Isaiah 1:23 in Oriya 23 ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା'ନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
Other Translations King James Version (KJV) Thy princes are rebellious, and companions of thieves: every one loveth gifts, and followeth after rewards: they judge not the fatherless, neither doth the cause of the widow come unto them.
American Standard Version (ASV) Thy princes are rebellious, and companions of thieves; every one loveth bribes, and followeth after rewards: they judge not the fatherless, neither doth the cause of the widow come unto them.
Bible in Basic English (BBE) Your chiefs have gone against the Lord, they have become friends of thieves; every one of them is looking for profit and going after rewards; they do not give right decisions for the child who has no father, and they do not let the cause of the widow come before them.
Darby English Bible (DBY) thy princes are rebellious, and companions of thieves; every one loveth presents, and hunteth after rewards; they judge not the fatherless, and the cause of the widow cometh not unto them.
World English Bible (WEB) Your princes are rebellious, and companions of thieves. Everyone loves bribes, and follows after rewards. They don't judge the fatherless, Neither does the cause of the widow come to them.
Young's Literal Translation (YLT) Thy princes `are' apostates, and companions of thieves, Every one loving a bribe, and pursuing rewards, The fatherless they judge not, And the plea of the widow cometh not to them.
Cross Reference Exodus 23:8 in Oriya 8 ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ ଅନ୍ଧ କରି ଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ।
Deuteronomy 16:19 in Oriya 19 ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ।
2 Chronicles 24:17 in Oriya 17 ଯିହୋୟାଦାର ମରଣ ଉତ୍ତାରେ ଯିହୁଦାର ଅଧିପତିମାନେ ଆସି ରାଜାଙ୍କୁ ପ୍ରଣାମ କଲେ। ତହିଁରେ ରାଜା ସେମାନଙ୍କ କଥାରେ ମନୋଯୋଗ କଲେ।
2 Chronicles 36:14 in Oriya 14 ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।
Proverbs 17:23 in Oriya 23 ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ।
Proverbs 29:24 in Oriya 24 ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ।
Isaiah 3:14 in Oriya 14 ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି;
Isaiah 10:1 in Oriya 1 ଯେଉଁମାନେ ଅଧର୍ମ ବ୍ୟବସ୍ଥା ସ୍ଥାପନ କରନ୍ତି ଓ ଯେଉଁ ଲେଖକମାନେ ଉପଦ୍ରବର କଥା ଲେଖନ୍ତି, ସେମାନେ ସନ୍ତାପର ପାତ୍ର !
Isaiah 33:15 in Oriya 15 ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ;
Jeremiah 5:5 in Oriya 5 ମୁଁ ବଡ଼ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି; କାରଣ ସେମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଶାସନ ଜାଣନ୍ତି। ମାତ୍ର ଏମାନେ ଏକମନା ହୋଇ ଯୁଆଳି ଭାଙ୍ଗିଅଛନ୍ତି ଓ ବନ୍ଧନ ସବୁ ଛିଣ୍ଡାଇ ପକାଇ ଅଛନ୍ତି।
Jeremiah 5:28 in Oriya 28 ସେମାନେ ଆହୁରି ଆହୁରି ମୋଟା ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ।”
Jeremiah 22:17 in Oriya 17 ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।
Ezekiel 22:6 in Oriya 6 ଦେଖ, ଇସ୍ରାଏଲର ଅଧିପତିଗଣ ପ୍ରତ୍ୟେକେ ଆପଣା ଆପଣା ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧ୍ୟରେ ରହିଅଛନ୍ତି।
Daniel 9:5 in Oriya 5 ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ।
Hosea 4:18 in Oriya 18 ସେମାନଙ୍କର ପେୟ ଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି।
Hosea 7:3 in Oriya 3 ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ୱାରା ରାଜାକୁ ଓ ଆପଣାମାନଙ୍କ ମିଥ୍ୟା ଦ୍ୱାରା ଅଧିପତିମାନଙ୍କୁ ଆନନ୍ଦିତ କରନ୍ତି।
Hosea 9:15 in Oriya 15 ସେମାନଙ୍କର ଦୁଷ୍ଟତାସକଳ ଗିଲ୍ଗଲ୍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।
Micah 3:1 in Oriya 1 ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ୍ ନୁହେଁ ?
Micah 3:11 in Oriya 11 ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।
Micah 7:3 in Oriya 3 ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।
Zechariah 7:10 in Oriya 10 ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ; ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ।”
Malachi 3:5 in Oriya 5 “ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 21:13 in Oriya 13 ଆଉ ଯୀଶୁ ସେମାନଙ୍କୁ କହିଲେ, ଲେଖା ଅଛି, ଆମ୍ଭର ଗୃହ ପ୍ରାର୍ଥନାର ଗୃହ ବୋଲି ପରିଚିତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଡକାୟତମାନଙ୍କ ବାସସ୍ଥାନ କରୁଅଛ।
Mark 11:17 in Oriya 17 ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, ଏହା କ'ଣ ଲେଖା ନାହିଁ, ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ ? କିନ୍ତୁ ତୁମ୍ଭେମାନେ ତାହାକୁ ‘ଡକାୟତମାନଙ୍କ ଗହ୍ୱର' କରିଅଛ।
Luke 18:2 in Oriya 2 ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ୱରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ।
Luke 19:46 in Oriya 46 ଲେଖା ଅଛି, ଆମ୍ଭର ଗୃହ ପ୍ରାର୍ଥନାଗୃହ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଦୁଷ୍କର୍ମକାରୀମାନଙ୍କର ବାସସ୍ଥାନ କରିଅଛ।
Acts 4:5 in Oriya 5 ପରଦିନ ଲୋକମାନଙ୍କର ଅଧ୍ୟକ୍ଷ, ପ୍ରାଚୀନ ଓ ଶାସ୍ତ୍ରୀମାନେ ଯିରୂୂଶାଲମରେ ଏକତ୍ରିତ ହେଲେ;