Hosea 8:14 in Oriya 14 କାରଣ ଇସ୍ରାଏଲ ଆପଣା ସୃଷ୍ଟିକର୍ତ୍ତାଙ୍କୁ ପାସୋରିଅଛି ଓ ନାନା ଅଟ୍ଟାଳିକା ନିର୍ମାଣ କରିଅଛି ଓ ଯିହୁଦା ଅନେକ ପ୍ରାଚୀର ବେଷ୍ଟିତ ନଗର ପ୍ରସ୍ତୁତ କରିଅଛି, ମାତ୍ର ଆମ୍ଭେ ତାହାର ନଗରସକଳର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଦୁର୍ଗସକଳ ଗ୍ରାସ କରିବ।
Other Translations King James Version (KJV) For Israel hath forgotten his Maker, and buildeth temples; and Judah hath multiplied fenced cities: but I will send a fire upon his cities, and it shall devour the palaces thereof.
American Standard Version (ASV) For Israel hath forgotten his Maker, and builded palaces; and Judah hath multiplied fortified cities: but I will send a fire upon his cities, and it shall devour the castles thereof.
Bible in Basic English (BBE) For Israel has no memory of his Maker, and has put up the houses of kings; and Judah has made great the number of his walled towns. But I will send a fire on his towns and put an end to his great houses.
Darby English Bible (DBY) For Israel hath forgotten his Maker, and buildeth temples; and Judah hath multiplied fenced cities: but I will send a fire upon his cities, and it shall devour the palaces thereof.
World English Bible (WEB) For Israel has forgotten his Maker and built palaces; And Judah has multiplied fortified cities; But I will send a fire on his cities, And it will devour its fortresses."
Young's Literal Translation (YLT) And forget doth Israel his Maker, and buildeth temples, And Judah hath multiplied cities of defence, And I have sent a fire into his cities, And it hath consumed their palaces!
Cross Reference Deuteronomy 32:18 in Oriya 18 ଯେଉଁ ଶୈଳ ତୁମ୍ଭକୁ ଉତ୍ପନ୍ନ କଲେ, ତାହାଙ୍କ ବିଷୟରେ ତୁମ୍ଭେ ଅମନୋଯୋଗୀ ହେଲ ଓ ଯେଉଁ ପରମେଶ୍ୱର ତୁମ୍ଭକୁ ଜନ୍ମ ଦେଲେ, ତୁମ୍ଭେ ତାହାଙ୍କୁ ଭୁଲି ଗଲ।
1 Kings 12:31 in Oriya 31 ଏଉତ୍ତାରେ ସେ ଉଚ୍ଚସ୍ଥଳୀର ଗୃହମାନ ନିର୍ମାଣ କଲେ ଓ ଯେଉଁମାନେ ଲେବୀ-ସନ୍ତାନ ନୁହଁନ୍ତି, ଏପରି ସମୁଦାୟ ଲୋକଙ୍କ ମଧ୍ୟରୁ ଯାଜକ କଲେ।
1 Kings 16:31 in Oriya 31 ପୁଣି, ନବାଟର ପୁତ୍ର ଯାରବୀୟାମଙ୍କ ପାପ-ପଥରେ ଚାଲିବାର ତାଙ୍କ ପ୍ରତି ତୁଚ୍ଛ ବିଷୟ ହେଲା ପରି ସେ ସୀଦୋନୀୟମାନଙ୍କ ଇତ୍ବାଲ ରାଜାର କନ୍ୟା ଈଷେବଲକୁ ବିବାହ କଲେ ଓ ଯାଇ ବାଲ୍ର ସେବା କରି ତାହାକୁ ପ୍ରଣାମ କଲେ।
2 Kings 18:13 in Oriya 13 ଏଥିଉତ୍ତାରେ ହିଜକୀୟ ରାଜାଙ୍କର ଅଧିକାରର ଚଉଦ ବର୍ଷରେ ଅଶୂରର ରାଜା ସନ୍ହେରୀବ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।
2 Chronicles 26:10 in Oriya 10 ପୁଣି, ସେ ପ୍ରାନ୍ତରରେ ଦୁର୍ଗମାନ ନିର୍ମାଣ କଲେ, ମଧ୍ୟ ତଳଭୂମିରେ ଓ ସମଭୂମିରେ ତାଙ୍କର ବହୁତ ପଶୁ ଥିବାରୁ ଅନେକ କୂପ ଖୋଳିଲେ; ଆଉ, ପର୍ବତରେ ଓ ଫଳବତ୍ କ୍ଷେତ୍ରରେ ତାଙ୍କର କୃଷକ ଓ ଦ୍ରାକ୍ଷା-କୃଷକଗଣ ଥିଲେ; କାରଣ ସେ କୃଷିପ୍ରିୟ ଥିଲେ।
2 Chronicles 27:4 in Oriya 4 ଆହୁରି, ସେ ଯିହୁଦାର ପର୍ବତମୟ ଦେଶରେ ନାନା ନଗର ଓ ବନରେ ଗଡ଼ ଓ ଦୁର୍ଗସବୁ ନିର୍ମାଣ କଲେ।
Psalm 106:21 in Oriya 21 ଯେ ମିସରରେ ବିବିଧ ମହତ କର୍ମ, ହାମ୍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସମୁଦ୍ର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ;
Isaiah 17:10 in Oriya 10 କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ୱରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ୱରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ;
Isaiah 22:8 in Oriya 8 ପୁଣି, ସେ ଯିହୁଦାର ଓଢ଼ଣା କାଢ଼ି ପକାଇଲେ ଓ ସେହି ଦିନ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି କଲ।
Isaiah 29:23 in Oriya 23 ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ୱରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ଭ୍ରମ କରିବେ।
Isaiah 42:13 in Oriya 13 ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ୱର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ।
Isaiah 42:25 in Oriya 25 ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ଢାଳି ଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ୱଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ।
Isaiah 43:21 in Oriya 21 ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ।
Jeremiah 2:32 in Oriya 32 କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରି ଅଛନ୍ତି।
Jeremiah 3:21 in Oriya 21 ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର, ଇସ୍ରାଏଲ ସନ୍ତାନଗଣର ରୋଦନ ଓ କାକୂକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ପକାଇ ଅଛନ୍ତି।
Jeremiah 17:27 in Oriya 27 ମାତ୍ର ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ୱାରସମୂହରେ ଅଗ୍ନି ଜ୍ୱଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ ଓ ତାହା ନିର୍ବାଣ ହେବ ନାହିଁ।'”
Jeremiah 23:27 in Oriya 27 ସେମାନଙ୍କର ପିତୃପୁରୁଷମାନେ ଯେପରି ବାଲ୍ଦେବ ସକାଶେ ଆମ୍ଭ ନାମ ପାସୋରି ପକାଇଲେ, ସେପରି ସେମାନେ ଆପଣା ଆପଣା ପ୍ରତିବାସୀ ନିକଟରେ ନିଜ ସ୍ୱପ୍ନ କଥା କହି ଆମ୍ଭ ଲୋକମାନଙ୍କୁ ଆମ୍ଭର ନାମ ବିସ୍ମୃତ କରାଇବାକୁ ବିଚାର କରନ୍ତି।”
Hosea 2:13 in Oriya 13 ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା,” ଏହା ସଦାପ୍ରଭୁ କହନ୍ତି।
Hosea 13:6 in Oriya 6 ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରି ଅଛନ୍ତି।
Amos 1:4 in Oriya 4 ମାତ୍ର ଆମ୍ଭେ ହସାୟେଲ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା ଓ ତାହା ବିନ୍ହଦଦ୍ର ଅଟ୍ଟାଳିକାସବୁ ଗ୍ରାସ କରିବ।
Amos 1:10 in Oriya 10 ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।”
Amos 1:12 in Oriya 12 ମାତ୍ର ଆମ୍ଭେ ତୈମନ୍ ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ବସ୍ରାର ଅଟ୍ଟାଳିକାସବୁ ଗ୍ରାସ କରିବ।”
Amos 1:14 in Oriya 14 ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
Amos 2:5 in Oriya 5 ମାତ୍ର ଆମ୍ଭେ ଯିହୁଦା ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ।”
Ephesians 2:10 in Oriya 10 କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତକାର୍ଯ୍ୟ ଆମ୍ଭେମାନେ କରିବୁ ବୋଲି ଈଶ୍ୱର ପୁର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହି ସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।