Hosea 8:10 in Oriya 10 ହଁ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଲୋକମାନଙ୍କୁ ବେତନ ଦେଲେ ମଧ୍ୟ ଏବେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା; ସେମାନେ ଅଧିପତିଗଣଙ୍କ ରାଜାର ଭାର ସକାଶୁ ନ୍ୟୁନ ହେବାକୁ ଲାଗିଲେଣି।
Other Translations King James Version (KJV) Yea, though they have hired among the nations, now will I gather them, and they shall sorrow a little for the burden of the king of princes.
American Standard Version (ASV) Yea, though they hire among the nations, now will I gather them; and they begin to be diminished by reason of the burden of the king of princes.
Bible in Basic English (BBE) But though they give money to the nations for help, still I will send them in all directions; and in a short time they will be without a king and rulers.
Darby English Bible (DBY) Although they hire among the nations, now will I gather them, and they shall begin to be straitened under the burden of the king of princes.
World English Bible (WEB) But although they sold themselves among the nations, I will now gather them; and they begin to waste away because of the oppression of the king of mighty ones.
Young's Literal Translation (YLT) Also though they hire among nations, Now I gather them, and they are pained a little, From the burden of a king of princes.
Cross Reference 2 Kings 14:26 in Oriya 26 କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟନ୍ତ ତିକ୍ତ; ଯେଣୁ ବନ୍ଦୀ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା।
2 Kings 15:19 in Oriya 19 ଅଶୂରର ରାଜା ପୂଲ୍ ଦେଶର ବିରୁଦ୍ଧରେ ଆସନ୍ତେ, ମନହେମ୍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳନ୍ତ ରୂପା ଦେଲେ।
2 Kings 17:3 in Oriya 3 ତାଙ୍କ ବିରୁଦ୍ଧରେ ଅଶୂରର ରାଜା ଶଲ୍ମନେଷର ଆସିଲା; ତହିଁରେ ହୋଶେୟ ତାହାର ଦାସ ହେଲେ ଓ ତାହା ନିକଟକୁ ଦର୍ଶନୀ ଆଣିଲେ।
1 Chronicles 5:26 in Oriya 26 ତହିଁରେ ଇସ୍ରାଏଲର ପରମେଶ୍ୱର ଅଶୂରର ରାଜା ପୂଲ୍ର ମନକୁ ଓ ଅଶୂରର ରାଜା ତିଗ୍ଲତ୍-ପିଲ୍ନେଷରର ମନକୁ ଉତ୍ତେଜିତ କଲେ, ତହିଁରେ ସେ ସେମାନଙ୍କୁ, ଅର୍ଥାତ୍, ରୁବେନୀୟ, ଗାଦୀୟ, ମନଃଶିର ଅର୍ଦ୍ଧବଂଶୀୟ ଲୋକଙ୍କୁ ହଲହ, ହାବୋର, ହାରା ଓ ଗୋଶନ ନଦୀତୀରକୁ ଆଣିଲା, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।
Isaiah 10:8 in Oriya 8 କାରଣ ସେ କହେ, ଆମ୍ଭର ଅଧିପତିଗଣ ସମସ୍ତେ କି ରାଜା ନୁହଁନ୍ତି ?
Isaiah 36:13 in Oriya 13 ତହୁଁ ରବ୍ଶାକି ଠିଆ ହୋଇ ଉଚ୍ଚସ୍ୱରରେ ଯିହୂଦୀୟ ଭାଷାରେ ଏହି କଥା କହିଲା, ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ।
Jeremiah 42:2 in Oriya 2 “ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କର ନିବେଦନ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆପଣ ଆମ୍ଭମାନଙ୍କ ନିମନ୍ତେ, ଅର୍ଥାତ୍, ଅବଶିଷ୍ଟ ଏହିସକଳ ଲୋକଙ୍କ ନିମନ୍ତେ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ; କାରଣ ଆପଣ ସ୍ୱଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛନ୍ତି, ଆମ୍ଭେମାନେ ଅନେକ ଥିଲୁ, ଏବେ ଅଳ୍ପମାତ୍ର ରହିଅଛୁ।
Ezekiel 16:37 in Oriya 37 ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।
Ezekiel 22:20 in Oriya 20 ଯେପରି ଲୋକମାନେ ଉହ୍ମେଇ ମଧ୍ୟରେ ରୂପା, ପିତ୍ତଳ ଓ ଲୁହା, ସୀସା ଓ ଦସ୍ତା ଏକତ୍ର କରି, ତରଳାଇବା ପାଇଁ ତହିଁ ଉପରେ ଅଗ୍ନି ରଖି ଫୁଙ୍କନ୍ତି; ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ଆପଣା କ୍ରୋଧ ଓ ଆପଣା କୋପରେ ଏକତ୍ର କରି ସେହି ସ୍ଥାନରେ ରଖିବା ଓ ତୁମ୍ଭମାନଙ୍କୁ ତରଳାଇବା।
Ezekiel 23:9 in Oriya 9 ଏଥିପାଇଁ ଆମ୍ଭେ ତାହାର ପ୍ରେମିକଗଣର ହସ୍ତରେ, ଅର୍ଥାତ୍, ଯେଉଁମାନଙ୍କ ପ୍ରତି ସେ ପ୍ରେମରେ ଆସକ୍ତା ହୋଇଥିଲା, ସେହି ଅଶୂରୀୟମାନଙ୍କ ହସ୍ତରେ ତାହାକୁ ସମର୍ପଣ କଲୁ।
Ezekiel 23:22 in Oriya 22 ଏନିମନ୍ତେ ହେ ଅହଲୀବେ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ତୁମ୍ଭର ସେହି ପ୍ରେମିକମାନଙ୍କୁ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଉଠାଇବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା;
Ezekiel 23:46 in Oriya 46 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଜନସମାଜ ଆଣିବା, ପୁଣି, ଏଣେତେଣେ ଟଳଟଳ ଓ ଲୁଟିତ ହେବା ପାଇଁ ସେମାନଙ୍କୁ ସମର୍ପଣ କରିବା।
Ezekiel 26:7 in Oriya 7 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ୱ, ରଥ, ଅଶ୍ୱାରୋହୀଗଣ, ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୁଖଦ୍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା।
Daniel 2:37 in Oriya 37 ହେ ମହାରାଜ, ଆପଣ ରାଜାଧିରାଜ; ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି।
Hosea 10:10 in Oriya 10 ଯେତେବେଳେ ଆମ୍ଭର ଇଚ୍ଛା, ସେତେବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବୁ ଓ ସେମାନେ ଆପଣାମାନଙ୍କର ଦୁଇ ଅପରାଧରେ ବନ୍ଧାଯିବା ସମୟରେ ଗୋଷ୍ଠୀଗଣ ସେମାନଙ୍କ ବିରୁଦ୍ଧରେ ସଂଗୃହୀତ ହେବେ।
Haggai 2:6 in Oriya 6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ଶୁଷ୍କଭୂମିକି ହଲାଇବା;