Hosea 8:1 in Oriya 1 “ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ଶତ୍ରୁ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥା ବିରୁଦ୍ଧରେ ଅପରାଧ କରିଅଛନ୍ତି।
Other Translations King James Version (KJV) Set the trumpet to thy mouth. He shall come as an eagle against the house of the LORD, because they have transgressed my covenant, and trespassed against my law.
American Standard Version (ASV) `Set' the trumpet to thy mouth. As an eagle `he cometh' against the house of Jehovah, because they have transgressed my covenant, and trespassed against my law.
Bible in Basic English (BBE) Put the horn to your mouth. He comes like an eagle against the house of the Lord; because they have gone against my agreement, they have not kept my law.
Darby English Bible (DBY) Set the trumpet to thy mouth. [He cometh] as an eagle against the house of Jehovah, because they have transgressed my covenant, and rebelled against my law.
World English Bible (WEB) "Put the trumpet to your lips! Something like an eagle is over Yahweh's house, Because they have broken my covenant, And rebelled against my law.
Young's Literal Translation (YLT) `Unto thy mouth -- a trumpet, As an eagle against the house of Jehovah, Because they transgressed My covenant, And against My law they have rebelled.
Cross Reference Deuteronomy 28:49 in Oriya 49 ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;
2 Kings 18:27 in Oriya 27 ମାତ୍ର ରବ୍ଶାକି ସେମାନଙ୍କୁ କହିଲା, “ମୋ' ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇଅଛନ୍ତି ? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କ'ଣ ମୋତେ ପଠାଇ ନାହାନ୍ତି ?”
Isaiah 18:3 in Oriya 3 ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ୱଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର।
Isaiah 24:5 in Oriya 5 ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି।
Isaiah 58:1 in Oriya 1 ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।
Jeremiah 4:5 in Oriya 5 ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ୱର କରି କୁହ, “ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ।”
Jeremiah 4:13 in Oriya 13 ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ୱରୂପ ହେବ; ତାହାର ଅଶ୍ୱଗଣ ଉତ୍କୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ! ଆମ୍ଭେମାନେ ବିନଷ୍ଟ ହେଲୁ।
Jeremiah 6:1 in Oriya 1 ହେ ବିନ୍ୟାମୀନ ସନ୍ତାନଗଣ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ (ନଗର) ରେ ତୂରୀ ବଜାଅ ଓ ବୈଥ୍-ହକେରମରେ ଧ୍ୱଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି।
Jeremiah 31:32 in Oriya 32 ମିସର ଦେଶରୁ ସେମାନଙ୍କର ପିତୃପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ,” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।”
Jeremiah 48:40 in Oriya 40 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ସେ ଉତ୍କୋଶ ପକ୍ଷୀ ପରି ଉଡ଼ି ଆସିବ ଓ ମୋୟାବ ଉପରେ ଆପଣା ପକ୍ଷଦ୍ୱୟ ବିସ୍ତାର କରିବ।”
Jeremiah 51:27 in Oriya 27 ତୁମ୍ଭେମାନେ ଦେଶରେ ଧ୍ୱଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, ଆରାରାଟ୍, ମିନ୍ନି ଓ ଅସ୍କିନସ୍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ, ତାହାର ବିରୁଦ୍ଧରେ ସେନାପତି ବର୍ଗଙ୍କୁ ନିଯୁକ୍ତ କର ଓ କର୍କଶ ପତଙ୍ଗ ପରି ଅଶ୍ୱଗଣକୁ ପଠାଅ।
Ezekiel 7:14 in Oriya 14 ସେମାନେ ତୂରୀ ବଜାଇ ସବୁ ପ୍ରସ୍ତୁତ କରିଅଛନ୍ତି; ମାତ୍ର କେହି ଯୁଦ୍ଧକୁ ଯାଏ ନାହିଁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ ଆମ୍ଭର କୋପ ଅଛି।
Ezekiel 16:59 in Oriya 59 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଶପଥ ଅବଜ୍ଞା କରି ନିୟମ ଯେପରି ଭଗ୍ନ କରିଅଛ, ଆମ୍ଭେ ତୁମ୍ଭ ପ୍ରତି ସେହିରୂପ ବ୍ୟବହାର କରିବା।
Ezekiel 33:3 in Oriya 3 ସେହି ବ୍ୟକ୍ତି ଦେଶ ବିରୁଦ୍ଧରେ ଖଡ଼୍ଗ ଆସିବାର ଦେଖିଲେ, ଯଦି ତୂରୀ ବଜାଏ ଓ ଲୋକମାନଙ୍କୁ ସଚେତନ କରାଏ;
Hosea 4:6 in Oriya 6 ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।
Hosea 5:8 in Oriya 8 ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର, ରାମାରେ ତୂରୀ ବଜାଅ; ବୈଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍,
Hosea 6:7 in Oriya 7 ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେହି ସ୍ଥାନରେ ସେମାନେ ଆମ୍ଭ ବିରୁଦ୍ଧରେ ବିଶ୍ୱାସ ଘାତକତା କରିଅଛନ୍ତି।
Hosea 9:15 in Oriya 15 ସେମାନଙ୍କର ଦୁଷ୍ଟତାସକଳ ଗିଲ୍ଗଲ୍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।
Joel 2:1 in Oriya 1 ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର ! ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ।
Joel 2:15 in Oriya 15 ସିୟୋନରେ ତୂରୀ ବଜାଅ ଓ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର;
Amos 3:6 in Oriya 6 ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ ?
Amos 8:3 in Oriya 3 ପୁଣି, ସେହି ଦିନ ମନ୍ଦିରର ଗାନ ସବୁ ହାହାକାର ହେବ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି; “ଶବ ଅନେକ ହେବ; ଲୋକମାନେ ପ୍ରତ୍ୟେକ ସ୍ଥାନରେ ନୀରବ ହୋଇ ସେମାନଙ୍କୁ ପକାଇବେ।”
Amos 9:1 in Oriya 1 ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, “ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ।
Habakkuk 1:8 in Oriya 8 ଆହୁରି, ସେମାନଙ୍କର ଅଶ୍ୱଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ୱାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ୱାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁଅଛନ୍ତି।
Zephaniah 1:16 in Oriya 16 ତୂରୀଧ୍ୱନି ଓ ଭୟାନକ ନାଦର ଦିନ, ତାହା ପ୍ରାଚୀରବେଷ୍ଟିତ ନଗର ଓ ଉଚ୍ଚ ଚୂଡ଼ାସକଳର ବିପକ୍ଷରେ ଉପସ୍ଥିତ ହେବ।
Zechariah 9:14 in Oriya 14 ପୁଣି, ସଦାପ୍ରଭୁ ସେମାନଙ୍କୁ ଉର୍ଦ୍ଧ୍ୱରୁ ଦେଖା ଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।
Zechariah 11:1 in Oriya 1 ହେ ଲିବାନୋନ, ତୁମ୍ଭର ଏରସ ବୃକ୍ଷ ସକଳକୁ ଅଗ୍ନି ଯେପରି ଗ୍ରାସ କରିବ, ଏଥିପାଇଁ ତୁମ୍ଭର କବାଟସବୁ ଖୋଲି ଦିଅ।
Matthew 24:28 in Oriya 28 ଯେଉଁଠାରେ ଶବ ପଡ଼ିଥାଏ, ସେହିଠାରେ ଶାଗୁଣାଗୁଡ଼ାକ ଏକାଠି ହେବେ।
1 Corinthians 15:52 in Oriya 52 କିନ୍ତୁ ଏକ ମୁହୂର୍ତ୍ତରେ, ଚକ୍ଷୁର ପଲକରେ, ଶେଷ ତୂରୀଧ୍ୱନିରେ ଆମ୍ଭେମାନେ ସମସ୍ତେ ପରିବର୍ତ୍ତିତ ହେବା; କାରଣ ତୂରୀ ବାଜିବ, ଆଉ ମୃତମାନେ ଅକ୍ଷୟ ହୋଇ ଉତ୍ଥିତ ହେବେ, ପୁଣି, ଆମ୍ଭେମାନେ ପରିବର୍ତ୍ତିତ ହେବା।
Hebrews 8:8 in Oriya 8 ଯେଣୁ ସେ ସେଥିର ଦୋଷ ପ୍ରକାଶ କରି ସେମାନଙ୍କୁ କହନ୍ତି, ପ୍ରଭୁ କହନ୍ତି, ଦେଖ, ସମୟ ଆସୁଅଛି, ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୂଦା ବଂଶ ସହିତ ଗୋଟିଏ ନୂତନ ନିୟମ ସ୍ଥାପନ କରିବା;