Hosea 2:8 in Oriya 8 “ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।
Other Translations King James Version (KJV) For she did not know that I gave her corn, and wine, and oil, and multiplied her silver and gold, which they prepared for Baal.
American Standard Version (ASV) For she did not know that I gave her the grain, and the new wine, and the oil, and multiplied unto her silver and gold, which they used for Baal.
Bible in Basic English (BBE) For she had no knowledge that it was I who gave her the grain and the wine and the oil, increasing her silver and gold which they gave to the Baal.
Darby English Bible (DBY) And she did not know that I had given her the corn and the new wine and the oil, and had multiplied to her the silver and gold, which they employed for Baal.
World English Bible (WEB) For she did not know that I gave her the grain, the new wine, and the oil, And multiplied to her silver and gold, which they used for Baal.
Young's Literal Translation (YLT) And she knew not that I had given to her, The corn, and the new wine, and the oil. Yea, silver I did multiply to her, And the gold they prepared for Baal.
Cross Reference Exodus 32:2 in Oriya 2 ତହୁଁ ହାରୋଣ ସେମାନଙ୍କୁ କହିଲେ, “ତେବେ ତୁମ୍ଭେମାନେ ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ରକନ୍ୟାଗଣର କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳ କାଢ଼ି ମୋ' ପାଖକୁ ଆଣ।”
Judges 9:27 in Oriya 27 ଆଉ ସେମାନେ ଦ୍ରାକ୍ଷାକ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍କୁ ଶାପ ଦେଲେ।
Judges 17:1 in Oriya 1 ଇଫ୍ରୟିମ-ପର୍ବତମୟ ଦେଶରେ ମୀଖା ନାମରେ ଜଣେ ଲୋକ ଥିଲା।
Isaiah 1:3 in Oriya 3 ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।
Isaiah 24:7 in Oriya 7 ନୂତନ ଦ୍ରାକ୍ଷାରସ ଶୋକ କରୁଅଛି, ଦ୍ରାକ୍ଷାଲତା ମ୍ଳାନ ହେଉଅଛି, ପ୍ରଫୁଲ୍ଲଚିତ୍ତ ସମସ୍ତେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି।
Isaiah 46:6 in Oriya 6 ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।
Jeremiah 7:18 in Oriya 18 ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶ ରାଣୀ ଚନ୍ଦ୍ରମାର ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।'
Jeremiah 44:17 in Oriya 17 ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶ ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।
Ezekiel 16:16 in Oriya 16 ପୁଣି, ତୁମ୍ଭେ ଆପଣା ବସ୍ତ୍ରର କିଛି କିଛି ନେଇ ଆପଣା ପାଇଁ ନାନା ରଙ୍ଗରେ ଭୂଷିତ ଉଚ୍ଚସ୍ଥଳୀ ନିର୍ମାଣ କଲ ଓ ତହିଁ ଉପରେ ବ୍ୟଭିଚାର କ୍ରିୟା କଲ; ଏପରି କାର୍ଯ୍ୟ ହେବ ନାହିଁ, କିଅବା ହେବାର ହିଁ ଉଚିତ୍ ନୁହେଁ।
Daniel 5:3 in Oriya 3 ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହିସବୁରେ ପାନ କଲେ।
Daniel 5:23 in Oriya 23 ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯା'ନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହିସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
Hosea 2:5 in Oriya 5 ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, “ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନାବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।”
Hosea 4:11 in Oriya 11 ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।
Hosea 8:4 in Oriya 4 ସେମାନେ ରାଜାଗଣକୁ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ସେମାନେ ଅଧିପତିଗଣ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭେ ତାହା ଜାଣିଲୁ ନାହିଁ। ସେମାନେ ଯେପରି ଉଚ୍ଛିନ୍ନ ହେବେ, ଏଥିପାଇଁ ଆପଣା ନିମନ୍ତେ ରୂପା ଓ ସୁନାରେ ସେମାନେ ପ୍ରତିମାଗଣ ନିର୍ମାଣ କରିଅଛନ୍ତି।”
Hosea 10:1 in Oriya 1 ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।
Hosea 13:2 in Oriya 2 ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ।
Habakkuk 1:16 in Oriya 16 ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଏ; କାରଣ ତାହା ଦ୍ୱାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ।
Luke 15:13 in Oriya 13 ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା।
Luke 16:1 in Oriya 1 ସେ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, ଜଣେ ଧନୀ ଲୋକ ଥିଲେ; ତାହାଙ୍କର ଜଣେ ବେବର୍ତ୍ତା ଥିଲେ, ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ,
Acts 17:23 in Oriya 23 କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, ‘ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ।' ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି।
Romans 1:28 in Oriya 28 ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।