Hosea 9:7 in Oriya 7 ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍ବକ୍ତା ନିର୍ବୋଧ, ଆତ୍ମାପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।
Other Translations King James Version (KJV) The days of visitation are come, the days of recompence are come; Israel shall know it: the prophet is a fool, the spiritual man is mad, for the multitude of thine iniquity, and the great hatred.
American Standard Version (ASV) The days of visitation are come, the days of recompense are come; Israel shall know it: the prophet is a fool, the man that hath the spirit is mad, for the abundance of thine iniquity, and because the enmity is great.
Bible in Basic English (BBE) The days of punishment, the days of reward are come; Israel will be put to shame; the prophet is foolish, the man who has the spirit is off his head, because of your great sin.
Darby English Bible (DBY) The days of visitation are come; the days of recompence are come: Israel shall know [it]: the prophet is a fool, the inspired man is mad, because of the greatness of thine iniquity, and the great enmity.
World English Bible (WEB) The days of visitation have come. The days of reckoning have come. Israel will consider the prophet to be a fool, And the man who is inspired to be insane, Because of the abundance of your sins, And because your hostility is great.
Young's Literal Translation (YLT) Come in have the days of inspection, Come in have the days of recompence, Israel doth know! a fool `is' the prophet, Mad `is' the man of the Spirit, Because of the abundance of thine iniquity, And great `is' the hatred.
Cross Reference 2 Kings 9:11 in Oriya 11 ତହିଁରେ ଯେହୂ ବାହାର ହୋଇ ଆପଣା ପ୍ରଭୁର ଦାସମାନଙ୍କ ନିକଟକୁ ଆସନ୍ତେ, ଜଣେ ତାଙ୍କୁ ପଚାରିଲା, “ସବୁ ମଙ୍ଗଳ ତ ? ସେ ବାତୁଳଟି କାହିଁକି ତୁମ୍ଭ ନିକଟକୁ ଆସିଥିଲା ?” ତହିଁରେ ଯେହୂ ସେମାନଙ୍କୁ କହିଲେ, “ସେ ଲୋକକୁ ଓ ତାହାର କଥା କଅଣ, ତୁମ୍ଭେମାନେ ତ ଜାଣ।”
Isaiah 10:3 in Oriya 3 ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ ?
Isaiah 26:11 in Oriya 11 ହେ ସଦାପ୍ରଭୁ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।
Isaiah 34:8 in Oriya 8 କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ।
Isaiah 44:25 in Oriya 25 ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;
Jeremiah 6:14 in Oriya 14 ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ “ଶାନ୍ତି ଶାନ୍ତି' ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି।”
Jeremiah 8:11 in Oriya 11 ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି, ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି।
Jeremiah 10:15 in Oriya 15 ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ।
Jeremiah 11:23 in Oriya 23 ସେମାନଙ୍କର ଅବଶିଷ୍ଟ କେହି ରହିବେ ନାହିଁ; କାରଣ ଆମ୍ଭେ ଅନାଥୋତ୍ ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କର ପ୍ରତିଫଳ ପ୍ରାପ୍ତିର ବର୍ଷ ଆଣିବା।”
Jeremiah 16:18 in Oriya 18 ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା,କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।”
Jeremiah 23:16 in Oriya 16 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।
Jeremiah 29:26 in Oriya 26 କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ୱରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି।
Jeremiah 46:21 in Oriya 21 ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା।
Lamentations 2:14 in Oriya 14 ତୁମ୍ଭର ଭବିଷ୍ୟଦ୍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।
Ezekiel 7:2 in Oriya 2 ହେ ମନୁଷ୍ୟ ସନ୍ତାନ, ପ୍ରଭୁ, ସଦାପ୍ରଭୁ ଇସ୍ରାଏଲ ଦେଶ ପ୍ରତି କହନ୍ତି; ଅନ୍ତିମ କାଳ, ଦେଶର ଚାରି କୋଣରେ ଅନ୍ତିମ କାଳ ଉପସ୍ଥିତ ହୋଇଅଛି।
Ezekiel 12:22 in Oriya 22 “ହେ ମନୁଷ୍ୟ-ସନ୍ତାନ, କାଳ ବିଳମ୍ବ ହେଉଅଛି, ପ୍ରତ୍ୟେକ ଦର୍ଶନ ବିଫଳ ହେଉଅଛି ବୋଲି ତୁମ୍ଭେମାନେ ଇସ୍ରାଏଲ ଦେଶରେ ଯେଉଁ ପ୍ରବାଦ ଶୁଣିଅଛ, ତାହା କି ?
Ezekiel 13:3 in Oriya 3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁ ମୂଢ଼ ଭବିଷ୍ୟଦ୍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।”
Ezekiel 13:10 in Oriya 10 ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି,”
Ezekiel 14:9 in Oriya 9 ଆଉ, ଭବିଷ୍ୟଦ୍ବକ୍ତା ଭ୍ରାନ୍ତ ହୋଇ ଯଦି କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍ବକ୍ତାକୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା।
Ezekiel 25:17 in Oriya 17 ପୁଣି, ଆମ୍ଭେ ପ୍ରଚଣ୍ଡ ଭର୍ତ୍ସନା ସହିତ ସେମାନଙ୍କଠାରୁ ଭାରୀ ପ୍ରତିଶୋଧ ନେବା; ଆଉ, ଯେଉଁ ସମୟରେ ଆମ୍ଭେ ଆପଣା ଦତ୍ତ ପ୍ରତିଶୋଧର ଭାର ସେମାନଙ୍କ ଉପରେ ଥୋଇବା, ସେହି ସମୟରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Ezekiel 38:23 in Oriya 23 ପୁଣି, ଆମ୍ଭେ ଆପଣାକୁ ମହାନ କରିବା ଓ ଆପଣାକୁ ପବିତ୍ରୀକୃତ କରିବା, ଆଉ ଅନେକ ଗୋଷ୍ଠୀର ସାକ୍ଷାତରେ ଆପଣାର ପରିଚୟ ଦେବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Hosea 9:8 in Oriya 8 ଇଫ୍ରୟିମ ମୋ' ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି।
Amos 8:2 in Oriya 2 ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମ କାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ।
Micah 2:11 in Oriya 11 ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍ବକ୍ତା ହେବ।
Micah 7:4 in Oriya 4 ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ; ସବୁଠାରୁ ସରଳ ଲୋକ କଣ୍ଟାବାଡ଼ ଅପେକ୍ଷା ମନ୍ଦ; ତୁମ୍ଭ ପ୍ରହରୀଗଣର ଦିନ ଓ ତୁମ୍ଭର ଦଣ୍ଡ ଉପସ୍ଥିତ; ଏବେ ସେମାନଙ୍କର ବ୍ୟାକୁଳତା ଜନ୍ମିବ।
Zephaniah 1:14 in Oriya 14 ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀର ପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି।
Zephaniah 3:4 in Oriya 4 ତାହାର ଭବିଷ୍ୟଦ୍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି।
Zechariah 11:15 in Oriya 15 ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ମେଷପାଳକର ସଜ ନିଅ।”
Mark 3:21 in Oriya 21 ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି।
Luke 21:22 in Oriya 22 କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ।
Acts 26:24 in Oriya 24 ଏହି ପ୍ରକାରେ ସେ ଅାତ୍ମପକ୍ଷ ସମର୍ଥନ କରୁଥିବା ସମୟରେ ଫେଷ୍ଟସ୍ ଉଚ୍ଚସ୍ୱରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି।
2 Corinthians 5:13 in Oriya 13 ଯେଣୁ ଯଦି ଆମ୍ଭେମାନେ ନିର୍ବୋଧ, ତାହା ଇଶ୍ବରଙ୍କ ନିମନ୍ତେ; କିଅବା ଯଦି ସୁବୋଧ, ତାହା ତୁମ୍ଭମାନଙ୍କ ନିମନ୍ତେ।
2 Thessalonians 2:10 in Oriya 10 କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟ ପ୍ରତି ପ୍ରେମ ପାଇନାହାଁନ୍ତି।
Revelation 16:19 in Oriya 19 ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୂଦୀମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ୱର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।