Hosea 2:3 in Oriya 3 ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;
Other Translations King James Version (KJV) Lest I strip her naked, and set her as in the day that she was born, and make her as a wilderness, and set her like a dry land, and slay her with thirst.
American Standard Version (ASV) lest I strip her naked, and set her as in the day that she was born, and make her as a wilderness, and set her like a dry land, and slay her with thirst.
Bible in Basic English (BBE) For fear that I may take away her robe from her, making her uncovered as in the day of her birth; making her like a waste place and a dry land, causing her death through need of water.
Darby English Bible (DBY) lest I strip her naked, and set her as in the day that she was born, and make her as a wilderness, and set her as a dry land, and slay her with thirst.
World English Bible (WEB) Lest I strip her naked, And make her bare as in the day that she was born, And make her like a wilderness, And set her like a dry land, And kill her with thirst.
Young's Literal Translation (YLT) Lest I strip her naked. And have set her up as `in' the day of her birth, And have made her as a wilderness, And have set her as a dry land, And have put her to death with thirst.
Cross Reference Exodus 17:3 in Oriya 3 ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ ଆଣିଅଛ ?”
Judges 15:18 in Oriya 18 ଏଥି ଉତ୍ତାରେ ସେ ଅତି ତୃଷାର୍ତ୍ତ ହୋଇ ସଦାପ୍ରଭୁଙ୍କୁ ଡାକି କହିଲା, ତୁମ୍ଭେ ଆପଣା ଦାସର ହସ୍ତ ଦ୍ୱାରା ଏହି ମହାଉଦ୍ଧାର ସାଧନ କରିଅଛ; ଏବେ ମୁଁ ତୃଷ୍ଣାରେ ମରିବି ଓ ଏହି ଅସୁନ୍ନତମାନଙ୍କ ହସ୍ତରେ ପଡ଼ିବି।
Isaiah 32:13 in Oriya 13 ମୋ' ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳି ବୃକ୍ଷମୟ ହେବ; ହଁ, ଉଲ୍ଲାସପ୍ରିୟ ନଗରର ଯାବତୀୟ ଆନନ୍ଦ-ଗୃହ ତାହା ହିଁ ହେବ;
Isaiah 33:9 in Oriya 9 ଦେଶ ବିଳାପ କରି ମଳିନ ହେଉଅଛି; ଲିବାନୋନ ଲଜ୍ଜିତ ହୋଇ ଶୁଷ୍କ ହେଉଅଛି; ଶାରୋଣ ଅରଣ୍ୟ ତୁଲ୍ୟ ହୋଇଅଛି; ପୁଣି ବାଶନ୍ ଓ କର୍ମିଲ୍ ପତ୍ର ଝାଡ଼ି ଦେଉଅଛନ୍ତି।
Isaiah 47:3 in Oriya 3 ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ।
Isaiah 64:10 in Oriya 10 ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି, ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ୱଂସସ୍ଥାନ ହୋଇଅଛି।
Jeremiah 2:6 in Oriya 6 ଅଥବା ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି, ଏହା ସେମାନେ କହିଲେ ନାହିଁ।
Jeremiah 2:31 in Oriya 31 ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, “ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ ?
Jeremiah 4:26 in Oriya 26 ମୁଁ ଅନାଇଲି, ଆଉ ଦେଖ, ସଦାପ୍ରଭୁଙ୍କ ଛାମୁରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧ ସମ୍ମୁଖରେ ଉର୍ବରା କ୍ଷେତ୍ର, ମରୁଭୂମି ଓ ତହିଁର ନଗରସକଳ ଭଗ୍ନ ହୋଇଥିଲା।
Jeremiah 12:10 in Oriya 10 ଅନେକ ପଲ ରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକି ଧ୍ୱଂସିତ ପ୍ରାନ୍ତର କରିଅଛନ୍ତି।
Jeremiah 13:22 in Oriya 22 ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋ' ପ୍ରତି ଏପରି ଦଶା କାହିଁକି ଘଟିଲା ? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।
Jeremiah 13:26 in Oriya 26 ଏନିମନ୍ତେ ଆମ୍ଭେ ହିଁ ତୁମ୍ଭ ବସ୍ତ୍ରର ଅଞ୍ଚଳ ତୁମ୍ଭ ମୁଖ ପର୍ଯ୍ୟନ୍ତ ଟେକିବା ଓ ତୁମ୍ଭର ଲଜ୍ଜା ଦେଖାଯିବ।
Jeremiah 17:6 in Oriya 6 ସେ ମରୁଭୂମିସ୍ଥିତ ଝାଉଁ ବୃକ୍ଷ ତୁଲ୍ୟ ହେବ, ମଙ୍ଗଳ ଉପସ୍ଥିତ ହେବା ବେଳେ ସେ ଦେଖିବ ନାହିଁ; ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବ।
Jeremiah 22:6 in Oriya 6 କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ୍ ଓ ଲିବାନୋନ୍ର ଶୃଙ୍ଗ ସ୍ୱରୂପ ଅଟ; ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ୱରୂପ କରିବା।
Jeremiah 51:43 in Oriya 43 ତାହାର ନଗରସକଳ ଧ୍ୱଂସସ୍ଥାନ ଓ ଶୁଷ୍କଭୂମି ଓ ପ୍ରାନ୍ତର ହୋଇଅଛି, ସେ ଦେଶ ମଧ୍ୟରେ କୌଣସି ମନୁଷ୍ୟ ବାସ କରେ ନାହିଁ, କିଅବା ତହିଁ ମଧ୍ୟଦେଇ କୌଣସି ମନୁଷ୍ୟ ସନ୍ତାନ ଗମନାଗମନ କରେ ନାହିଁ।
Ezekiel 16:4 in Oriya 4 ତୁମ୍ଭ ଜନ୍ମର ବିବରଣ ଏହି, ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ନାଭି କଟା ହୋଇ ନ ଥିଲା, କିଅବା ତୁମ୍ଭକୁ ପରିଷ୍କାର କରିବା ପାଇଁ ଜଳରେ ସ୍ନାନ କରାଯାଇ ନ ଥିଲା; ତୁମ୍ଭେ ଲବଣରେ ମଖାଯାଇ ନ ଥିଲ, କିଅବା ପଟୀରେ ଗୁଡ଼ା ଯାଇ ନ ଥିଲ।
Ezekiel 16:22 in Oriya 22 ପୁଣି, ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ ଓ ବ୍ୟଭିଚାର କ୍ରିୟା କରିବା ବେଳେ ଆପଣା ଯୌବନାବସ୍ଥାର ସମୟ, ଅର୍ଥାତ୍, ଯେଉଁ ସମୟରେ ତୁମ୍ଭେ ବିବସନା, ଉଲଙ୍ଗିନୀ ଥିଲ ଓ ନିଜ ରକ୍ତରେ ଛଟପଟ ହେଉଥିଲ, ସେହି ସମୟକୁ ସ୍ମରଣ କରି ନାହଁ।
Ezekiel 16:37 in Oriya 37 ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।
Ezekiel 19:13 in Oriya 13 ପୁଣି, ଏବେ ସେ ପ୍ରାନ୍ତର ମଧ୍ୟରେ ନିର୍ଜଳ ଓ ଶୁଷ୍କ ଭୂମିରେ ରୋପିତ ହୋଇଅଛି।
Ezekiel 20:35 in Oriya 35 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗୋଷ୍ଠୀସମୂହର ପ୍ରାନ୍ତରକୁ ଆଣି ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭମାନଙ୍କ ସହିତ ବିଚାର କରିବା।”
Ezekiel 23:26 in Oriya 26 ସେମାନେ ମଧ୍ୟ ତୁମ୍ଭକୁ ବିବସ୍ତ୍ରା କରିବେ ଓ ତୁମ୍ଭର ସୁନ୍ଦର ଅଳଙ୍କାରସବୁ ନେଇଯିବେ।
Hosea 2:10 in Oriya 10 ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।
Amos 8:11 in Oriya 11 ପ୍ରଭୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା, ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ, ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ।
Revelation 17:16 in Oriya 16 ପୁଣି, ଯେଉଁ ଦଶ ଶିଙ୍ଗ ଦେଖିଲ, ସେହି ସବୁ ଓ ସେହି ପଶୁ ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଛିନ୍ନ ଓ ଉଲଙ୍ଗ କରିବେ ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;