Hosea 7:1 in Oriya 1 ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି।
Other Translations King James Version (KJV) When I would have healed Israel, then the iniquity of Ephraim was discovered, and the wickedness of Samaria: for they commit falsehood; and the thief cometh in, and the troop of robbers spoileth without.
American Standard Version (ASV) When I would heal Israel, then is the iniquity of Ephraim uncovered, and the wickedness of Samaria; for they commit falsehood, and the thief entereth in, and the troop of robbers ravageth without.
Bible in Basic English (BBE) When my desire was for the fate of my people to be changed and to make Israel well, then the sin of Ephraim was made clear, and the evil-doing of Samaria; for their ways are false, and the thief comes into the house, while the band of outlaws takes property by force in the streets.
Darby English Bible (DBY) When I would heal Israel, then the iniquity of Ephraim is discovered, and the wickedness of Samaria: for they practise falsehood; and the thief entereth in, [and] the troop of robbers assaileth without.
World English Bible (WEB) When I would heal Israel, Then the iniquity of Ephraim is uncovered, Also the wickedness of Samaria; For they commit falsehood, And the thief enters in, And the gang of robbers ravages outside.
Young's Literal Translation (YLT) `When I give healing to Israel, Then revealed is the iniquity of Ephraim, And the wickedness of Samaria, For they have wrought falsehood, And a thief doth come in, Stript off hath a troop in the street,
Cross Reference Isaiah 28:1 in Oriya 1 ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର !
Isaiah 59:12 in Oriya 12 କାରଣ ତୁମ୍ଭ ସାକ୍ଷାତରେ ଆମ୍ଭମାନଙ୍କର ଅଧର୍ମ ବୃଦ୍ଧି ପାଇଅଛି ଓ ଆମ୍ଭମାନଙ୍କର ପାପ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି; ଯେହେତୁ ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ଓ ଆମ୍ଭମାନଙ୍କର ଅପରାଧସବୁ ଆମ୍ଭେମାନେ ତ ଜାଣୁ;
Jeremiah 9:2 in Oriya 2 ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥା'ନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି ! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।
Jeremiah 51:9 in Oriya 9 ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି।
Ezekiel 16:46 in Oriya 46 ପୁଣି, ଶମରୀୟା ତୁମ୍ଭର ବଡ଼ ଭଗିନୀ, ସେ ଆପଣା କନ୍ୟାଗଣ ସହିତ ତୁମ୍ଭର ଉତ୍ତର ଦିଗରେ ବାସ କରେ; ଆଉ, ସଦୋମ ତୁମ୍ଭର ସାନ ଭଗିନୀ, ସେ ଓ ତାହାର କନ୍ୟାଗଣ ତୁମ୍ଭର ଦକ୍ଷିଣ ଦିଗରେ ବାସ କରନ୍ତି।
Ezekiel 23:4 in Oriya 4 ସେମାନଙ୍କ ମଧ୍ୟରେ ଜ୍ୟେଷ୍ଠାର ନାମ ଅହଲା (ତାହାର ତମ୍ବୁ) ଓ ତାହାର ଭଗିନୀର ନାମ ଅହଲୀବା (ତାହାର ମଧ୍ୟରେ ଆମ୍ଭର ତମ୍ବୁ); ସେମାନେ ଆମ୍ଭର ହେଲେ ଓ ପୁତ୍ର କନ୍ୟା ପ୍ରସବ କଲେ। ପୁଣି, ନାମାନୁସାରେ ଶମରୀୟା ଅହଲା ଓ ଯିରୂଶାଲମ ଅହଲୀବା ଅଟେ।
Hosea 4:2 in Oriya 2 ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।
Hosea 4:17 in Oriya 17 ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ି ଦିଅ।
Hosea 5:1 in Oriya 1 ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।
Hosea 6:4 in Oriya 4 ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା ? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା ? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃ କାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।
Hosea 6:8 in Oriya 8 ଗିଲିୟଦ ଅଧର୍ମାଚାରୀମାନଙ୍କ ନଗର, ତାହା ରକ୍ତରେ ଦାଗଯୁକ୍ତ ହୋଇଅଛି।
Hosea 7:13 in Oriya 13 ସେମାନେ ସନ୍ତାପର ପାତ୍ର ! କାରଣ ସେମାନେ ଆମ୍ଭ ନିକଟରୁ ବିପଥଗାମୀ ହୋଇଅଛନ୍ତି; ସେମାନଙ୍କର ସର୍ବନାଶ ଘଟିବ; କାରଣ ସେମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ମୁକ୍ତ କରିବାକୁ ଇଚ୍ଛା କଲେ ମଧ୍ୟ ସେମାନେ ଆମ୍ଭ ବିରୁଦ୍ଧରେ ମିଥ୍ୟା କଥା କହିଅଛନ୍ତି।
Hosea 8:5 in Oriya 5 ହେ ଶମରୀୟା, ସେ ତୁମ୍ଭର ଗୋବତ୍ସ ପ୍ରତିମାକୁ ଅଗ୍ରାହ୍ୟ କରିଅଛନ୍ତି। ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି ! ସେମାନେ କେତେ କାଳ ଉତ୍ତାରେ ନିର୍ଦ୍ଦୋଷତା ପ୍ରାପ୍ତ ହେବେ ?
Hosea 8:9 in Oriya 9 କାରଣ ସେମାନେ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଏକାକୀ ହୋଇ ଅଶୂରକୁ ଯାଇ ଅଛନ୍ତି; ଇଫ୍ରୟିମ ପ୍ରେମିକଗଣକୁ ବେତନ ଦେଇ ରଖିଅଛି।
Hosea 10:5 in Oriya 5 ଶମରୀୟା ନିବାସୀଗଣ ବୈଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ; କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ, ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି।
Hosea 11:12 in Oriya 12 ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି।
Amos 8:14 in Oriya 14 ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି, ହେ ଦାନ, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ ଓ ବେର୍ଶେବାର ପଥ ଜୀବିତ ଥିବା ପ୍ରମାଣେ, ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ।”
Micah 6:16 in Oriya 16 କାରଣ ଅମ୍ରିର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।
Micah 7:3 in Oriya 3 ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।
Matthew 23:37 in Oriya 37 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
Luke 13:34 in Oriya 34 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
Luke 19:42 in Oriya 42 ତୁ, ହଁ, ତୁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ ! ମାତ୍ର ଏବେ ସେଗୁଡ଼ିକ ତୋ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି।