Hosea 4:2 in Oriya 2 ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।
Other Translations King James Version (KJV) By swearing, and lying, and killing, and stealing, and committing adultery, they break out, and blood toucheth blood.
American Standard Version (ASV) There is nought but swearing and breaking faith, and killing, and stealing, and committing adultery; they break out, and blood toucheth blood.
Bible in Basic English (BBE) There is cursing and broken faith, violent death and attacks on property, men are untrue in married life, houses are broken into, and there is blood touching blood.
Darby English Bible (DBY) Swearing, and lying, and killing, and stealing, and committing adultery, -- they break out; and blood toucheth blood.
World English Bible (WEB) There is cursing, lying, murder, stealing, and committing adultery; They break boundaries, and bloodshed causes bloodshed.
Young's Literal Translation (YLT) Swearing, and lying, and murdering, And stealing, and committing adultery -- have increased, And blood against blood hath touched.
Cross Reference Isaiah 24:5 in Oriya 5 ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି।
Isaiah 48:1 in Oriya 1 ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।
Isaiah 59:2 in Oriya 2 ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ।
Isaiah 59:12 in Oriya 12 କାରଣ ତୁମ୍ଭ ସାକ୍ଷାତରେ ଆମ୍ଭମାନଙ୍କର ଅଧର୍ମ ବୃଦ୍ଧି ପାଇଅଛି ଓ ଆମ୍ଭମାନଙ୍କର ପାପ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି; ଯେହେତୁ ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ଓ ଆମ୍ଭମାନଙ୍କର ଅପରାଧସବୁ ଆମ୍ଭେମାନେ ତ ଜାଣୁ;
Jeremiah 5:1 in Oriya 1 ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନ ସବୁରେ ଖୋଜ, ଯଦି ନ୍ୟାୟାଚାରୀ ଓ ସତ୍ୟ ଅନ୍ୱେଷଣକାରୀ ଏକ ଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା।
Jeremiah 5:7 in Oriya 7 ଆମ୍ଭେ କିପରି ତୁମ୍ଭକୁ କ୍ଷମା କରି ପାରିବା ? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ୱର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ।
Jeremiah 5:26 in Oriya 26 କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି; ସେମାନେ ବ୍ୟାଧ ତୁଲ୍ୟ ଛକି ବସି ଜଗନ୍ତି; ସେମାନେ ଫାନ୍ଦ ପାତି ମନୁଷ୍ୟ ଧରନ୍ତି।
Jeremiah 6:7 in Oriya 7 ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ; ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ; ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ।
Jeremiah 7:6 in Oriya 6 ଯଦି ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍ଗାମୀ ନ ହୁଅ;
Jeremiah 9:2 in Oriya 2 ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥା'ନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି ! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।
Jeremiah 23:10 in Oriya 10 କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।
Lamentations 4:13 in Oriya 13 ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି।
Ezekiel 22:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ।”
Ezekiel 22:25 in Oriya 25 ତାହାର ଭବିଷ୍ୟଦ୍ବକ୍ତାମାନେ ତହିଁ ମଧ୍ୟରେ ଚକ୍ରାନ୍ତ କରନ୍ତି, ସେମାନେ ମୃଗୟା ବିଦାରିବାକୁ ଉତ୍ସୁକ ଗର୍ଜନକାରୀ ସିଂହ ପରି; ସେମାନେ ପ୍ରାଣୀମାନଙ୍କୁ ଗ୍ରାସ କରିଅଛନ୍ତି; ସେମାନେ ଧନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ତହିଁ ମଧ୍ୟରେ ଅନେକଙ୍କୁ ବିଧବା କରିଅଛନ୍ତି।
Hosea 5:2 in Oriya 2 ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି; ମାତ୍ର ଆମ୍ଭେ ସେହି ସମସ୍ତଙ୍କର ଅନୁଯୋଗକାରୀ ଅଟୁ।
Hosea 6:9 in Oriya 9 ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି।
Hosea 7:1 in Oriya 1 ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି।
Hosea 7:3 in Oriya 3 ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ୱାରା ରାଜାକୁ ଓ ଆପଣାମାନଙ୍କ ମିଥ୍ୟା ଦ୍ୱାରା ଅଧିପତିମାନଙ୍କୁ ଆନନ୍ଦିତ କରନ୍ତି।
Hosea 10:4 in Oriya 4 ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷ ବୃକ୍ଷ, ସେପରି ସେମାନଙ୍କର ଦଣ୍ଡ ଅଙ୍କୁରିତ ହୁଏ।
Hosea 12:14 in Oriya 14 ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ।
Micah 2:1 in Oriya 1 ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର ! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ।
Micah 3:2 in Oriya 2 ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଶରୀରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ;
Micah 3:9 in Oriya 9 ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟ ବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ।
Micah 6:10 in Oriya 10 ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି ?
Micah 7:2 in Oriya 2 ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।
Zephaniah 3:1 in Oriya 1 ଯିରୂଶାଲମ ଓ ଗୋଷ୍ଠୀଗଣଙ୍କ ପ୍ରତି ବିଚାର ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ।
Zechariah 5:3 in Oriya 3 ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।”
Zechariah 7:9 in Oriya 9 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, “ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର।
Matthew 23:35 in Oriya 35 ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଯିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ।
Acts 7:52 in Oriya 52 ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
1 Thessalonians 2:15 in Oriya 15 ସେହି ଯିହୂଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡନା କଲେ; ସେମାନେ ଇଶ୍ବରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ,
Revelation 17:6 in Oriya 6 ମୁଁ ସେହି ସ୍ତ୍ରୀଲୋକକୁ ସାଧୂମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି।