Isaiah 1:2 in Oriya 2 ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।”
Other Translations King James Version (KJV) Hear, O heavens, and give ear, O earth: for the LORD hath spoken, I have nourished and brought up children, and they have rebelled against me.
American Standard Version (ASV) Hear, O heavens, and give ear, O earth; for Jehovah hath spoken: I have nourished and brought up children, and they have rebelled against me.
Bible in Basic English (BBE) Give ear, O heavens, and you, O earth, to the word which the Lord has said: I have taken care of my children till they became men, but their hearts have been turned away from me.
Darby English Bible (DBY) Hear, [ye] heavens, and give ear, [thou] earth! for Jehovah hath spoken: I have nourished and brought up children; and they have rebelled against me.
World English Bible (WEB) Hear, heavens, And listen, earth; for Yahweh has spoken: I have nourished and brought up children, And they have rebelled against me.
Young's Literal Translation (YLT) Hear, O heavens, and give ear, O earth, For Jehovah hath spoken: Sons I have nourished and brought up, And they -- they transgressed against Me.
Cross Reference Deuteronomy 1:31 in Oriya 31 ଯେହେତୁ ପ୍ରାନ୍ତରରେ ତୁମ୍ଭେ ଦେଖିଅଛ ଯେ, ମନୁଷ୍ୟ ଆପଣା ପୁତ୍ରକୁ ବହିବା ପରି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଏହି ସ୍ଥାନରେ ପହଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗମନର ସମସ୍ତ ପଥରେ ତୁମ୍ଭକୁ କିପରି ବହିଅଛନ୍ତି।”
Deuteronomy 4:7 in Oriya 7 ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ୱର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି ?
Deuteronomy 4:26 in Oriya 26 ତେବେ ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରୁ ଶୀଘ୍ର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ; ତୁମ୍ଭେମାନେ ତହିଁ ମଧ୍ୟରେ ଦୀର୍ଘାୟୁ ପାଇବ ନାହିଁ, ମାତ୍ର ନିର୍ମୂଳରେ ଉଚ୍ଛିନ୍ନ ହେବ।
Deuteronomy 9:22 in Oriya 22 ପୁଣି ତୁମ୍ଭେମାନେ ତବିୟେରାରେ, ମଃସାରେ ଓ କିବ୍ରୋତ୍-ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ।
Deuteronomy 30:19 in Oriya 19 ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଅଛି; ଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର;
Deuteronomy 32:1 in Oriya 1 ହେ ଆକାଶମଣ୍ଡଳ, କର୍ଣ୍ଣ ଦିଅ, ଆମ୍ଭେ କହିବା; ପୁଣି ପୃଥିବୀ ଆମ୍ଭ ମୁଖର ବାକ୍ୟ ଶ୍ରବଣ କରୁ;
Psalm 50:4 in Oriya 4 ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ;
Isaiah 5:1 in Oriya 1 ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋ' ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋ' ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;
Isaiah 30:1 in Oriya 1 ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ” ମନ୍ତ୍ରଣା କରନ୍ତି, ମାତ୍ର “ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର !
Isaiah 30:9 in Oriya 9 କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;
Isaiah 46:3 in Oriya 3 ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;
Isaiah 63:9 in Oriya 9 ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।
Isaiah 65:2 in Oriya 2 ଯେଉଁମାନେ ଆପଣା ଆପଣା କଳ୍ପନାନୁସାରେ କୁପଥରେ ଗମନ କରନ୍ତି, ଏପରି ବିଦ୍ରୋହାଚାରୀ ଲୋକମାନଙ୍କ ପ୍ରତି ଆମ୍ଭେ ସାରାଦିନ ଆପଣା ହସ୍ତ ବିସ୍ତାର କରିଅଛୁ;
Jeremiah 2:5 in Oriya 5 ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାରତାର ପଶ୍ଚାଦ୍ଗମନ କରି ଅସାର ହୋଇଅଛନ୍ତି ?
Jeremiah 6:19 in Oriya 19 ହେ ପୃଥିବୀ, ଶୁଣ; ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କ କଳ୍ପନାସମୂହର ଫଳ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି।
Jeremiah 13:15 in Oriya 15 ତୁମ୍ଭେମାନେ ଶୁଣ ଓ କର୍ଣ୍ଣପାତ କର; ଅହଙ୍କାର କର ନାହିଁ; କାରଣ ସଦାପ୍ରଭୁ କଥା କହିଅଛନ୍ତି।
Jeremiah 22:29 in Oriya 29 ହେ ପୃଥିବୀ, ପୃଥିବୀ, ପୃଥିବୀ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Jeremiah 31:9 in Oriya 9 ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।”
Ezekiel 16:6 in Oriya 6 ଏଥିଉତ୍ତାରେ ଆମ୍ଭେ ଯେତେବେଳେ ତୁମ୍ଭ ନିକଟ ଦେଇ ଗଲୁ ଓ ତୁମ୍ଭକୁ ରକ୍ତରେ ଛଟପଟ ହେବାର ଦେଖିଲୁ, ସେତେବେଳେ ଆମ୍ଭେ ତୁମ୍ଭକୁ କହିଲୁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ହଁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ଏହି କଥା ଆମ୍ଭେ ତୁମ୍ଭକୁ କହିଲୁ।
Ezekiel 20:5 in Oriya 5 ଆଉ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ମନୋନୀତ କଲୁ ଓ ଯାକୁବର କୁଳଜାତ ବଂଶ ସପକ୍ଷରେ ଆପଣା ହସ୍ତ ଉଠାଇଲୁ ଓ ମିସର ଦେଶରେ ସେମାନଙ୍କ ନିକଟରେ ଆପଣାର ପରିଚୟ ଦେଲୁ, ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବୋଲି କହିଲୁ;
Ezekiel 36:4 in Oriya 4 ଏହେତୁ ହେ ଇସ୍ରାଏଲର ପର୍ବତଗଣ, ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ଇସ୍ରାଏଲର ଯେସକଳ ପର୍ବତ ଓ ଉପ-ପର୍ବତଗଣ, ଜଳପ୍ରବାହ ଓ ଉପତ୍ୟକାସକଳ, ଧ୍ୱଂସ ଶୂନ୍ୟସ୍ଥାନସକଳ ଓ ତ୍ୟକ୍ତ ନଗରସମୂହ, ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀୟମାନଙ୍କର ଅବଶିଷ୍ଟାଂଶର ପ୍ରତି ଲୁଟିତ ଦ୍ରବ୍ୟ ଓ ହାସ୍ୟାସ୍ପଦ ହୋଇଅଛି, ସେହି ସବୁକୁ ସଦାପ୍ରଭୁ ଏହି କଥା କହନ୍ତି;
Amos 3:1 in Oriya 1 ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ଏହା ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ, ଅର୍ଥାତ୍, ଯେଉଁ ସମୁଦାୟ ଗୋଷ୍ଠୀକୁ ଆମ୍ଭେ ମିସର ଦେଶରୁ ବାହାର କରି ଆଣିଲୁ, ସେମାନଙ୍କ ବିରୁଦ୍ଧରେ କହିଅଛନ୍ତି,
Micah 1:2 in Oriya 2 ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ।
Micah 3:8 in Oriya 8 ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।
Micah 6:1 in Oriya 1 ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ।
Malachi 1:6 in Oriya 6 ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।”
Acts 4:20 in Oriya 20 କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହି ସବୁ ନ କହି ରହି ନ ପାରୁ।
Romans 3:1 in Oriya 1 ତେବେ ଯିହୂଦୀ ଲୋକର ବିଶେଷ କ'ଣ ? ସୁନ୍ନତର ବା ଉପକାର କ'ଣ ? ସବୁ ପ୍ରକାରେ ବହୁତ।
Romans 9:4 in Oriya 4 ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;