Hosea 7:16 in Oriya 16 ସେମାନେ ଫେରି ଆସନ୍ତି ସତ୍ୟ, ମାତ୍ର ଊର୍ଦ୍ଧ୍ୱସ୍ଥଙ୍କ ପ୍ରତି ନୁହେଁ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ; ସେମାନଙ୍କ ଅଧିପତିମାନେ ଆପଣା ଆପଣା ଜିହ୍ୱାର ପ୍ରଚଣ୍ଡତା ସକାଶୁ ଖଡ୍ଗ ଦ୍ୱାରା ପତିତ ହେବେ; ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ।
Other Translations King James Version (KJV) They return, but not to the most High: they are like a deceitful bow: their princes shall fall by the sword for the rage of their tongue: this shall be their derision in the land of Egypt.
American Standard Version (ASV) They return, but not to `him that is' on high; they are like a deceitful bow; their princes shall fall by the sword for the rage of their tongue: this shall be their derision in the land of Egypt.
Bible in Basic English (BBE) They have gone to what is of no value; they are like a false bow; their captains will come to destruction by the sword, and their ruler by my wrath; for this, the land of Egypt will make sport of them.
Darby English Bible (DBY) They return, [but] not to the [Most] High: they are like a deceitful bow. Their princes shall fall by the sword for the rage of their tongue: this shall be their derision in the land of Egypt.
World English Bible (WEB) They return, but not to the Most High. They are like a faulty bow. Their princes will fall by the sword for the rage of their tongue. This will be their derision in the land of Egypt.
Young's Literal Translation (YLT) They turn back -- not to the Most High, They have been as a deceitful bow, Fall by sword do their princes, From the insolence of their tongue, This `is' their derision in the land of Egypt!
Cross Reference Psalm 12:4 in Oriya 4 ସେମାନେ କହନ୍ତି, ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ ?
Psalm 52:2 in Oriya 2 ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।
Psalm 57:4 in Oriya 4 ମୋ' ପ୍ରାଣ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ଼୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।
Psalm 73:9 in Oriya 9 ସେମାନେ ଆକାଶରେ ଆପଣା ଆପଣା ମୁଖ ରଖିଅଛନ୍ତି ଓ ସେମାନଙ୍କ ଜିହ୍ୱା ପୃଥିବୀରେ ଭ୍ରମଣ କରେ।
Psalm 78:37 in Oriya 37 କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ।
Psalm 78:57 in Oriya 57 ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ୱାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ।
Isaiah 3:8 in Oriya 8 ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ୱିତ କରିବା ପାଇଁ ସେମାନଙ୍କର ଜିହ୍ୱା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ।
Jeremiah 3:10 in Oriya 10 ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି,” ଏହା ସଦାପ୍ରଭୁ କହନ୍ତି।
Jeremiah 18:18 in Oriya 18 ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”
Ezekiel 23:32 in Oriya 32 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆପଣା ଭଗିନୀର ପାତ୍ରରେ ପାନ କରିବ, ତାହା ଗଭୀର ଓ ବଡ଼; ତୁମ୍ଭେ ହାସ୍ୟ ଓ ଉପହାସର ବିଷୟ ହେବ; ସେହି ପାତ୍ର ବହୁତ ଧାରଣ କରେ।
Ezekiel 36:20 in Oriya 20 ପୁଣି, ଯେଉଁ ସ୍ଥାନକୁ ସେମାନେ ଗଲେ, ସେହି ସ୍ଥାନରେ ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ସେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କଲେ; ତହିଁରେ ଲୋକମାନେ ସେମାନଙ୍କ ବିଷୟରେ କହିଲେ, ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାହାଙ୍କ ଦେଶରୁ ବାହାରି ଯାଇଅଛନ୍ତି।
Hosea 6:4 in Oriya 4 ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା ? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା ? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃ କାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।
Hosea 7:13 in Oriya 13 ସେମାନେ ସନ୍ତାପର ପାତ୍ର ! କାରଣ ସେମାନେ ଆମ୍ଭ ନିକଟରୁ ବିପଥଗାମୀ ହୋଇଅଛନ୍ତି; ସେମାନଙ୍କର ସର୍ବନାଶ ଘଟିବ; କାରଣ ସେମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ମୁକ୍ତ କରିବାକୁ ଇଚ୍ଛା କଲେ ମଧ୍ୟ ସେମାନେ ଆମ୍ଭ ବିରୁଦ୍ଧରେ ମିଥ୍ୟା କଥା କହିଅଛନ୍ତି।
Hosea 8:13 in Oriya 13 ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରି ଯିବେ।
Hosea 9:3 in Oriya 3 ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରି ଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ।
Hosea 9:6 in Oriya 6 କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି, ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ। ସେମାନଙ୍କର ରୂପାର ମନୋହର ପଦାର୍ଥ ସବୁ ବିଛୁଆତି ଗଛର ଅଧିକାର ହେବ; ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ।
Hosea 11:7 in Oriya 7 ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ କେହି ତାହାଙ୍କର ପ୍ରଶଂସା କରେ ନାହିଁ।
Matthew 12:36 in Oriya 36 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ;
Luke 8:13 in Oriya 13 ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି।
Luke 11:24 in Oriya 24 ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଯିବା ପରେ ବିଶ୍ରାମ କରିବା ପାଇଁ ଜଳ ନ ଥିବା ସ୍ଥାନ ସବୁ ଭ୍ରମଣ କରି ଖୋଜେ, ଆଉ ତାହା ନ ପାଇ କହେ, ମୁଁ ଯେଉଁ ଘରୁ ବାହାରିଆସିଥିଲି, ମୋହର ସେହି ଘରକୁ ଫେରିଯିବି;
James 3:5 in Oriya 5 ସେହିପରି ଜିହ୍ୱା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହା ଗର୍ବର କଥା କହେ। ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ୱାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ।
2 Peter 2:8 in Oriya 8 ଯେଣୁ ସେହି ଧାର୍ମିକ ଲୋକ ସେମାନଙ୍କ ମଧ୍ୟରେ ବାସ କରି ସେମାନଙ୍କ ଅନ୍ୟାୟ କାର୍ଯ୍ୟ ଦେଖି ଓ ସେ ବିଷୟ ଶୁଣି ପ୍ରତିଦିନ ଆପଣା ଧର୍ମପରାୟଣ ପ୍ରାଣରେ ଯନ୍ତ୍ରଣା ଭୋଗ କଲେ।
Revelation 13:5 in Oriya 5 ସେହି ପଶୁକୁ ଅହଂକାର ଓ ଈଶ୍ୱରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା।