Hosea 3:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, “ଇସ୍ରାଏଲ ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେଉଁପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।”
Other Translations King James Version (KJV) Then said the LORD unto me, Go yet, love a woman beloved of her friend, yet an adulteress, according to the love of the LORD toward the children of Israel, who look to other gods, and love flagons of wine.
American Standard Version (ASV) And Jehovah said unto me, Go again, love a woman beloved of `her' friend, and an adulteress, even as Jehovah loveth the children of Israel, though they turn unto other gods, and love cakes of raisins.
Bible in Basic English (BBE) And the Lord said to me, Give your love again to a woman who has a lover and is false to her husband, even as the Lord has love for the children of Israel, though they are turned to other gods and are lovers of grape-cakes.
Darby English Bible (DBY) And Jehovah said unto me, Go again, love a woman beloved of a friend, and an adulteress, according to the love of Jehovah for the children of Israel, though they turn to other gods, and love raisin-cakes.
World English Bible (WEB) Yahweh said to me, "Go again, love a woman loved by another, and an adulteress, even as Yahweh loves the children of Israel, though they turn to other gods, and love cakes of raisins."
Young's Literal Translation (YLT) And Jehovah saith unto me: `Again, go, love a woman, loved of a friend, and an adulteress, like the loved of Jehovah, the sons of Israel, and they are turning unto other gods, and are lovers of grape-cakes.'
Cross Reference Exodus 32:6 in Oriya 6 ଏଥିରେ ଲୋକମାନେ ପରଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନ ଓ ପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ।
Deuteronomy 7:6 in Oriya 6 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି।
Judges 9:27 in Oriya 27 ଆଉ ସେମାନେ ଦ୍ରାକ୍ଷାକ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍କୁ ଶାପ ଦେଲେ।
Judges 10:16 in Oriya 16 ଏଥି ଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା।
2 Samuel 6:19 in Oriya 19 ପୁଣି ସେ ଇସ୍ରାଏଲର ସମୁଦାୟ ଜନତା ମଧ୍ୟରେ ସମସ୍ତ ଲୋକଙ୍କୁ, ପୁରୁଷ ଓ ସ୍ତ୍ରୀ ଉଭୟ ମଧ୍ୟରେ ପ୍ରତ୍ୟେକଙ୍କୁ ଏକ ଏକ ଖଣ୍ଡ ରୁଟି ଓ ଏକ ଏକ ଅଂଶ ମାଂସ ଓ ଏକ ଏକ ଦ୍ରାକ୍ଷାଚକ୍ତି ପରିବେଷଣ କଲେ। ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୃହକୁ ପ୍ରସ୍ଥାନ କଲେ।
2 Kings 13:23 in Oriya 23 ମାତ୍ର ସଦାପ୍ରଭୁ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ ଆପଣା କୃତ ନିୟମ ସକାଶୁ ସେମାନଙ୍କ ପ୍ରତି ଅନୁଗ୍ରହ କଲେ ଓ ସେମାନଙ୍କ ଉପରେ ଦୟା ବହି ସେମାନଙ୍କ ପ୍ରତି ସୁଦୃଷ୍ଟି କଲେ, ଆଉ ସେମାନଙ୍କୁ ବିନାଶ କରିବାକୁ ଅସମ୍ମତ ହେଲେ ଓ ଏପର୍ଯ୍ୟନ୍ତ ଆପଣା ସମ୍ମୁଖରୁ ସେମାନଙ୍କୁ ଦୂର କଲେ ନାହିଁ।
Nehemiah 9:18 in Oriya 18 ହଁ, ଏପରିକି ସେମାନେ ଛାଞ୍ଚରେ ଢଳା ଏକ ଗୋବତ୍ସ ନିର୍ମାଣ କରି କହିଲେ, “ଯେଉଁ ଦେବତା ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି,” ଏହା କହି ପ୍ରଭୁଙ୍କୁ ମହା ଅପମାନ କଲେ;
Nehemiah 9:31 in Oriya 31 ତଥାପି ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ନିଃଶେଷ କଲ ନାହିଁ, ଅବା ସେମାନଙ୍କୁ ପରିତ୍ୟାଗ କଲ ନାହିଁ; କାରଣ ତୁମ୍ଭେ କୃପାମୟ ଓ ଦୟାଳୁ ପରମେଶ୍ୱର ଅଟ।
Psalm 106:43 in Oriya 43 ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ; ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ବିଦ୍ରୋହୀ ହେଲେ ଓ ଆପଣା ଆପଣା ଅଧର୍ମରେ କ୍ଷୀଣ ହେଲେ।
Psalm 123:2 in Oriya 2 ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ।
Isaiah 17:7 in Oriya 7 ସେହି ଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ଦୃଷ୍ଟି ରଖିବ।
Isaiah 45:22 in Oriya 22 ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।
Jeremiah 3:1 in Oriya 1 ଲୋକେ କହନ୍ତି, “କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ ?” ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ ? ତଥାପି ସଦାପ୍ରଭୁ କହନ୍ତି, “ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ !
Jeremiah 3:12 in Oriya 12 ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମୀନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ;' କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।'”
Jeremiah 3:20 in Oriya 20 ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ୱାସଘାତକତାପୂର୍ବକ ଆପଣା ସ୍ୱାମୀକି ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ୱାସଘାତକତା କରିଅଛ।
Jeremiah 31:20 in Oriya 20 ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର ? ସେ କି ଆନନ୍ଦଦାୟୀ ବାଳକ ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେ ଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା,” ଏହା ସଦାପ୍ରଭୁ କହନ୍ତି।
Hosea 1:2 in Oriya 2 ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।”
Hosea 4:11 in Oriya 11 ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।
Hosea 7:5 in Oriya 5 ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା।
Hosea 9:1 in Oriya 1 ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ।
Hosea 11:8 in Oriya 8 ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା ? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା ? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା ? ଆମ୍ଭେ କିପରି ତୁମ୍ଭକୁ ସବୋୟିମର ନଗରୀ ତୁଲ୍ୟ ରଖିବା ? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।
Amos 2:8 in Oriya 8 ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।
Amos 6:6 in Oriya 6 ବଡ଼ ବଡ଼ ପାତ୍ରରେ ଦ୍ରାକ୍ଷାରସ ପାନ କରନ୍ତି ଓ ଉତ୍କୃଷ୍ଟ ତୈଳରେ ଆପଣାମାନଙ୍କୁ ମର୍ଦ୍ଦନ କରନ୍ତି; ମାତ୍ର ଯୋଷେଫଙ୍କ କ୍ଲେଶରେ ସେମାନେ ଦୁଃଖିତ ହୁଅନ୍ତି ନାହିଁ।
Micah 7:7 in Oriya 7 ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି; ମୋ' ପରିତ୍ରାଣର ପରମେଶ୍ୱରଙ୍କ ପାଇଁ ମୁଁ ଅପେକ୍ଷା କରିବି; ମୋ' ପରମେଶ୍ୱର ମୋର କଥା ଶୁଣିବେ।
Micah 7:18 in Oriya 18 ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞାଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
Zechariah 1:16 in Oriya 16 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 26:50 in Oriya 50 କିନ୍ତୁ ଯୀଶୁ ତାହାକୁ କହିଲେ, ହେ ବନ୍ଧୁ, ଯାହା କରିବା ନିମନ୍ତେ ଆସିଅଛ, ତାହା କର। ସେଥିରେ ସେମାନେ ପାଖକୁ ଆସି ଯୀଶୁଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ।
Luke 1:54 in Oriya 54 ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଉକ୍ତ ତାହାଙ୍କର ବାକ୍ୟାନୁସାରେ ସେ ଅବ୍ରହାମ ଓ ତାହାଙ୍କ ସନ୍ତାନମାନଙ୍କ ପ୍ରତି,
1 Corinthians 10:7 in Oriya 7 ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖା ଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ।”
1 Corinthians 10:21 in Oriya 21 ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରି ପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇ ପାର ନାହିଁ।
1 Peter 4:3 in Oriya 3 ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;