Isaiah 1:21 in Oriya 21 ବିଶ୍ଵସ୍ତ ନଗରୀ କିପରି ବେଶ୍ୟା ହୋଇଅଛି ! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।
Other Translations King James Version (KJV) How is the faithful city become an harlot! it was full of judgment; righteousness lodged in it; but now murderers.
American Standard Version (ASV) How is the faithful city become a harlot! she that was full of justice! righteousness lodged in her, but now murderers.
Bible in Basic English (BBE) The upright town has become untrue; there was a time when her judges gave right decisions, when righteousness had a resting-place in her, but now she is full of those who take men's lives.
Darby English Bible (DBY) How is the faithful city become a harlot! It was full of judgment; righteousness used to lodge in it, but now murderers.
World English Bible (WEB) How the faithful city has become a prostitute! She was full of justice; righteousness lodged in her, But now murderers.
Young's Literal Translation (YLT) How hath a faithful city become a harlot? I have filled it `with' judgment, Righteousness lodgeth in it -- now murderers.
Cross Reference 2 Samuel 8:15 in Oriya 15 ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ।
2 Chronicles 19:9 in Oriya 9 ପୁଣି, ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଭୟରେ ବିଶ୍ୱସ୍ତ ରୂପେ ଓ ସିଦ୍ଧ ଅନ୍ତଃକରଣରେ ଏହିପରି କର।
Nehemiah 11:1 in Oriya 1 ପୁଣି, ଲୋକମାନଙ୍କ ଅଧିପତିବର୍ଗ ଯିରୁଶାଲମରେ ବାସ କଲେ; ମଧ୍ୟ ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୁଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଏକ ଜଣକୁ ସେସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରାଇବା ପାଇଁ ଗୁଲିବାଣ୍ଟ କଲେ।
Psalm 46:4 in Oriya 4 ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ୱରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ରସ୍ଥାନକୁ ଆନନ୍ଦିତ କରେ।
Psalm 48:1 in Oriya 1 ଗୀତ : କୋରହ-ସନ୍ତାନମାନଙ୍କର ଗୀତ। ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
Psalm 48:8 in Oriya 8 ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। ସେଲା
Isaiah 5:7 in Oriya 7 ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।
Isaiah 48:2 in Oriya 2 କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Isaiah 57:3 in Oriya 3 ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ।
Jeremiah 2:20 in Oriya 20 ପୂର୍ବ କାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ଆମ୍ଭେ ଦାସ୍ୟକର୍ମ କରିବା ନାହିଁ; କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ।
Jeremiah 3:1 in Oriya 1 ଲୋକେ କହନ୍ତି, “କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ ?” ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ ? ତଥାପି ସଦାପ୍ରଭୁ କହନ୍ତି, “ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ !
Lamentations 1:8 in Oriya 8 ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି।
Ezekiel 16:1 in Oriya 1 ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,
Ezekiel 22:1 in Oriya 1 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Hosea 11:12 in Oriya 12 ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି।
Micah 3:2 in Oriya 2 ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଶରୀରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ;
Zephaniah 3:1 in Oriya 1 ଯିରୂଶାଲମ ଓ ଗୋଷ୍ଠୀଗଣଙ୍କ ପ୍ରତି ବିଚାର ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ।
Zechariah 8:3 in Oriya 3 ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।”
Luke 13:34 in Oriya 34 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
Acts 7:52 in Oriya 52 ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
Hebrews 12:22 in Oriya 22 କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଇଶ୍ବରଙ୍କ ନଗର, ଅର୍ଥାତ୍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,
Revelation 11:2 in Oriya 2 କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୂଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ।
Revelation 11:8 in Oriya 8 ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବା।