Hosea 9:8 in Oriya 8 ଇଫ୍ରୟିମ ମୋ' ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି।
Other Translations King James Version (KJV) The watchman of Ephraim was with my God: but the prophet is a snare of a fowler in all his ways, and hatred in the house of his God.
American Standard Version (ASV) Ephraim `was' a watchman with my God: as for the prophet, a fowler's snare is in all his ways, `and' enmity in the house of his God.
Bible in Basic English (BBE) There is great hate against the watchman of Ephraim, the people of my God; as for the prophet, there is a net in all his ways, and hate in the house of his God.
Darby English Bible (DBY) Is Ephraim a watchman with my God? [nay] the prophet is a fowler's snare on all his ways, enmity in the house of his God.
World English Bible (WEB) A prophet watches over Ephraim with my God. A fowler's snare is on all of his paths, And hostility in the house of his God.
Young's Literal Translation (YLT) Ephraim is looking `away' from My God, The prophet! a snare of a fowler `is' over all his ways, Hatred `is' in the house of his God.
Cross Reference 1 Kings 17:1 in Oriya 1 ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିସ୍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋ' ବାକ୍ୟାନୁସାରେ ହେବ।”
1 Kings 18:1 in Oriya 1 ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା।
1 Kings 18:19 in Oriya 19 ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍ର ମେଜରେ ଭୋଜନକାରୀ ବାଲ୍ର ଚାରିଶହ ପଚାଶ ଭବିଷ୍ୟଦ୍ବକ୍ତାଙ୍କୁ ଓ ଆଶେରାର ଚାରିଶହ ଭବିଷ୍ୟଦ୍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋ' ନିକଟରେ ଏକତ୍ର କର।”
1 Kings 18:36 in Oriya 36 ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୁ, ଅବ୍ରହାମର ଓ ଇସ୍ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”
1 Kings 22:6 in Oriya 6 ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଊଣାଧିକ ଚାରିଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍-ଗିଲୀୟଦ୍ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି ?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”
1 Kings 22:11 in Oriya 11 ଆଉ କାନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
1 Kings 22:22 in Oriya 22 ତହୁଁ ସଦାପ୍ରଭୁ ତାହାକୁ କହିଲେ, “କାହିଁରେ ?” ସେ କହିଲା, “ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।” ତେବେ ସେ କହିଲେ, “ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।
1 Kings 22:28 in Oriya 28 ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋ' ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
2 Kings 2:14 in Oriya 14 ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, “ସଦାପ୍ରଭୁ ଏଲୀୟଙ୍କର ପରମେଶ୍ୱର କାହାନ୍ତି ?” ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ।
2 Kings 2:21 in Oriya 21 ଏଥିରେ ସେ ଜଳ ନିର୍ଝର ନିକଟକୁ ଗଲେ ଓ ତହିଁରେ ଲବଣ ପକାଇ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, “ମୁଁ ଏହି ଜଳ ଭଲ କଲି; ତାହା ମୃତ୍ୟୁୁଜନକ ଅବା ଫଳନାଶକ ଆଉ ହେବ ନାହିଁ।”
2 Kings 3:15 in Oriya 15 ତଥାପି ଏବେ ମୋ' ନିକଟକୁ ଏକ ବାଦ୍ୟକର ଆଣ।” ତହୁଁ ବାଦ୍ୟକର ଆସି ବାଦ୍ୟ ବଜାନ୍ତେ, ସଦାପ୍ରଭୁଙ୍କ ହସ୍ତ ଇଲୀଶାୟଙ୍କ ଉପରେ ଅବସ୍ଥାନ କଲା।
2 Kings 4:1 in Oriya 1 ଭବିଷ୍ୟଦ୍ବକ୍ତାମାନଙ୍କ ପୁତ୍ରଗଣର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ସ୍ତ୍ରୀ ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋ' ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।”
2 Kings 4:33 in Oriya 33 ଏହେତୁ ସେ ଭିତରକୁ ଯାଇ ନିଜେ ଓ ବାଳକ ଉଭୟେ ରହି ଦ୍ୱାର ବନ୍ଦ କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
2 Kings 4:41 in Oriya 41 ମାତ୍ର ଇଲୀଶାୟ କହିଲେ, “ତେବେ ମଇଦା ଆଣ।” ଆଉ ସେ ତାହା ହଣ୍ଡାରେ ପକାଇ କହିଲେ, “ଲୋକମାନଙ୍କ ନିମନ୍ତେ ତାହା ଢାଳ, ସେମାନେ ଭୋଜନ କରନ୍ତୁ।” ତହୁଁ ହଣ୍ଡାରେ କିଛି ମନ୍ଦ ରହିଲା ନାହିଁ।
2 Kings 4:43 in Oriya 43 ତହୁଁ ତାଙ୍କ ଦାସ କହିଲା, “କ'ଣ, ଶହେ ଲୋକଙ୍କ ଆଗରେ ଏହା ରଖିବି ?” ମାତ୍ର ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ; କାରଣ ସଦାପ୍ରଭୁ ଏହା କହନ୍ତି, ‘ସେମାନେ ଭୋଜନ କରିବେ ଓ ତହିଁରୁ ଅବଶିଷ୍ଟାଂଶ ରଖିବେ।’”
2 Kings 5:14 in Oriya 14 ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।
2 Kings 5:27 in Oriya 27 ଏହେତୁ ନାମାନ୍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ।” ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ୱେତ କୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରି ଗଲା।
2 Kings 6:17 in Oriya 17 ପୁଣି ଇଲୀଶାୟ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ସେ ଯେପରି ଦେଖି ପାରିବ, ଏଥିପାଇଁ ତାହାର ଚକ୍ଷୁ ମୁକ୍ତ କର।” ପୁଣି ସଦାପ୍ରଭୁ ସେହି ଯୁବା ଲୋକର ଚକ୍ଷୁ ମୁକ୍ତ କଲେ; ଆଉ ସେ ଦେଖିଲା; ପୁଣି ଦେଖ, ପର୍ବତ ଇଲୀଶାୟଙ୍କ ଚତୁର୍ଦ୍ଦିଗରେ ଅଗ୍ନିମୟ ଅଶ୍ୱ ଓ ରଥରେ ପରିପୂର୍ଣ୍ଣ ଥିଲା।
2 Kings 7:2 in Oriya 2 ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କ'ଣ ଏ କଥା ହୋଇ ପାରିବ ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”
2 Kings 7:19 in Oriya 19 ଆଉ ସେହି ସେନାପତି ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଥିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କ'ଣ ଏପରି କଥା ହୋଇ ପାରିବ।” ତହିଁରେ ଇଲୀଶାୟ କହିଥିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”
2 Kings 13:21 in Oriya 21 ସେସମୟରେ ଲୋକମାନେ ଜଣେ ମନୁଷ୍ୟକୁ କବର ଦେବା ବେଳେ ଏପରି ଘଟିଲା ଯେ, ଦେଖ, ସେମାନେ ଏକ ଲୁଟକାରୀ ଦଳକୁ ଦୂରରୁ ଦେଖିଲେ। ତହିଁରେ ସେମାନେ ସେହି ମନୁଷ୍ୟକୁ ଇଲୀଶାୟଙ୍କର କବରରେ ପକାଇ ଦିଅନ୍ତେ, ସେ ମନୁଷ୍ୟ ଇଲୀଶାୟଙ୍କର ଅସ୍ଥି ସ୍ପର୍ଶ କରିବା ମାତ୍ରେ ସଜୀବ ହୋଇ ଆପଣା ଚରଣରେ ଠିଆ ହେଲା।
Song of Solomon 3:3 in Oriya 3 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ ; ମୁଁ ସେମାନଙ୍କୁ ପଚାରିଲି, ଯାହାଙ୍କୁ ମୋ' ପ୍ରାଣ ପ୍ରେମ କରେ, ତାଙ୍କୁ କି ତୁମ୍ଭେମାନେ ଦେଖିଲ ?
Isaiah 62:6 in Oriya 6 ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।
Jeremiah 6:14 in Oriya 14 ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ “ଶାନ୍ତି ଶାନ୍ତି' ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି।”
Jeremiah 6:17 in Oriya 17 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;' ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।'
Jeremiah 14:13 in Oriya 13 ତହିଁରେ ମୁଁ କହିଲି, “ହାୟ ପ୍ରଭୁ, ସଦାପ୍ରଭୁ ! ଦେଖ, ତୁମ୍ଭେମାନେ ଖଡ୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି।”
Jeremiah 31:6 in Oriya 6 କାରଣ ଯେଉଁ ଦିନରେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ଉଠ, ଆମ୍ଭେମାନେ ସିୟୋନକୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛାମୁକୁ ଯାଉ,ଏପରି ଦିନ ଆସିବ।”
Lamentations 2:14 in Oriya 14 ତୁମ୍ଭର ଭବିଷ୍ୟଦ୍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।
Lamentations 4:13 in Oriya 13 ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି।
Ezekiel 3:17 in Oriya 17 ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ।
Ezekiel 33:7 in Oriya 7 ଏହିରୂପେ ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶର ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ତୁମ୍ଭେ ଆମ୍ଭ ମୁଖରୁ ବାକ୍ୟ ଶୁଣି ଆମ୍ଭ ପକ୍ଷରୁ ସେମାନଙ୍କୁ ସଚେତନ କର।
Hosea 5:1 in Oriya 1 ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।
Micah 7:4 in Oriya 4 ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ; ସବୁଠାରୁ ସରଳ ଲୋକ କଣ୍ଟାବାଡ଼ ଅପେକ୍ଷା ମନ୍ଦ; ତୁମ୍ଭ ପ୍ରହରୀଗଣର ଦିନ ଓ ତୁମ୍ଭର ଦଣ୍ଡ ଉପସ୍ଥିତ; ଏବେ ସେମାନଙ୍କର ବ୍ୟାକୁଳତା ଜନ୍ମିବ।
John 15:24 in Oriya 24 ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହି ସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।
Romans 3:7 in Oriya 7 କିନ୍ତୁ ଯଦି ମୋହର ମିଥ୍ୟା ଦ୍ୱାରା ଇଶ୍ବରଙ୍କ ସତ୍ୟ ତାହାଙ୍କ ଗୌରବ ନିମନ୍ତେ ପ୍ରଚୁର ଭାବରେ ବୃଦ୍ଧି ପାଇଲା, ତାହାହେଲେ ମୁଁ ମଧ୍ୟ ଆଉ କାହିଁକି ପାପୀ ବୋଲି ବିଚାରିତ ହେଉଅଛି ?
Hebrews 13:17 in Oriya 17 ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରି ପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।