Hosea 2:2 in Oriya 2 ତୁମ୍ଭେମାନେ ଆପଣା ମାତା ସହିତ ବାଦାନୁବାଦ କର; କାରଣ ସେ ଆମ୍ଭର ଭାର୍ଯ୍ୟା ନୁହେଁ, କିଅବା ଆମ୍ଭେ ତାହାର ସ୍ୱାମୀ ନୋହୁଁ; ସେ ଆପଣା ଦୃଷ୍ଟିରୁ ଆପଣା ବେଶ୍ୟାଚାର ଓ ଆପଣା ସ୍ତନଦ୍ୱୟର ମଧ୍ୟରୁ ବ୍ୟଭିଚାର ଦୂର କରୁ;
Other Translations King James Version (KJV) Plead with your mother, plead: for she is not my wife, neither am I her husband: let her therefore put away her whoredoms out of her sight, and her adulteries from between her breasts;
American Standard Version (ASV) Contend with your mother, contend; for she is not my wife, neither am I her husband; and let her put away her whoredoms from her face, and her adulteries from between her breasts;
Bible in Basic English (BBE) Take up the cause against your mother, take it up, for she is not my wife, and I am not her husband; let her put away her loose ways from her face, and her false ways from between her breasts;
Darby English Bible (DBY) Plead with your mother, plead; for she is not my wife, neither am I her husband: and let her put away her whoredoms from her face, and her adulteries from between her breasts;
World English Bible (WEB) Contend with your mother! Contend, for she is not my wife, Neither am I her husband; And let her put away her prostitution from her face, And her adulteries from between her breasts;
Young's Literal Translation (YLT) Plead ye with your mother -- plead, (For she `is' not My wife, and I `am' not her husband,) And she turneth her whoredoms from before her, And her adulteries from between her breasts,
Cross Reference Isaiah 50:1 in Oriya 1 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ ? ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।
Isaiah 58:1 in Oriya 1 ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।
Jeremiah 2:2 in Oriya 2 “ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।
Jeremiah 3:1 in Oriya 1 ଲୋକେ କହନ୍ତି, “କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ ?” ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ ? ତଥାପି ସଦାପ୍ରଭୁ କହନ୍ତି, “ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ !
Jeremiah 3:6 in Oriya 6 ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି।
Jeremiah 3:13 in Oriya 13 ସଦାପ୍ରଭୁ କହନ୍ତି, “ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।”
Jeremiah 19:3 in Oriya 3 ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା,” ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।
Ezekiel 16:20 in Oriya 20 “ଆହୁରି, ଆମ୍ଭ ନିମନ୍ତେ ତୁମ୍ଭେ ଯେଉଁମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ଆପଣାର ସେହି ପୁତ୍ର ଓ କନ୍ୟାଗଣକୁ ନେଇ ଗ୍ରାସିତ ହେବା ପାଇଁ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ।
Ezekiel 16:25 in Oriya 25 ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଉଚ୍ଚସ୍ଥଳୀ ପ୍ରସ୍ତୁତ କରିଅଛ ଓ ଆପଣାର ସୌନ୍ଦର୍ଯ୍ୟକୁ ଘୃଣାଯୋଗ୍ୟ କରିଅଛ ଓ ପ୍ରତ୍ୟେକ ପଥିକ ପାଇଁ ଆପଣାର ପାଦଦ୍ୱୟ ଅନାବୃତ କରିଅଛ, ଆଉ ଆପଣାର ବ୍ୟଭିଚାର କ୍ରିୟା ବଢ଼ାଇଅଛ।
Ezekiel 20:4 in Oriya 4 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ସେମାନଙ୍କର ବିଚାର କରିବ ? ତୁମ୍ଭେ କି ସେମାନଙ୍କର ବିଚାର କରିବ ? ସେମାନଙ୍କ ପିତୃପୁରୁଷଗଣର ଘୃଣାଯୋଗ୍ୟ କ୍ରିୟାସକଳ ସେମାନଙ୍କୁ ଜ୍ଞାତ କରାଅ,”
Ezekiel 23:43 in Oriya 43 ତେବେ ବ୍ୟଭିଚାର କ୍ରିୟାରେ ଜୀର୍ଣ୍ଣା ସ୍ତ୍ରୀ ବିଷୟରେ ଆମ୍ଭେ କହିଲୁ, ଏବେ ସେମାନେ ତାହା ସଙ୍ଗେ ବ୍ୟଭିଚାର କାର୍ଯ୍ୟ କରିବେ ଓ ସେ ସେମାନଙ୍କ ସଙ୍ଗେ କରିବ।
Ezekiel 23:45 in Oriya 45 ମାତ୍ର ଧାର୍ମିକ ଲୋକମାନେ ବ୍ୟଭିଚାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନଙ୍କର ବିଚାରାନୁସାରେ ସେମାନଙ୍କର ବିଚାର କରିବେ; ଯେହେତୁ ସେମାନେ ବ୍ୟଭିଚାରିଣୀ ଓ ସେମାନଙ୍କ ହସ୍ତରେ ରକ୍ତ ଅଛି।”
Hosea 1:2 in Oriya 2 ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।”
Hosea 2:5 in Oriya 5 ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, “ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନାବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।”
Matthew 23:37 in Oriya 37 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
Acts 7:51 in Oriya 51 ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
2 Corinthians 5:16 in Oriya 16 ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।