Hosea 9:15 in Oriya 15 ସେମାନଙ୍କର ଦୁଷ୍ଟତାସକଳ ଗିଲ୍ଗଲ୍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।
Other Translations King James Version (KJV) All their wickedness is in Gilgal: for there I hated them: for the wickedness of their doings I will drive them out of mine house, I will love them no more: all their princes are revolters.
American Standard Version (ASV) All their wickedness is in Gilgal; for there I hated them: because of the wickedness of their doings I will drive them out of my house; I will love them no more; all their princes are revolters.
Bible in Basic English (BBE) All their evil-doing is in Gilgal; there I had hate for them; because of their evil-doing I will send them out of my house; they will no longer be dear to me; all their rulers are uncontrolled.
Darby English Bible (DBY) All their wickedness is in Gilgal; for there I hated them: because of the wickedness of their doings, I will drive them out of my house, I will love them no more: all their princes are rebellious.
World English Bible (WEB) "All their wickedness is in Gilgal; For there I hated them. Because of the wickedness of their deeds I will drive them out of my house! I will love them no more. All their princes are rebels.
Young's Literal Translation (YLT) All their evil `is' in Gilgal, Surely there I have hated them, Because of the evil of their doings, Out of My house I do drive them, I add not to love them, all their heads `are' apostates.
Cross Reference Leviticus 26:30 in Oriya 30 ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚ ସ୍ଥଳସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ ପ୍ରତିମାସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତ ଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।
Joshua 4:19 in Oriya 19 ଏହିରୂପେ ଲୋକମାନେ ପ୍ରଥମ ମାସର ଦଶମ ଦିନରେ ଯର୍ଦ୍ଦନରୁ ଉଠି ଆସି ଯିରୀହୋର ପୂର୍ବସୀମାସ୍ଥିତ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ।
Joshua 5:2 in Oriya 2 ସେସମୟରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଶିଳାର ଛୁରୀମାନ ନିର୍ମାଣ କରି ପୁନର୍ବାର ଦ୍ୱିତୀୟ ଥର ଇସ୍ରାଏଲ-ସନ୍ତାନଗଣକୁ ସୁନ୍ନତ କର।
Joshua 10:43 in Oriya 43 ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଗିଲ୍ଗଲ୍ ଛାଉଣିକୁ ଫେରି ଆସିଲେ।
1 Samuel 7:16 in Oriya 16 ସେ ପ୍ରତି ବର୍ଷ ବୈଥେଲ୍ ଓ ଗିଲ୍ଗଲ୍ ଓ ମିସ୍ପୀରେ ଭ୍ରମଣ କରି ସେସବୁ ସ୍ଥାନରେ ଇସ୍ରାଏଲର ବିଚାର କରୁଥିଲେ।
1 Kings 9:7 in Oriya 7 ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;
2 Kings 17:17 in Oriya 17 ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ।
Psalm 78:60 in Oriya 60 ଏପରିକି, ସେ ଶୀଲୋସ୍ଥିତ ଆବାସ ଓ ମନୁଷ୍ୟମାନଙ୍କ ମଧ୍ୟରେ ଆପଣାର ସ୍ଥାପିତ ତମ୍ବୁ ପରିତ୍ୟାଗ କଲେ।
Isaiah 1:23 in Oriya 23 ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା'ନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
Jeremiah 3:8 in Oriya 8 ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।
Jeremiah 5:5 in Oriya 5 ମୁଁ ବଡ଼ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି; କାରଣ ସେମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଶାସନ ଜାଣନ୍ତି। ମାତ୍ର ଏମାନେ ଏକମନା ହୋଇ ଯୁଆଳି ଭାଙ୍ଗିଅଛନ୍ତି ଓ ବନ୍ଧନ ସବୁ ଛିଣ୍ଡାଇ ପକାଇ ଅଛନ୍ତି।
Jeremiah 11:15 in Oriya 15 ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ ? କାରଣ ସେ ଅନେକଙ୍କ ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି, ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ।
Jeremiah 33:24 in Oriya 24 “ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।' ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।”
Ezekiel 22:27 in Oriya 27 ତାହାର ଅଧିପତିମାନେ ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ ଓ ପ୍ରାଣୀମାନଙ୍କୁ ବିନାଶ କରିବା ପାଇଁ ମୃଗୟା ବିଦାରିବାକୁ ଉତ୍ସୁକ, କେନ୍ଦୁଆଗଣ ପରି ତହିଁ ମଧ୍ୟରେ ଅଛନ୍ତି।
Ezekiel 23:18 in Oriya 18 ଏହିରୂପେ ସେ ଆପଣା ବେଶ୍ୟା କ୍ରିୟା ପ୍ରକାଶ କଲା ଓ ଆପଣା ଉଲଙ୍ଗତା ଅନାବୃତ କଲା; ତହୁଁ ଆମ୍ଭର ପ୍ରାଣ ଯେପରି ତାହାର ଭଗିନୀଠାରୁ ବିମୁଖ ହୋଇଥିଲା, ସେହିପରି ତାହାଠାରୁ ମଧ୍ୟ ବିମୁଖ ହେଲା।
Hosea 1:6 in Oriya 6 ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ରୁହାମା (ଅଦୟା ପାତ୍ରୀ) ରଖ; କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ।
Hosea 1:9 in Oriya 9 ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।”
Hosea 3:4 in Oriya 4 କାରଣ ଇସ୍ରାଏଲ ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;
Hosea 4:9 in Oriya 9 ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।
Hosea 4:15 in Oriya 15 ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍ଗଲ୍ରେ ଉପସ୍ଥିତ ହୁଅ ନାହିଁ, କିଅବା ବୈଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।
Hosea 5:1 in Oriya 1 ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।
Hosea 7:2 in Oriya 2 ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରି ଅଛି; ସେହି ସବୁ ଆମ୍ଭ ସମ୍ମୁଖରେ ଅଛି।
Hosea 9:3 in Oriya 3 ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରି ଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ।
Hosea 9:17 in Oriya 17 ମୋର ପରମେଶ୍ୱର ସେମାନଙ୍କୁ ଦୂର କରି ଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ।
Hosea 12:11 in Oriya 11 ଯଦି ଗିଲିୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃ ଭାବେ ଅସାର; ଗିଲ୍ଗଲ୍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।
Amos 4:4 in Oriya 4 “ତୁମ୍ଭେମାନେ ବୈଥେଲକୁ ଯାଇ ଅପରାଧ କର; ଗିଲ୍ଗଲ୍କୁ ଯାଇ ଅପରାଧ ବୃଦ୍ଧି କର; ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର;
Amos 5:5 in Oriya 5 ମାତ୍ର ବୈଥେଲର ଅନ୍ଵେଷଣ କର ନାହିଁ, କିଅବା ଗିଲ୍ଗଲ୍ରେ ପ୍ରବେଶ କର ନାହିଁ ଓ ବେର୍ଶେବାକୁ ଯାଅ ନାହିଁ; କାରଣ ଗିଲ୍ଗଲ୍ ନିଶ୍ଚୟ ନିର୍ବାସିତ ହେବ ଓ ବୈଥେଲ୍ ବିନଷ୍ଟ ହେବ।
Amos 5:27 in Oriya 27 ଏଥିନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ବାସାର୍ଥେ ଦମ୍ମେସକର ଅପର ପାରିକୁ ଗମନ କରାଇବା।” ଏହା ସଦାପ୍ରଭୁ କହନ୍ତି, ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।
Micah 3:11 in Oriya 11 ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।
Micah 6:5 in Oriya 5 ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ୍ କି ମନ୍ତ୍ରଣା କରିଥିଲା ଓ ବୀୟୋରର ପୁତ୍ର ବିଲୀୟମ୍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍ଗଲ୍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।
Zephaniah 3:3 in Oriya 3 ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜନକାରୀ ସିଂହ ସଦୃଶ୍ୟ; ତାହାର ବିଚାରକର୍ତ୍ତାଗଣ ସନ୍ଧ୍ୟାକାଳୀନ କେନ୍ଦୁଆ ତୁଲ୍ୟ; ସେମାନେ ସକାଳ ବେଳାକୁ କିଛି ରଖନ୍ତି ନାହିଁ।
Zechariah 11:8 in Oriya 8 ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା।
Acts 4:5 in Oriya 5 ପରଦିନ ଲୋକମାନଙ୍କର ଅଧ୍ୟକ୍ଷ, ପ୍ରାଚୀନ ଓ ଶାସ୍ତ୍ରୀମାନେ ଯିରୂୂଶାଲମରେ ଏକତ୍ରିତ ହେଲେ;
Acts 4:27 in Oriya 27 କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୂଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,
Acts 5:21 in Oriya 21 ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ମହାଯାଜକ ଓ ତାହାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି, ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ।