Hosea 4:6 in Oriya 6 ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।
Other Translations King James Version (KJV) My people are destroyed for lack of knowledge: because thou hast rejected knowledge, I will also reject thee, that thou shalt be no priest to me: seeing thou hast forgotten the law of thy God, I will also forget thy children.
American Standard Version (ASV) My people are destroyed for lack of knowledge: because thou hast rejected knowledge, I will also reject thee, that thou shalt be no priest to me: seeing thou hast forgotten the law of thy God, I also will forget thy children.
Bible in Basic English (BBE) Destruction has overtaken my people because they have no knowledge; because you have given up knowledge, I will give you up, so that you will be no priest to me, because you have not kept in mind the law of your God, I will not keep your children in my memory.
Darby English Bible (DBY) My people are destroyed for lack of knowledge; for thou hast rejected knowledge, and I will reject thee, that thou shalt be no priest to me; seeing thou hast forgotten the law of thy God, I also will forget thy children.
World English Bible (WEB) My people are destroyed for lack of knowledge. Because you have rejected knowledge, I will also reject you, That you may be no priest to me. Because you have your God's law, I will also forget your children.
Young's Literal Translation (YLT) Cut off have been My people for lack of knowledge, Because thou knowledge hast rejected, I reject thee from being priest to Me, And thou forgettest the law of thy God, I forget thy sons, I also!
Cross Reference 1 Samuel 2:12 in Oriya 12 ଏଲିଙ୍କର ପୁତ୍ରମାନେ ପାପାଧମ ସନ୍ତାନ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ।
1 Samuel 2:28 in Oriya 28 ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ୱଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ ? ଆହୁରି, ଆମ୍ଭେ କି ଇସ୍ରାଏଲ ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ ?
1 Samuel 3:12 in Oriya 12 ଆମ୍ଭେ ଏଲି ବିରୁଦ୍ଧରେ ତାହାର ପରିବାର ବିଷୟରେ ଯାହା ଯାହା କହିଅଛୁ, ସେସମସ୍ତ ପ୍ରଥମାବଧି ଶେଷ ପର୍ଯ୍ୟନ୍ତ ସେହିଦିନ ସଫଳ କରିବା।
2 Kings 17:16 in Oriya 16 ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍, ଦୁଇ ଗୋବତ୍ସ ଓ ଆଶେରାମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍ର ସେବା କଲେ।
2 Chronicles 15:3 in Oriya 3 ଇସ୍ରାଏଲ ବହୁ କାଳ ପର୍ଯ୍ୟନ୍ତ ସତ୍ୟ ପରମେଶ୍ୱର-ବିହୀନ ଓ ଶିକ୍ଷାଦାୟୀ-ଯାଜକବିହୀନ ଓ ବ୍ୟବସ୍ଥାବିହୀନ ହୋଇଥିଲେ।
Job 36:12 in Oriya 12 ମାତ୍ର ସେମାନେ ନ ଶୁଣିଲେ, ଖଡ଼୍ଗରେ ବିନଷ୍ଟ ହେବେ ଓ ଜ୍ଞାନବର୍ଜ୍ଜିତ ହୋଇ ମରିବେ।
Psalm 119:61 in Oriya 61 ଦୁଷ୍ଟମାନଙ୍କର ରଜ୍ଜୁ ମୋ' ଚାରିଆଡ଼େ ଜଡ଼ିତ ହେଲା; ମାତ୍ର ମୁଁ ତୁମ୍ଭର ବ୍ୟବସ୍ଥା ପାସୋରି ନାହିଁ।
Psalm 119:139 in Oriya 139 ମୋହର ଉଦ୍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରି ଅଛନ୍ତି।
Proverbs 1:30 in Oriya 30 ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ।
Proverbs 19:2 in Oriya 2 ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ; ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ।
Isaiah 1:3 in Oriya 3 ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।
Isaiah 3:12 in Oriya 12 ମୋ' ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋ' ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି। ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି।
Isaiah 5:13 in Oriya 13 ଏଥିପାଇଁ ମୋହର ଲୋକମାନେ ଜ୍ଞାନ ଅଭାବରୁ ବନ୍ଦୀ ହୋଇ ଯାଇଅଛନ୍ତି; ପୁଣି, ସେମାନଙ୍କର ସମ୍ଭ୍ରାନ୍ତ ଲୋକମାନେ କ୍ଷୁଧାର୍ତ୍ତ ଓ ସେମାନଙ୍କର ଲୋକସମୂହ ତୃଷାରେ ଶୁଷ୍କ ହେଉଅଛନ୍ତି।
Isaiah 17:10 in Oriya 10 କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ୱରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ୱରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ;
Isaiah 27:11 in Oriya 11 ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗା ଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।
Isaiah 28:7 in Oriya 7 ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।
Isaiah 45:20 in Oriya 20 ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।
Isaiah 56:10 in Oriya 10 ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ସୁଖ ପା'ନ୍ତି।
Jeremiah 2:8 in Oriya 8 “ସଦାପ୍ରଭୁ କାହାନ୍ତି,” ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥାହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍ଗମନ କଲେ।
Jeremiah 4:22 in Oriya 22 କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।
Jeremiah 5:3 in Oriya 3 ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କ'ଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।
Jeremiah 5:21 in Oriya 21 ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁ ନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;
Jeremiah 8:7 in Oriya 7 ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, କପୋତ, ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।
Hosea 2:13 in Oriya 13 ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା,” ଏହା ସଦାପ୍ରଭୁ କହନ୍ତି।
Hosea 4:1 in Oriya 1 ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।
Hosea 4:12 in Oriya 12 ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାଁନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।
Hosea 6:6 in Oriya 6 କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ।
Hosea 8:1 in Oriya 1 “ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ଶତ୍ରୁ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥା ବିରୁଦ୍ଧରେ ଅପରାଧ କରିଅଛନ୍ତି।
Hosea 8:12 in Oriya 12 ଆମ୍ଭେ ଦଶସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ମଧ୍ୟ ସେହିସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ।
Hosea 8:14 in Oriya 14 କାରଣ ଇସ୍ରାଏଲ ଆପଣା ସୃଷ୍ଟିକର୍ତ୍ତାଙ୍କୁ ପାସୋରିଅଛି ଓ ନାନା ଅଟ୍ଟାଳିକା ନିର୍ମାଣ କରିଅଛି ଓ ଯିହୁଦା ଅନେକ ପ୍ରାଚୀର ବେଷ୍ଟିତ ନଗର ପ୍ରସ୍ତୁତ କରିଅଛି, ମାତ୍ର ଆମ୍ଭେ ତାହାର ନଗରସକଳର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଦୁର୍ଗସକଳ ଗ୍ରାସ କରିବ।
Hosea 13:6 in Oriya 6 ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରି ଅଛନ୍ତି।
Zechariah 11:8 in Oriya 8 ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା।
Zechariah 11:15 in Oriya 15 ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ମେଷପାଳକର ସଜ ନିଅ।”
Malachi 2:1 in Oriya 1 ଏବେ ହେ ଯାଜକଗଣ, ତୁମ୍ଭମାନଙ୍କ ପ୍ରତି ଏହି ଆଜ୍ଞା।
Malachi 2:7 in Oriya 7 କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।
Matthew 1:6 in Oriya 6 ଯିଶୀ ଦାଉଦ ରାଜାଙ୍କୁ ଜନ୍ମ ଦେଲେ। ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ,
Matthew 15:3 in Oriya 3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ସକାଶେ କାହିଁକି ଇଶ୍ବରଙ୍କ ଆଜ୍ଞା ଅମାନ୍ୟ କର ?
Matthew 15:8 in Oriya 8 ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।
Matthew 15:14 in Oriya 14 ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ।
Matthew 21:41 in Oriya 41 ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁରଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ।
Matthew 23:16 in Oriya 16 ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ବାରା ବନ୍ଧା।
Mark 12:8 in Oriya 8 ସେଥିରେ ସେମାନେ ତାହାଙ୍କୁ ଧରି ବଧ କଲେ ଓ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇଦେଲେ।
Luke 20:16 in Oriya 16 ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଅଙ୍ଗୁର କ୍ଷେତ୍ର ଦେବେ। ଏହା ଶୁଣି ସେମାନେ କହିଲେ, ତାହା ନ ହେଉ।
2 Corinthians 4:3 in Oriya 3 କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତ ଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ;