Hosea 9:4 in Oriya 4 ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହିସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।
Other Translations King James Version (KJV) They shall not offer wine offerings to the LORD, neither shall they be pleasing unto him: their sacrifices shall be unto them as the bread of mourners; all that eat thereof shall be polluted: for their bread for their soul shall not come into the house of the LORD.
American Standard Version (ASV) They shall not pour out wine-offerings to Jehovah, neither shall they be pleasing unto him: their sacrifices shall be unto them as the bread of mourners; all that eat thereof shall be polluted; for their bread shall be for their appetite; it shall not come into the house of Jehovah.
Bible in Basic English (BBE) They will give no wine offering to the Lord, they will not make offerings ready for him; their bread will be like the bread of those in sorrow; all who take it will be unclean, because their bread will be only for their desire, it will not come into the house of the Lord.
Darby English Bible (DBY) They shall pour out no [offerings of] wine to Jehovah, neither shall their sacrifices be pleasing unto him: they shall be unto them as the bread of mourners; all that eat thereof shall be defiled: for their bread shall be for themselves; it shall not come into the house of Jehovah.
World English Bible (WEB) They won't pour out wine offerings to Yahweh, Neither will they be pleasing to him. Their sacrifices will be to them like the bread of mourners; All who eat of it will be polluted; For their bread will be for their appetite. It will not come into the house of Yahweh.
Young's Literal Translation (YLT) They pour not out wine to Jehovah, Nor are they sweet to Him, Their sacrifices `are' as bread of mourners to them, All eating it are unclean: For their bread `is' for themselves, It doth not come into the house of Jehovah.
Cross Reference Exodus 40:23 in Oriya 23 ପୁଣି, ସେ ସଦାପ୍ରଭୁଙ୍କ ସମ୍ମୁଖରେ ଧାରାନୁସାରେ ତହିଁ ଉପରେ ରୁଟି ରଖିଲେ।
Leviticus 17:11 in Oriya 11 କାରଣ ରକ୍ତରେ ପ୍ରାଣୀର ପ୍ରାଣ ଥାଏ; ପୁଣି, ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଆମ୍ଭେ ତାହା ବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ଗୁଣରେ ରକ୍ତ ହିଁ ପ୍ରାୟଶ୍ଚିତ୍ତ କରେ।
Leviticus 21:6 in Oriya 6 ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ।
Leviticus 21:8 in Oriya 8 ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ।
Leviticus 21:17 in Oriya 17 “ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ୱରଙ୍କ ଭକ୍ଷ୍ୟଦ୍ରବ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ।
Leviticus 21:21 in Oriya 21 ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ।
Numbers 4:7 in Oriya 7 ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ।
Numbers 19:11 in Oriya 11 ପୁଣି, ଯେକେହି କୌଣସି ମନୁଷ୍ୟର ଶବ ଛୁଏଁ, ସେ ସାତ ଦିନ ଅଶୁଚି ହେବ।
Numbers 28:2 in Oriya 2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ତୁମ୍ଭେମାନେ ଆମ୍ଭର ତୁଷ୍ଟିଜନକ ଆଘ୍ରାଣାର୍ଥେ ଆମ୍ଭର ଉପହାର, ଅର୍ଥାତ୍, ଆମ୍ଭ ଉଦ୍ଦେଶ୍ୟରେ ଅଗ୍ନିକୃତ ନାନା ନୈବେଦ୍ୟାର୍ଥକ ଆମ୍ଭର ଯେଉଁ ଭକ୍ଷ୍ୟ, ତାହା ତହିଁର ନିରୂପିତ ସମୟରେ ଉତ୍ସର୍ଗ କରିବାକୁ ମନୋଯୋଗ କରିବ।
Deuteronomy 26:14 in Oriya 14 ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେହି ସମସ୍ତ ମୁଁ କରିଅଛି।
Nehemiah 8:9 in Oriya 9 ପୁଣି, ଶାସନକର୍ତ୍ତା ନିହିମିୟା ଓ ଅଧ୍ୟାପକ ଓ ଯାଜକ ଏଜ୍ରା ଓ ଲୋକମାନଙ୍କର ଶିକ୍ଷକ ଲେବୀୟମାନେ ସମସ୍ତ ଲୋକଙ୍କୁ କହିଲେ, “ଆଜିଦିନ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ; ଶୋକ ନ କର କି ରୋଦନ ନ କର।” କାରଣ ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ସମସ୍ତ ଲୋକ ରୋଦନ କଲେ।
Isaiah 1:11 in Oriya 11 ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ ?” “ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।
Isaiah 57:6 in Oriya 6 ଉପତ୍ୟକାର ଚିକ୍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେହି ସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ। ଏହିସବୁ ସକାଶୁ ଆମ୍ଭେ କି ଶାନ୍ତ ହେବା ?
Isaiah 66:3 in Oriya 3 ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;
Jeremiah 6:20 in Oriya 20 ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।
Ezekiel 24:17 in Oriya 17 ଦୀର୍ଘ ନିଃଶ୍ୱାସ ଛାଡ଼, ମାତ୍ର ଉଚ୍ଚ କରି ନୁହେଁ; ମୃତ ଲୋକ ପାଇଁ ବିଳାପ କର ନାହିଁ, ଆପଣା ମସ୍ତକରେ ଶିରୋଭୂଷଣ ବାନ୍ଧ ଓ ପାଦରେ ପାଦୁକା ପିନ୍ଧ, ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ, ପୁଣି, ଲୋକମାନଙ୍କର ରୁଟି ଖାଅ ନାହିଁ।”
Ezekiel 24:22 in Oriya 22 ତହିଁରେ ଆମ୍ଭେ ଯେପରି କରିଅଛୁ, ତୁମ୍ଭେମାନେ ସେହିପରି କରିବ; ତୁମ୍ଭେମାନେ ଆପଣା ଆପଣା ଓଷ୍ଠାଧର ଆଚ୍ଛାଦନ କରିବ ନାହିଁ, କିଅବା ଲୋକମାନଙ୍କର ରୁଟି ଖାଇବ ନାହିଁ।
Hosea 3:4 in Oriya 4 କାରଣ ଇସ୍ରାଏଲ ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;
Hosea 8:13 in Oriya 13 ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରି ଯିବେ।
Joel 1:13 in Oriya 13 ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ନିବୃତ୍ତ କରାଯାଇଅଛି।
Joel 2:14 in Oriya 14 କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍ ଆଶୀର୍ବାଦ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ରଖିଯିବେ।
Amos 4:4 in Oriya 4 “ତୁମ୍ଭେମାନେ ବୈଥେଲକୁ ଯାଇ ଅପରାଧ କର; ଗିଲ୍ଗଲ୍କୁ ଯାଇ ଅପରାଧ ବୃଦ୍ଧି କର; ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର;
Amos 5:22 in Oriya 22 ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ମଧ୍ୟ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁ; କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ।
Amos 8:11 in Oriya 11 ପ୍ରଭୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା, ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ, ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ।
Haggai 2:13 in Oriya 13 ସେତେବେଳେ ହାଗୟ କହିଲେ, ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଲୋକ ଯଦି ଏହି ଦ୍ରବ୍ୟମାନର ମଧ୍ୟରୁ କୌଣସି ଦ୍ରବ୍ୟ ସ୍ପର୍ଶ କରେ, ତେବେ ତାହା କି ଅଶୁଚି ହେବ ? ତହିଁରେ ଯାଜକମାନେ ଉତ୍ତର କରି କହିଲେ, ତାହା ଅଶୁଚି ହେବ।
Malachi 1:9 in Oriya 9 “ଆଉ, ପରମେଶ୍ୱର ଯେପରି ଆମ୍ଭମାନଙ୍କ ପ୍ରତି ଦୟାଳୁ ହେବେ, ଏଥିପାଇଁ ତାହାଙ୍କର ଅନୁଗ୍ରହ ପ୍ରାର୍ଥନା କରୁଅଛ; ମାତ୍ର ତୁମ୍ଭମାନଙ୍କ ଏପରି ଆଚରଣ ଦେଖି ସେ କ'ଣ ତୁମ୍ଭମାନଙ୍କ ମଧ୍ୟରୁ କାହାକୁ ଗ୍ରହଣ କରିବେ ?” ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Malachi 2:13 in Oriya 13 ତୁମ୍ଭେମାନେ ମଧ୍ୟ ଏହି କର୍ମ କରୁଅଛ; ତୁମ୍ଭେମାନେ ଲୋତକରେ, ରୋଦନରେ ଓ ଆର୍ତ୍ତସ୍ୱରରେ ସଦାପ୍ରଭୁଙ୍କ ଯଜ୍ଞବେଦିକୁ ଏପରି ଆଚ୍ଛନ୍ନ କରୁଅଛ , କାରଣ ସେ ଆଉ ତୁମ୍ଭର ନୈବେଦ୍ୟ ପ୍ରତି ଦୃଷ୍ଟିପାତ କରନ୍ତି ନାହିଁ, କିଅବା ତୁଷ୍ଟ ହୋଇ ତୁମ୍ଭମାନଙ୍କ ହସ୍ତରୁ ତାହା ଗ୍ରହଣ କରନ୍ତି ନାହିଁ।
John 6:51 in Oriya 51 ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି।