Hosea 3:4 in Oriya 4 କାରଣ ଇସ୍ରାଏଲ ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;
Other Translations King James Version (KJV) For the children of Israel shall abide many days without a king, and without a prince, and without a sacrifice, and without an image, and without an ephod, and without teraphim:
American Standard Version (ASV) For the children of Israel shall abide many days without king, and without prince, and without sacrifice, and without pillar, and without ephod or teraphim:
Bible in Basic English (BBE) For the children of Israel will for a long time be without king and without ruler, without offerings and without pillars, and without ephod or images.
Darby English Bible (DBY) For the children of Israel shall abide many days without king, and without prince, and without sacrifice, and without statue, and without ephod and teraphim.
World English Bible (WEB) For the children of Israel shall abide many days without king, and without prince, and without sacrifice, and without sacred stone, and without ephod or idols.
Young's Literal Translation (YLT) For many days remain do the sons of Israel without a king, and there is no prince, and there is no sacrifice, and there is no standing pillar, and there is no ephod and teraphim.
Cross Reference Genesis 31:19 in Oriya 19 ସେହି ସମୟରେ ଲାବନ ମେଷର ଲୋମ ଛେଦନ କରିବାକୁ ଯାଇଥିଲା; ପୁଣି, ରାହେଲ ଆପଣା ପିତାଙ୍କର ଠାକୁରମାନଙ୍କୁ ହରଣ କଲା।
Genesis 49:10 in Oriya 10 ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
Exodus 28:4 in Oriya 4 ଅର୍ଥାତ୍, ବୁକୁପଟା, ଏଫୋଦ, ଚୋଗା, ବୁଟାଦାର ଜାମା, ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।
Leviticus 8:7 in Oriya 7 ପୁଣି ହାରୋଣଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ତାଙ୍କର କଟି ବାନ୍ଧିଲେ ଓ ତାଙ୍କୁ ଚୋଗା ପିନ୍ଧାଇଲେ ଓ ତହିଁ ଉପରେ ଏଫୋଦ ଦେଲେ, ପୁଣି ଏଫୋଦର ଚିତ୍ରିତ ପଟୁକା ବାନ୍ଧି ତହିଁ ସଙ୍ଗେ ଏଫୋଦକୁ ବାନ୍ଧିଲେ।
Judges 8:27 in Oriya 27 ତହୁଁ ଗିଦିୟୋନ୍ ତହିଁରେ ଏକ ଏଫୋଦ ବନାଇ ଆପଣାର ଅଫ୍ରା ନାମକ ନଗରରେ ରଖିଲେ; ଆଉ ସମସ୍ତ ଇସ୍ରାଏଲ ତହିଁର ପଶ୍ଚାଦ୍ଗମନ କରି ସେଠାରେ ବ୍ୟଭିଚାରୀ ହେଲେ; ପୁଣି ତାହା ଗିଦିୟୋନ୍ଙ୍କ ପ୍ରତି ଓ ତାଙ୍କର ବଂଶ ପ୍ରତି ଫାନ୍ଦ ସ୍ୱରୂପ ହେଲା।
Judges 17:5 in Oriya 5 ପୁଣି ଏହି ମୀଖାର ଏକ ଦେବାଳୟ ଥିଲା ଓ ସେ ଏକ ଏଫୋଦ ଓ କେତେକ ଠାକୁର ନିର୍ମାଣ କରି ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ନିଯୁକ୍ତ କରନ୍ତେ, ସେ ଯାଜକ ହେଲା।
Judges 18:17 in Oriya 17 ଏଥିରେ ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ, ପୁଣି ତହିଁ ଭିତରକୁ ଯାଇ ଖୋଦିତ ପ୍ରତିମା ଓ ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଉଠାଇ ନେଲେ; ସେ ସମୟରେ ଯାଜକ ଦ୍ୱାର ପ୍ରବେଶ ସ୍ଥାନରେ ଯୁଦ୍ଧାସ୍ତ୍ରରେ ସସଜ୍ଜ ସେହି ଛଅ ଶହ ଲୋକ ସଙ୍ଗରେ ଛିଡ଼ା ହୋଇଥିଲା।
1 Samuel 2:18 in Oriya 18 ସେସମୟରେ ଶାମୁୟେଲ ବାଳକ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ।
1 Samuel 14:3 in Oriya 3 ମଧ୍ୟ ଯେଉଁ ଏଲି ଶୀଲୋରେ ସଦାପ୍ରଭୁଙ୍କ ଯାଜକ ଥିଲେ, ତାଙ୍କ ପ୍ରପୌତ୍ର, ପୀନହସ୍ର ପୌତ୍ର, ଐକାବୋଦର ଭ୍ରାତା ଅହୀଟୂବର ପୁତ୍ର ଅହୀୟ ଏଫୋଦ ପିନ୍ଧି ସେଠାରେ ଥିଲା। ଆଉ ଯୋନାଥନ ଯେ ବାହାର ହୋଇ ଯାଇଅଛି, ଏ କଥା ଲୋକମାନେ ଜାଣି ନ ଥିଲେ।
1 Samuel 21:9 in Oriya 9 ତହିଁରେ ଯାଜକ କହିଲା, ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ଼୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ା ହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ। ତହୁଁ ଦାଉଦ କହିଲେ ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ।
1 Samuel 22:18 in Oriya 18 ଏଣୁ ରାଜା ଦୋୟେଗ୍କୁ କହିଲେ, ତୁମ୍ଭେ ଫେରି ଏହି ଯାଜକମାନଙ୍କୁ ଆକ୍ରମଣ କର। ତହିଁରେ ଇଦୋମୀୟ ଦୋୟେଗ୍ ଫେରି ଯାଜକମାନଙ୍କୁ ଆକ୍ରମଣ କଲା ଓ ସେହିଦିନ ସେ ଶୁକ୍ଳ ଏଫୋଦ-ପରିଧାନକାରୀ ପଞ୍ଚାଶୀ ଜଣଙ୍କୁ ବଧ କଲା।
1 Samuel 23:6 in Oriya 6 ଯେତେବେଳେ ଅହୀମେଲକ୍ର ପୁତ୍ର ଅବୀୟାଥର କିୟୀଲାକୁ ଦାଉଦଙ୍କ କତିକି ପଳାଇ ଆସିଥିଲା, ସେତେବେଳେ ଏକ ଏଫୋଦ ହାତରେ ନେଇ ଆସିଥିଲା।
1 Samuel 23:9 in Oriya 9 ପୁଣି, ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, ଏଠାକୁ ଏଫୋଦ ଆଣ।
1 Samuel 30:7 in Oriya 7 ଏଉତ୍ତାରେ ଦାଉଦ ଅହୀମେଲକ୍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, ମୋ' କତିକି ଟିକିଏ ଏଫୋଦ ଆଣିଲ। ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା।
2 Samuel 6:14 in Oriya 14 ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେହି ସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ।
2 Kings 23:24 in Oriya 24 ଆହୁରି ଯୋଶୀୟ ଯେପରି ସଦାପ୍ରଭୁଙ୍କ ଗୃହରେ ହିଲ୍କିୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ଏଥିପାଇଁ ଯିହୁଦା ଦେଶରେ ଓ ଯିରୂଶାଲମରେ ଯେସବୁ ଭୂତୁଡ଼ିଆ, ଗୁଣିଆ, ଠାକୁର, ପୁତ୍ତଳି ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା, ସେ ତାହାସବୁ ଦୂର କଲେ।
2 Chronicles 15:2 in Oriya 2 ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ, ତୁମ୍ଭେମାନେ ମୋ' କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବା ଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।
Isaiah 19:19 in Oriya 19 ସେହି ଦିନ ମିସର ଦେଶର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ହେବ ଓ ତହିଁର ସୀମା ନିକଟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସ୍ତମ୍ଭ ସ୍ଥାପିତ ହେବ।
Jeremiah 15:4 in Oriya 4 ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା।
Ezekiel 20:32 in Oriya 32 ପୁଣି, ଆମ୍ଭେମାନେ କାଷ୍ଠ ଓ ପ୍ରସ୍ତରର ସେବା କରି ଅନ୍ୟ ଦେଶୀୟମାନଙ୍କର ଓ ନାନା ଦେଶ ନିବାସୀ ଗୋଷ୍ଠୀମାନଙ୍କ ତୁଲ୍ୟ ହେବା ବୋଲି ଏହି ଯେଉଁ କଥା ତୁମ୍ଭମାନଙ୍କ ମନରେ ଉଠୁଅଛି ଓ ଯାହା ତୁମ୍ଭେମାନେ କହୁଅଛ, ତାହା କେବେ ଘଟିବ ନାହିଁ।”
Ezekiel 21:21 in Oriya 21 କାରଣ ବାବିଲ ରାଜା ମନ୍ତ୍ର ପାଠ କରିବା ନିମନ୍ତେ ଦୁଇ ପଥର ସଙ୍ଗମ ସ୍ଥାନରେ, ଅର୍ଥାତ୍, ଦୁଇ ପଥର ମୁଣ୍ଡରେ ଠିଆ ହେଲା; ସେ ତୀରସବୁ ଏଣେତେଣେ ହଲାଇଲା, ସେ ଠାକୁରମାନଙ୍କୁ ମନ୍ତ୍ରଣା ପଚାରିଲା, ସେ ଯକୃତ ନିରୀକ୍ଷଣ କଲା।
Daniel 8:11 in Oriya 11 ହଁ, ସେହି ବାହିନୀଗଣର ଅଧିପତି ବିରୁଦ୍ଧରେ ଆପଣାର ବଡ଼ାଇ କରି ତାହାଙ୍କଠାରୁ ନିତ୍ୟ ହୋମାର୍ଥକ ବଳି ଅପହରଣ କଲା ଓ ତାହାଙ୍କ ଧର୍ମଧାମ ନିପାତିତ ହେଲା।
Daniel 9:27 in Oriya 27 ପୁଣି, ସେ ଏକ ସପ୍ତାହ ପର୍ଯ୍ୟନ୍ତ ଅନେକର ସହିତ ଦୃଢ଼ ନିୟମ କରିବ ଓ ସପ୍ତାହର ଅର୍ଦ୍ଧେକ କାଳ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ; ଆଉ, ଘୃଣାଯୋଗ୍ୟ ବସ୍ତୁସକଳର ପକ୍ଷ ଉପରେ ବିନାଶକ ଜଣେ ଆସିବ; ପୁଣି, ନିରୂପିତ ସିଦ୍ଧି ପର୍ଯ୍ୟନ୍ତ ବିନାଶକର ଉପରେ କ୍ରୋଧ ଢଳାଯିବ।
Daniel 11:31 in Oriya 31 ଆଉ, ତାହାର ପକ୍ଷସ୍ଥ ସୈନ୍ୟଗଣ ଉଠି ଧର୍ମଧାମ, ଅର୍ଥାତ୍, ଦୁର୍ଗ ଅଶୁଚି କରିବେ ଓ ନିତ୍ୟ ନୈବେଦ୍ୟ ନିବୃତ୍ତ କରିବେ, ଆଉ ସର୍ବନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରିବେ।
Daniel 12:11 in Oriya 11 ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ହଜାର ଦୁଇ ଶହ ନବେ ଦିନ ହେବ।
Hosea 2:11 in Oriya 11 ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା।
Hosea 10:1 in Oriya 1 ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।
Hosea 13:11 in Oriya 11 ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ।
Micah 5:11 in Oriya 11 ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା;
Zechariah 13:2 in Oriya 2 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରା ଯିବେ ନାହିଁ; ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରିବା।
Matthew 24:1 in Oriya 1 ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବା ସମୟରେ ତାହାଙ୍କର ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ପ୍ରାସାଦସମୂହ ଦେଖାଇବା ପାଇଁ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ସେ ସେମାନଙ୍କୁ କହିଲେ,
Luke 21:24 in Oriya 24 ଆଉ ସେମାନେ ଖଡ଼୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୂଦୀ ମଧ୍ୟକୁ ନିଆ ହେବେ, ପୁଣି, ଅଣଯିହୂଦୀୟମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦତଳିତ ହୋଇ ରହିବ।
John 19:15 in Oriya 15 ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କ'ଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା ? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ।
Acts 6:13 in Oriya 13 ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ,ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ଦତ୍ତ ନିୟମ ବିରୁଦ୍ଧରେ କଥା କହିବାକୁ ବନ୍ଦ କରୁ ନାହିଁ,
Hebrews 10:26 in Oriya 26 କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,