପ୍ରଭୁଙ୍କ ବିବିଧ ଦୟା ବିବେଚନା କରିବେ।
Psalm 111:7 in Oriya 7 ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ।
Psalm 119:75 in Oriya 75 ହେ ସଦାପ୍ରଭୁ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।
Psalm 119:128 in Oriya 128 ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ।
Proverbs 1:5 in Oriya 5 ଯେପରି ଜ୍ଞାନବାନ୍ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ୍ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;
Proverbs 4:18 in Oriya 18 ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ।
Proverbs 10:29 in Oriya 29 ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ।
Isaiah 1:28 in Oriya 28 ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।
Isaiah 8:13 in Oriya 13 ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି, ସେ ତୁମ୍ଭମାନଙ୍କର ଭୟସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସଭୂମି ହେଉନ୍ତୁ।
Isaiah 26:7 in Oriya 7 ଧାର୍ମିକର ମାର୍ଗ ସରଳ; ଯଥାର୍ଥିକ ଯେ ତୁମ୍ଭେ, ତୁମ୍ଭେ ଧାର୍ମିକର ପଥ ଦେଖାଉଅଛ।
Jeremiah 9:12 in Oriya 12 ଏହା ଯେ ବୁଝିପାରେ, ଏପରି ଜ୍ଞାନୀ ମନୁଷ୍ୟ କିଏ ଅଛି ? ଓ ଏହା ବ୍ୟକ୍ତ କରିବା ପାଇଁ ସଦାପ୍ରଭୁଙ୍କର ମୁଖ ଯାହାକୁ ଜ୍ଞାତ କରାଇଅଛି, ଏପରି ବ୍ୟକ୍ତି କିଏ ? ଦେଶ କି ନିମନ୍ତେ ବିନଷ୍ଟ ଓ ପ୍ରାନ୍ତର ତୁଲ୍ୟ ଦଗ୍ଧ ହେଲା ଯେ, କେହି ତହିଁର ମଧ୍ୟଦେଇ ଗତାୟାତ କରେ ନାହିଁ ?
Ezekiel 18:25 in Oriya 25 ତଥାପି ତୁମ୍ଭେମାନେ କହୁଅଛ, ପ୍ରଭୁଙ୍କର ପଥ ସରଳ ନୁହେଁ। ହେ ଇସ୍ରାଏଲ ବଂଶ, ଏବେ ଶୁଣ; ଆମ୍ଭର ପଥ କି ସରଳ ନୁହେଁ ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ ?
Ezekiel 33:17 in Oriya 17 ତଥାପି ତୁମ୍ଭ ଲୋକଙ୍କର ସନ୍ତାନଗଣ କହୁଅଛନ୍ତି, ପ୍ରଭୁଙ୍କର ପଥ ସରଳ ନୁହେଁ; ମାତ୍ର ପ୍ରକୃତରେ ସେମାନଙ୍କର ପଥ ସରଳ ନୁହେଁ।
Daniel 12:10 in Oriya 10 ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ।
Zephaniah 3:5 in Oriya 5 ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ।
Matthew 11:19 in Oriya 19 ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା।
Matthew 13:11 in Oriya 11 ସେ ଉତ୍ତର ଦେଲେ, କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ।
Luke 2:34 in Oriya 34 ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରିୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,
Luke 4:28 in Oriya 28 ସମାଜଗୃହରେ ଏହି ସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ,
Luke 7:23 in Oriya 23 ଆଉ, ଯେଉଁ ବ୍ୟକ୍ତି ମୋ'ଠାରେ ବାଧାର କାରଣ ପାଏ ନାହିଁ, ସେ ଧନ୍ୟ।
John 3:19 in Oriya 19 ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।
John 8:47 in Oriya 47 ଯେ ଈଶ୍ୱରଙ୍କଠାରୁ ଉତ୍ପନ୍ନ, ସେ ଇଶ୍ବରଙ୍କ ବାକ୍ୟ ଶୁଣେ; ଏହି ହେତୁ ତୁମ୍ଭେମାନେ ଶୁଣୁ ନାହଁ, କାରଣ ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଉତ୍ପନ୍ନ ନୁହଁ।
John 9:39 in Oriya 39 ପୁଣି, ଯୀଶୁ କହିଲେ, ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି।
John 15:24 in Oriya 24 ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହି ସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।
John 18:37 in Oriya 37 ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କ'ଣ ଜଣେ ରାଜା ନୁହଁ ? ଯୀଶୁ ଉତ୍ତର ଦେଲେ, ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା। ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥି ନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି। ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ।
Romans 7:12 in Oriya 12 ଅତଏବ, ମୋଶାଙ୍କ ବ୍ୟବସ୍ଥା ପବିତ୍ର, ପୁଣି, ଆଜ୍ଞା ପବିତ୍ର, ନ୍ୟାୟସଙ୍ଗତ ଓ ଉତ୍ତମ।
Romans 9:32 in Oriya 32 କାହିଁକି ? କାରଣ ସେମାନେ ବିଶ୍ୱାସ ଦ୍ୱାରା ତାହା ନ ଖୋଜି କର୍ମ ଦ୍ୱାରା ଖୋଜୁଥିଲେ। ସେମାନେ ସେହି ବାଧାଜନକ ପ୍ରସ୍ତରରେ ଝୁଣ୍ଟି ପଡ଼ିଲେ,
2 Corinthians 2:15 in Oriya 15 କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଇଶ୍ବରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ,
2 Thessalonians 2:9 in Oriya 9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
1 Peter 2:7 in Oriya 7 ଏଣୁ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର