Isaiah 1:15 in Oriya 15 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।
Other Translations King James Version (KJV) And when ye spread forth your hands, I will hide mine eyes from you: yea, when ye make many prayers, I will not hear: your hands are full of blood.
American Standard Version (ASV) And when ye spread forth your hands, I will hide mine eyes from you; yea, when ye make many prayers, I will not hear: your hands are full of blood.
Bible in Basic English (BBE) And when your hands are stretched out to me, my eyes will be turned away from you: even though you go on making prayers, I will not give ear: your hands are full of blood.
Darby English Bible (DBY) And when ye spread forth your hands, I will hide mine eyes from you; yea, when ye make many prayers, I will not hear: your hands are full of blood.
World English Bible (WEB) When you spread forth your hands, I will hide my eyes from you; Yes, when you make many prayers, I will not hear. Your hands are full of blood.
Young's Literal Translation (YLT) And in your spreading forth your hands, I hide mine eyes from you, Also when ye increase prayer, I do not hear, Your hands of blood have been full.
Cross Reference 1 Kings 8:22 in Oriya 22 ଏଥିଉତ୍ତାରେ ଶଲୋମନ ଇସ୍ରାଏଲର ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଠିଆ ହେଲେ ଓ ସ୍ୱର୍ଗଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ;
1 Kings 8:54 in Oriya 54 ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନିକଟରେ ଏହିସବୁ ପ୍ରାର୍ଥନା ଓ ବିନତି-ନିବେଦନ କରିବାର ସମାପ୍ତ କରନ୍ତେ, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଜାନୁପାତରୁ ଓ ସ୍ୱର୍ଗ ଆଡ଼େ ହସ୍ତ-ବିସ୍ତାରକରଣରୁ ଉଠିଲେ।
Ezra 9:5 in Oriya 5 ତହୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଆପଣା ଦୁଃଖିତାବସ୍ଥାରୁ ଉଠିଲି, ମୋ' ଦେହରେ ମୋହର ଚିରା ବସ୍ତ୍ର ଓ ଚୋଗା ଥିଲା; ପୁଣି, ମୁଁ ଆପଣା ଆଣ୍ଠୁ ପାତି ସଦାପ୍ରଭୁ ମୋ' ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,
Job 27:8 in Oriya 8 କାରଣ ଅଧାର୍ମିକ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ ?
Job 27:20 in Oriya 20 ଜଳରାଶି ପରି ତାହାକୁ ଭୟ ଆକ୍ରମଣ କରେ; ରାତ୍ରିରେ ତୋଫାନ ତାହାକୁ ଅପହରଣ କରି ନିଏ।
Psalm 55:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍। ହେ ପରମେଶ୍ୱର, ମୋ' ପ୍ରାର୍ଥନାରେ କର୍ଣ୍ଣପାତ କର; ମୋ' ବିନତିରୁ ଆପଣାକୁ ଲୁଚାଅ ନାହିଁ।
Psalm 66:18 in Oriya 18 ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋ' କଥା ଶୁଣିବେ ନାହିଁ;
Psalm 134:2 in Oriya 2 ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର।
Proverbs 1:28 in Oriya 28 ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ।
Isaiah 8:17 in Oriya 17 ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।
Isaiah 58:7 in Oriya 7 କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀ ଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ ?
Isaiah 59:2 in Oriya 2 ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ।
Jeremiah 7:8 in Oriya 8 ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ।
Jeremiah 14:12 in Oriya 12 ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା।”
Ezekiel 8:17 in Oriya 17 ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ ? ଏହି ସ୍ଥାନରେ ଯିହୂଦା-ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।
Micah 3:4 in Oriya 4 ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ।
Micah 3:9 in Oriya 9 ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟ ବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ।
Zechariah 7:13 in Oriya 13 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ,
Matthew 6:7 in Oriya 7 ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୂଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି।
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
Luke 13:25 in Oriya 25 ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ, ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ।
1 Timothy 2:8 in Oriya 8 ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ।