Hosea 4:12 in Oriya 12 ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାଁନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।
Other Translations King James Version (KJV) My people ask counsel at their stocks, and their staff declareth unto them: for the spirit of whoredoms hath caused them to err, and they have gone a whoring from under their God.
American Standard Version (ASV) My people ask counsel at their stock, and their staff declareth unto them; for the spirit of whoredom hath caused them to err, and they have played the harlot, `departing' from under their God.
Bible in Basic English (BBE) My people get knowledge from their tree, and their rod gives them news; for a false spirit is the cause of their wandering, and they have been false to their God.
Darby English Bible (DBY) My people ask counsel of their stock, and their staff declareth unto them; for the spirit of whoredoms causeth [them] to err, and they have gone a whoring from under their God:
World English Bible (WEB) My people consult with their wooded idol, And answer to a stick of wood. Indeed the spirit of prostitution has led them astray, And they have been unfaithful to their God.
Young's Literal Translation (YLT) My people at its staff asketh and its rod declareth to it, For a spirit of whoredoms hath caused to err, And they go a-whoring from under their God.
Cross Reference Leviticus 17:7 in Oriya 7 ତହିଁରେ ସେମାନେ ଯେଉଁ ଛାଗ ଦେବତାମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
Leviticus 20:5 in Oriya 5 ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା।
Numbers 15:39 in Oriya 39 ତୁମ୍ଭେମାନେ ଯେପରି ସେହି ଝାଲର ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ତୁମ୍ଭେମାନେ ଆପଣା ଆପଣାର ଯେଉଁ ମନ ଓ ଚକ୍ଷୁ ଅନୁସାରେ ବ୍ୟଭିଚାର କରିଥାଅ, ତଦନୁସାରେ ଯେପରି ଭ୍ରମଣ ନ କରିବ,
Deuteronomy 31:16 in Oriya 16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ, ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।”
2 Chronicles 21:13 in Oriya 13 ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛ;
Psalm 73:27 in Oriya 27 କାରଣ ଦେଖ, ତୁମ୍ଭଠାରୁ ଦୂରରେ ଥିବା ଲୋକମାନେ ବିନଷ୍ଟ ହେବେ; ତୁମ୍ଭଙ୍କୁ ଛାଡ଼ି ବ୍ୟଭିଚାର କରିବା ଲୋକ ସମସ୍ତଙ୍କୁ ତୁମ୍ଭେ ଉଚ୍ଛିନ୍ନ କରିଅଛ।
Isaiah 44:18 in Oriya 18 ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।
Jeremiah 2:27 in Oriya 27 ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, “ତୁମ୍ଭେ ଆମ୍ଭର ପିତା” ଓ ପଥରକୁ କହନ୍ତି, “ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,” ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ବିପଦ ସମୟରେ ସେମାନେ କହିବେ, “ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।”
Jeremiah 3:1 in Oriya 1 ଲୋକେ କହନ୍ତି, “କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ ?” ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ ? ତଥାପି ସଦାପ୍ରଭୁ କହନ୍ତି, “ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ !
Jeremiah 10:8 in Oriya 8 ସେମାନେ ସମସ୍ତେ ପଶୁବତ୍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।
Ezekiel 16:1 in Oriya 1 ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,
Ezekiel 21:21 in Oriya 21 କାରଣ ବାବିଲ ରାଜା ମନ୍ତ୍ର ପାଠ କରିବା ନିମନ୍ତେ ଦୁଇ ପଥର ସଙ୍ଗମ ସ୍ଥାନରେ, ଅର୍ଥାତ୍, ଦୁଇ ପଥର ମୁଣ୍ଡରେ ଠିଆ ହେଲା; ସେ ତୀରସବୁ ଏଣେତେଣେ ହଲାଇଲା, ସେ ଠାକୁରମାନଙ୍କୁ ମନ୍ତ୍ରଣା ପଚାରିଲା, ସେ ଯକୃତ ନିରୀକ୍ଷଣ କଲା।
Ezekiel 23:1 in Oriya 1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Hosea 5:4 in Oriya 4 ସେମାନଙ୍କର କ୍ରିୟାସକଳ ସେମାନଙ୍କୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ଦେବ ନାହିଁ; କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ।
Hosea 9:1 in Oriya 1 ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ।
Micah 2:11 in Oriya 11 ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍ବକ୍ତା ହେବ।
Habakkuk 2:19 in Oriya 19 ଯେଉଁ ଜନ କାଷ୍ଠକୁ କହେ, ଜାଗ୍ରତ ହୁଅ; ମୂକ ପ୍ରସ୍ତରକୁ କହେ ଉଠ, ସେ ସନ୍ତାପର ପାତ୍ର ! ସେ କି ଶିକ୍ଷା ଦେବ ? ଦେଖ, ତାହା ସୁନା ଓ ରୂପାରେ ମଣ୍ଡିତ, ତହିଁ ମଧ୍ୟରେ କିଛି ହିଁ ଶ୍ୱାସବାୟୁ ନାହିଁ।
2 Thessalonians 2:9 in Oriya 9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,