Hosea 7:2 in Oriya 2 ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରି ଅଛି; ସେହି ସବୁ ଆମ୍ଭ ସମ୍ମୁଖରେ ଅଛି।
Other Translations King James Version (KJV) And they consider not in their hearts that I remember all their wickedness: now their own doings have beset them about; they are before my face.
American Standard Version (ASV) And they consider not in their hearts that I remember all their wickedness: now have their own doings beset them about; they are before my face.
Bible in Basic English (BBE) And they do not say to themselves that I keep in mind all their sin; now their evil acts come round them on every side; they are before my face.
Darby English Bible (DBY) And they say not in their hearts [that] I remember all their wickedness: now do their own doings encompass them; they are before my face.
World English Bible (WEB) They don't consider in their hearts that I remember all their wickedness. Now their own deeds have engulfed them. They are before my face.
Young's Literal Translation (YLT) And they do not say to their heart, `That' all their evil I have remembered, Now compassed them have their doings, Over-against My face they have been.
Cross Reference Numbers 32:23 in Oriya 23 ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।
Deuteronomy 32:29 in Oriya 29 ଆହା, ସେମାନେ ଯେବେ ଜ୍ଞାନବାନ୍ ହୁଅନ୍ତେ, ସେମାନେ ଏକଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ।
Job 20:11 in Oriya 11 ତାହାର ଅସ୍ଥି ତାହାର ଯୌବନରେ ପରିପୂର୍ଣ୍ଣ, ମାତ୍ର ତାହା ତାହା ସଙ୍ଗେ ଧୂଳିରେ ଶୟନ କରିବ।
Job 34:21 in Oriya 21 କାରଣ ମନୁଷ୍ୟର ମାର୍ଗ ପ୍ରତି ପରମେଶ୍ବରଙ୍କ ଦୃଷ୍ଟି ଅଛି ଓ ସେ ତାହାର ସବୁ ଗତି ଦେଖନ୍ତି।
Psalm 9:16 in Oriya 16 ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। ହିଗାୟୋନ୍, ସେଲା
Psalm 25:7 in Oriya 7 ମୋ' ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୁ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।
Psalm 50:22 in Oriya 22 ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ।
Psalm 90:8 in Oriya 8 ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ।
Proverbs 5:21 in Oriya 21 ଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେ ଓ ସେ ତାହାର ସବୁ ପଥ ସମାନ କରନ୍ତି।
Isaiah 1:3 in Oriya 3 ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।
Isaiah 5:12 in Oriya 12 ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।
Isaiah 26:16 in Oriya 16 ହେ ସଦାପ୍ରଭୁ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ୱେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ।
Isaiah 44:19 in Oriya 19 କେହି ମନେ କରେ ନାହିଁ, କିଅବା ଏହା କହିବା ପାଇଁ କାହାରି ଜ୍ଞାନ କି ବୁଦ୍ଧି ନାହିଁ ଯେ, “ଯହିଁର ଏକ ଅଂଶ ନେଇ ଆମ୍ଭେ ଅଗ୍ନିରେ ଦଗ୍ଧ କରିଅଛୁ ଓ ଯହିଁର ଜ୍ୱଳ; ଅଙ୍ଗାର ନେଇ ରୁଟି ପାକ କରିଅଛୁ ଓ ମାଂସ ପାକ କରି ଭୋଜନ କରିଅଛୁ, ତହିଁର ଅବଶିଷ୍ଟାଂଶ ନେଇ କି ଘୃଣାଯୋଗ୍ୟ ବସ୍ତୁ ନିର୍ମାଣ କରିବା ? ଆମ୍ଭେ କି ଖଣ୍ଡେ କାଷ୍ଠ ଆଗରେ ଦଣ୍ଡବତ କରିବା ?
Jeremiah 2:19 in Oriya 19 ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।
Jeremiah 4:18 in Oriya 18 ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।”
Jeremiah 14:10 in Oriya 10 ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”
Jeremiah 16:17 in Oriya 17 କାରଣ ସେମାନଙ୍କର ସମସ୍ତ ପଥରେ ଆମ୍ଭର ଦୃଷ୍ଟି ଅଛି; ସେମାନେ ଆମ୍ଭ ସାକ୍ଷାତରୁ ଲୁଚା ନୁହନ୍ତି, କିଅବା ସେମାନଙ୍କର ଅଧର୍ମ ଆମ୍ଭ ଦୃଷ୍ଟିରେ ଅଗୋଚର ନୁହେଁ।
Jeremiah 32:19 in Oriya 19 ତୁମ୍ଭେ ମନ୍ତ୍ରଣାରେ ମହାନ ଓ କ୍ରିୟାରେ ପରାକ୍ରାନ୍ତ; ପ୍ରତ୍ୟେକ ଲୋକକୁ ତାହାର ଗତି ଓ କ୍ରିୟାନୁସାରେ ସମୁଚିତ ଫଳ ଦେବା ନିମନ୍ତେ ମନୁଷ୍ୟ ସନ୍ତାନଗଣର ସକଳ ପଥ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଥାଏ।
Hosea 8:13 in Oriya 13 ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରି ଯିବେ।
Hosea 9:9 in Oriya 9 ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ।
Amos 8:7 in Oriya 7 ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ।
Luke 12:2 in Oriya 2 କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ,।
1 Corinthians 4:5 in Oriya 5 ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ୱରଙ୍କଠାରୁ ପ୍ରଶଂସା ପାଇବ।
Hebrews 4:13 in Oriya 13 ଇଶ୍ବରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ।