Hosea 4:1 in Oriya 1 ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।
Other Translations King James Version (KJV) Hear the word of the LORD, ye children of Israel: for the LORD hath a controversy with the inhabitants of the land, because there is no truth, nor mercy, nor knowledge of God in the land.
American Standard Version (ASV) Hear the word of Jehovah, ye children of Israel; for Jehovah hath a controversy with the inhabitants of the land, because there is no truth, nor goodness, nor knowledge of God in the land.
Bible in Basic English (BBE) Give ear to the word of the Lord, O children of Israel; for the Lord has a cause against the people of this land, because there is no good faith in it, and no mercy and no knowledge of God in the land.
Darby English Bible (DBY) Hear the word of Jehovah, ye children of Israel; for Jehovah hath a controversy with the inhabitants of the land; for there is no truth, nor goodness, nor knowledge of God in the land.
World English Bible (WEB) Hear the word of Yahweh, you children of Israel; For Yahweh has a charge against the inhabitants of the land: "Indeed there is no truth, Nor goodness, Nor knowledge of God in the land.
Young's Literal Translation (YLT) `Hear a word of Jehovah, sons of Israel, For a strife `is' to Jehovah with inhabitants of the land, For there is no truth, nor kindness, Nor knowledge of God, in the land,
Cross Reference 1 Kings 22:19 in Oriya 19 ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।”
Isaiah 1:10 in Oriya 10 ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।
Isaiah 1:18 in Oriya 18 ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହିସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।
Isaiah 3:13 in Oriya 13 ସଦାପ୍ରଭୁ ପ୍ରତିବାଦ କରିବାକୁ ଠିଆ ହେଉଅଛନ୍ତି, ଗୋଷ୍ଠୀୟମାନଙ୍କର ବିଚାର କରିବାକୁ ଠିଆ ହେଉଅଛନ୍ତି।
Isaiah 5:3 in Oriya 3 ଏଣୁ ଏବେ ହେ ଯିରୂଶାଲମ ନିବାସୀମାନେ ଓ ଯିହୁଦାର ଲୋକମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରେ, ତୁମ୍ଭେମାନେ ମୋହର ଓ ମୋ' ଦ୍ରାକ୍ଷାକ୍ଷେତ୍ରର ମଧ୍ୟରେ ବିଚାର କର।
Isaiah 28:14 in Oriya 14 ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Isaiah 34:1 in Oriya 1 ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀଗଣ, ତୁମ୍ଭେମାନେ ମନୋଯୋଗ କର; ପୃଥିବୀ ଓ ତତ୍ପୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନ ସକଳ ପଦାର୍ଥ ଶ୍ରବଣ କରୁ।
Isaiah 34:8 in Oriya 8 କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ।
Isaiah 59:13 in Oriya 13 ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।
Isaiah 66:5 in Oriya 5 ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ; ମାତ୍ର ସେମାନେ ଲଜ୍ଜିତ ହେବେ।
Jeremiah 2:4 in Oriya 4 ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Jeremiah 4:22 in Oriya 22 କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।
Jeremiah 4:28 in Oriya 28 ଏଥିସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ଡଳ ଅନ୍ଧକାର ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ।”
Jeremiah 5:4 in Oriya 4 ତହିଁରେ ମୁଁ କହିଲି, “ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କର ଶାସନ ଜାଣନ୍ତି ନାହିଁ;”
Jeremiah 6:13 in Oriya 13 ଯେହେତୁ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।
Jeremiah 7:2 in Oriya 2 ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ୱାରରେ ଠିଆ ହୋଇ ସେଠାରେ ଏହି କଥା ପ୍ରଚାର କରି କୁହ, “ହେ ଯିହୁଦାର ଲୋକ ସମସ୍ତେ, ସଦାପ୍ରଭୁଙ୍କର ଭଜନା କରିବା ନିମନ୍ତେ ଏହିସବୁ ଦ୍ୱାରରେ ପ୍ରବେଶ କରିଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Jeremiah 7:28 in Oriya 28 ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ଯେଉଁମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ ଓ ଶିକ୍ଷା ଗ୍ରହଣ କରି ନାହାନ୍ତି, ସେମାନେ ଏହି ଗୋଷ୍ଠୀ; ସତ୍ୟତା ଲୁପ୍ତ ଓ ତାହା ସେମାନଙ୍କ ମୁଖରୁ ଉଚ୍ଛିନ୍ନ ହୋଇଅଛି।
Jeremiah 9:20 in Oriya 20 ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖ ନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ।
Jeremiah 19:3 in Oriya 3 ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା,” ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।
Jeremiah 25:31 in Oriya 31 ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ୱନି ବ୍ୟାପିବ; କାରଣ ନାନା ଗୋଷ୍ଠୀୟମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି, ସେ ସବୁ ପ୍ରାଣୀର ବିଚାର କରିବେ; ପୁଣି, ଦୁଷ୍ଟମାନଙ୍କୁ ସେ ଖଡ୍ଗରେ ସମର୍ପଣ କରିବେ,” ଏହା ସଦାପ୍ରଭୁ କହନ୍ତି।
Jeremiah 34:4 in Oriya 4 ତଥାପି ହେ ସିଦିକୀୟ ଯିହୁଦାର ରାଜନ୍, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ସଦାପ୍ରଭୁ ତୁମ୍ଭ ବିଷୟରେ ଏହି କଥା କହନ୍ତି, ‘ତୁମ୍ଭେ ଖଡ୍ଗ ଦ୍ୱାରା ମରିବ ନାହିଁ;
Hosea 5:1 in Oriya 1 ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।
Hosea 12:2 in Oriya 2 ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।
Amos 7:16 in Oriya 16 ଏଥିପାଇଁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ତୁମ୍ଭେ କହୁଅଛ, ‘ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ ଓ ଇସ୍ହାକ ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ।'
Micah 6:2 in Oriya 2 ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।
Micah 7:2 in Oriya 2 ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।
John 8:55 in Oriya 55 ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ। ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ।
Romans 1:28 in Oriya 28 ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।
1 Corinthians 15:34 in Oriya 34 ଯଥାର୍ଥରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଇଶ୍ବରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି।
Revelation 2:11 in Oriya 11 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ।
Revelation 2:29 in Oriya 29 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।