Hosea 7:13 in Oriya 13 ସେମାନେ ସନ୍ତାପର ପାତ୍ର ! କାରଣ ସେମାନେ ଆମ୍ଭ ନିକଟରୁ ବିପଥଗାମୀ ହୋଇଅଛନ୍ତି; ସେମାନଙ୍କର ସର୍ବନାଶ ଘଟିବ; କାରଣ ସେମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ମୁକ୍ତ କରିବାକୁ ଇଚ୍ଛା କଲେ ମଧ୍ୟ ସେମାନେ ଆମ୍ଭ ବିରୁଦ୍ଧରେ ମିଥ୍ୟା କଥା କହିଅଛନ୍ତି।
Other Translations King James Version (KJV) Woe unto them! for they have fled from me: destruction unto them! because they have transgressed against me: though I have redeemed them, yet they have spoken lies against me.
American Standard Version (ASV) Woe unto them! for they have wandered from me; destruction unto them! for they have trespassed against me: though I would redeem them, yet they have spoken lies against me.
Bible in Basic English (BBE) May trouble be theirs! for they have gone far away from me; and destruction, for they have been sinning against me; I was ready to be their saviour, but they said false words against me.
Darby English Bible (DBY) Woe unto them! for they have wandered from me; destruction unto them! for they have transgressed against me. And I would redeem them; but they speak lies against me.
World English Bible (WEB) Woe to them! For they have wandered from me. Destruction to them! For they have trespassed against me. Though I would redeem them, Yet they have spoken lies against me.
Young's Literal Translation (YLT) Wo to them, for they wandered from Me, Destruction to them, for they transgressed against Me, And I -- I ransom them, and they have spoken lies against Me,
Cross Reference Deuteronomy 15:15 in Oriya 15 ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ବନ୍ଧାଦାସ ହୋଇଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମୁକ୍ତ କଲେ; ଏନିମନ୍ତେ ମୁଁ ଆଜି ତୁମ୍ଭକୁ ଏହି ଆଜ୍ଞା ଦେଉଅଛି।
Nehemiah 1:10 in Oriya 10 ଏମାନେ ତୁମ୍ଭର ଦାସ ଓ ତୁମ୍ଭର ଲୋକ, ତୁମ୍ଭେ ଏମାନଙ୍କୁ ଆପଣାର ମହାପରାକ୍ରମ ଓ ଆପଣାର ବଳବାନ୍ ହସ୍ତ ଦ୍ୱାରା ମୁକ୍ତ କରିଅଛ।
Job 21:14 in Oriya 14 ତଥାପି ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ; କାରଣ ଆମ୍ଭେମାନେ ତୁମ୍ଭ ମାର୍ଗବିଷୟକ ଜ୍ଞାନ ବାଞ୍ଛା କରୁ ନାହୁଁ।
Job 22:17 in Oriya 17 ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ ଓ ସର୍ବଶକ୍ତିମାନ ଆମ୍ଭମାନଙ୍କ ପାଇଁ କ'ଣ କରି ପାରନ୍ତି ?'
Psalm 106:10 in Oriya 10 ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ ଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ।
Psalm 107:2 in Oriya 2 ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ,
Psalm 139:7 in Oriya 7 ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି ? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି ?
Isaiah 31:1 in Oriya 1 ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର !
Isaiah 41:14 in Oriya 14 ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା” ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।
Isaiah 43:1 in Oriya 1 ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ୱାନ କରିଅଛୁ, ତୁମ୍ଭେ ଆମ୍ଭର।
Isaiah 59:13 in Oriya 13 ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।
Isaiah 63:8 in Oriya 8 କାରଣ ସେ କହିଲେ, ନିଶ୍ଚୟ ସେମାନେ ଆମ୍ଭର ଲୋକ, ଯେଉଁମାନେ ଅସତ୍ୟ ବ୍ୟବହାର ନ କରିବେ, ଏପରି ସନ୍ତାନ ଅଟନ୍ତି; ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ।
Jeremiah 14:10 in Oriya 10 ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”
Jeremiah 18:11 in Oriya 11 ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।”
Jeremiah 42:20 in Oriya 20 ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।'
Jeremiah 44:17 in Oriya 17 ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶ ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।
Lamentations 5:16 in Oriya 16 ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍ ଆମ୍ଭମାନଙ୍କୁ ! କାରଣ ଆମ୍ଭେମାନେ ପାପ କରିଅଛୁ।
Ezekiel 16:23 in Oriya 23 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭକୁ ଧିକ୍ ଧିକ୍” ! ତୁମ୍ଭର ଏହିସବୁ ଦୁଷ୍ଟାଚରଣ ଉତ୍ତାରେ,
Ezekiel 18:2 in Oriya 2 “ପିତୃପୁରୁଷମାନେ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ସନ୍ତାନଗଣର ଦନ୍ତ ଖଟା ହୋଇଅଛି, ଏହି ଯେଉଁ ପ୍ରବାଦ ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ କହୁଅଛ, ଏଥିରେ ତୁମ୍ଭମାନଙ୍କର ଅଭିପ୍ରାୟ କି ?
Ezekiel 18:25 in Oriya 25 ତଥାପି ତୁମ୍ଭେମାନେ କହୁଅଛ, ପ୍ରଭୁଙ୍କର ପଥ ସରଳ ନୁହେଁ। ହେ ଇସ୍ରାଏଲ ବଂଶ, ଏବେ ଶୁଣ; ଆମ୍ଭର ପଥ କି ସରଳ ନୁହେଁ ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ ?
Ezekiel 34:6 in Oriya 6 ଆମ୍ଭର ମେଷଗଣ ପର୍ବତସକଳରେ ଓ ପ୍ରତ୍ୟେକ ଉଚ୍ଚ ଗିରିରେ ଭ୍ରମଣ କଲେ; ହଁ, ଆମ୍ଭର ମେଷମାନେ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ ହୋଇଗଲେ; ପୁଣି, ସେମାନଙ୍କୁ ଖୋଜିବାକୁ ଓ ସେମାନଙ୍କର ପଛେ ପଛେ ଅନୁସନ୍ଧାନ କରିବାକୁ କେହି ନ ଥିଲା।”
Hosea 7:1 in Oriya 1 ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି।
Hosea 7:3 in Oriya 3 ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ୱାରା ରାଜାକୁ ଓ ଆପଣାମାନଙ୍କ ମିଥ୍ୟା ଦ୍ୱାରା ଅଧିପତିମାନଙ୍କୁ ଆନନ୍ଦିତ କରନ୍ତି।
Hosea 9:12 in Oriya 12 ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ !
Hosea 9:17 in Oriya 17 ମୋର ପରମେଶ୍ୱର ସେମାନଙ୍କୁ ଦୂର କରି ଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ।
Hosea 11:2 in Oriya 2 ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
Hosea 11:12 in Oriya 12 ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି।
Jonah 1:3 in Oriya 3 ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।
Jonah 1:10 in Oriya 10 ଏଥିରେ ସେହି ଲୋକମାନେ ମହାଭୀତ ହୋଇ ତାଙ୍କୁ କହିଲେ, “ତୁମ୍ଭେ ଏ କି କର୍ମ କରିଅଛ ? କାରଣ ସେ ଜଣାଇଥିବାରୁ ସେମାନେ ଜାଣିଥିଲେ ଯେ, ସେ ସଦାପ୍ରଭୁଙ୍କ ଛାମୁରୁ ପଳାଉଅଛନ୍ତି।”
Micah 6:4 in Oriya 4 ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।
Malachi 3:13 in Oriya 13 ସଦାପ୍ରଭୁ କହନ୍ତି, “ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର କଥାସବୁ କଠିନ ହୋଇଅଛି” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ ?”
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
Matthew 23:37 in Oriya 37 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
1 Peter 1:18 in Oriya 18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ
1 John 1:10 in Oriya 10 ଆମ୍ଭେମାନେ ପାପ କରି ନାହୁଁ, ଏହା ଯଦି କହୁ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ମିଥ୍ୟାବାଦୀ କରୁ, ପୁଣି, ତାହାଙ୍କ ବାକ୍ୟ ଆମ୍ଭମାନଙ୍କଠାରେ ନାହିଁ।
Revelation 8:13 in Oriya 13 ପରେ ମୁଁ ଦୃଷ୍ଟିପାତ କଲି, ଆଉ ଆକାଶର ମଧ୍ୟଭାଗରେ ଉଡ଼ୁଥିବା ଗୋଟିଏ ଉତ୍କ୍ରୋଶପକ୍ଷୀ ଉଚ୍ଚସ୍ୱରରେ ଏହା କହୁଥିବା ଶୁଣିଲି, ହାୟ, ହାୟ, ହାୟ, ପୃଥିବୀନିବାସୀମାନେ ସନ୍ତାପର ପାତ୍ର, କାରଣ ଆହୁରି ତିନି ଜଣ ଦୂତ ତୂରୀଧ୍ୱନୀ କରିବାକୁ ଯାଉଅଛନ୍ତି।