Hosea 2:15 in Oriya 15 ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ।”
Other Translations King James Version (KJV) And I will give her her vineyards from thence, and the valley of Achor for a door of hope: and she shall sing there, as in the days of her youth, and as in the day when she came up out of the land of Egypt.
American Standard Version (ASV) And I will give her her vineyards from thence, and the valley of Achor for a door of hope; and she shall make answer there, as in the days of her youth, and as in the day when she came up out of the land of Egypt.
Bible in Basic English (BBE) And I will give her vine-gardens from there, and the valley of Achor for a door of hope; and she will give her answer there as in the days when she was young, and as in the time when she came up out of the land of Egypt.
Darby English Bible (DBY) And I will give her her vineyards from thence, and the valley of Achor for a door of hope; and she shall sing there, as in the days of her youth and as in the day when she came up out of the land of Egypt.
World English Bible (WEB) I will give her vineyards from there, And the valley of Achor for a door of hope; And she will respond there, As in the days of her youth, And as in the day when she came up out of the land of Egypt.
Young's Literal Translation (YLT) And given to her her vineyards from thence, And the valley of Achor for an opening of hope, And she hath responded there as in the days of her youth, And as in the day of her coming up out of the land of Egypt.
Cross Reference Exodus 15:1 in Oriya 1 ସେତେବେଳେ ମୋଶା ଓ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା-ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।
Leviticus 26:40 in Oriya 40 ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ;
Numbers 21:17 in Oriya 17 ସେହି ସମୟରେ ଇସ୍ରାଏଲ ଏହି ଗୀତ ଗାନ କଲେ, “ହେ କୂପ, ଉଚ୍ଛୁଳି ଉଠ ତୁମ୍ଭେମାନେ ତହିଁ ଉଦ୍ଦେଶ୍ୟରେ ଗାନ କର;
Deuteronomy 30:3 in Oriya 3 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ବନ୍ଦୀତ୍ୱ ଫେରାଇବେ, ତୁମ୍ଭକୁ କରୁଣା କରିବେ ଓ ଫେରି ଆସି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ।
Joshua 7:26 in Oriya 26 ଆଉ ସେମାନେ ତାହା ଉପରେ ଏକ ବୃହତ ପ୍ରସ୍ତର ଢିପି କଲେ, ତାହା ଆଜିଯାଏ ଅଛି; ଏହିରୂପେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେଲେ। ଏହେତୁ ସେହି ସ୍ଥାନ ଆଜିଯାଏ ଆଖୋର୍ ଉପତ୍ୟକା ବୋଲି ଖ୍ୟାତ ଅଛି।
Nehemiah 1:8 in Oriya 8 ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ସତ୍ୟଲଙ୍ଘନ କଲେ, ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା;
Psalm 106:12 in Oriya 12 ସେତେବେଳେ ସେମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ; ସେମାନେ ତାହାଙ୍କର ପ୍ରଶଂସା ଗାନ କଲେ।
Isaiah 65:10 in Oriya 10 ଆଉ, ଆମ୍ଭର ଯେଉଁ ଲୋକମାନେ ଆମ୍ଭର ଅନ୍ୱେଷଣ କରିଅଛନ୍ତି, ସେମାନଙ୍କ ନିମନ୍ତେ ଶାରୋଣ ଏକ ମେଷ ଖୁଆଡ଼ ଓ ଆଖୋର ଉପତ୍ୟକା ଗୋପଲର ଶୟନ ସ୍ଥାନ ହେବ।
Isaiah 65:21 in Oriya 21 ପୁଣି, ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
Jeremiah 2:2 in Oriya 2 “ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।
Jeremiah 32:15 in Oriya 15 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଏହି ଦେଶରେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ।'”
Lamentations 3:21 in Oriya 21 ମୁଁ ଏହା ମନରେ ସ୍ମରଣ କରୁଥାଏ, ଏଥିପାଇଁ ମୋହର ଭରସା ଅଛି।
Ezekiel 16:8 in Oriya 8 ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ।”
Ezekiel 16:22 in Oriya 22 ପୁଣି, ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ ଓ ବ୍ୟଭିଚାର କ୍ରିୟା କରିବା ବେଳେ ଆପଣା ଯୌବନାବସ୍ଥାର ସମୟ, ଅର୍ଥାତ୍, ଯେଉଁ ସମୟରେ ତୁମ୍ଭେ ବିବସନା, ଉଲଙ୍ଗିନୀ ଥିଲ ଓ ନିଜ ରକ୍ତରେ ଛଟପଟ ହେଉଥିଲ, ସେହି ସମୟକୁ ସ୍ମରଣ କରି ନାହଁ।
Ezekiel 16:60 in Oriya 60 ତଥାପି ତୁମ୍ଭ ଯୌବନାବସ୍ଥାରେ ତୁମ୍ଭ ସହିତ ଆମ୍ଭ କୃତ ନିୟମ ଆମ୍ଭେ ସ୍ମରଣ କରିବା ଓ ତୁମ୍ଭ ପକ୍ଷରେ ଆମ୍ଭେ ଅନନ୍ତକାଳସ୍ଥାୟୀ ଏକ ନିୟମ ସ୍ଥାପନ କରିବା।
Ezekiel 28:26 in Oriya 26 ପୁଣି, ସେମାନେ ତହିଁ ମଧ୍ୟରେ ନିରାପଦରେ ବାସ କରିବେ; ହଁ, ଆମ୍ଭେ ସେମାନଙ୍କର ଅବଜ୍ଞାକାରୀ ଚତୁର୍ଦ୍ଦିଗସ୍ଥିତ ସକଳ ଲୋକଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲା ଉତ୍ତାରେ ସେମାନେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ଆଉ ନିରାପଦରେ ବାସ କରିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଏହା ସେମାନେ ଜାଣିବେ।
Ezekiel 37:11 in Oriya 11 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।
Hosea 2:12 in Oriya 12 ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ୱିରି ବୃକ୍ଷ ବିଷୟରେ କହିଥିଲା ‘ଏହି ସବୁ ମୋର ପ୍ରେମିକଗଣ ମୋର ବେତନ ସ୍ୱରୂପେ ମୋତେ ଦେଇଅଛନ୍ତି', ସେହି ସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହିସବୁକୁ ଅରଣ୍ୟ କରିବା, ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ।
Hosea 11:1 in Oriya 1 ଇସ୍ରାଏଲର ବାଲ୍ୟ କାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।
Hosea 12:9 in Oriya 9 ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା।
Amos 9:14 in Oriya 14 ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃ ନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
Zechariah 9:12 in Oriya 12 ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇ ଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ।
John 10:9 in Oriya 9 ମୁଁ ଦ୍ୱାର, ଯଦି କେହି ମୋ' ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।
Acts 14:27 in Oriya 27 ସେମାନେ ପହଞ୍ଚି ମଣ୍ଡଳୀ କି ଏକତ୍ର କଲେ, ପୁଣି, ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୂଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇଦେଇଥିଲେ, ସେହି ସବୁ ବର୍ଣ୍ଣନା କଲେ।