Isaiah 1:26 in Oriya 26 ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାର-କର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରୁ ତୁମ୍ଭେ ଧର୍ମପୁରୀ, ବିଶ୍ଵସ୍ତ ନଗରୀ ବୋଲି ବିଖ୍ୟାତ ହେବ।
Other Translations King James Version (KJV) And I will restore thy judges as at the first, and thy counsellors as at the beginning: afterward thou shalt be called, The city of righteousness, the faithful city.
American Standard Version (ASV) and I will restore thy judges as at the first, and thy counsellors as at the beginning: afterward thou shalt be called The city of righteousness, a faithful town.
Bible in Basic English (BBE) And I will give you judges again as at the first, and wise guides as in the past; then you will be named, The Town of Righteousness, the true town.
Darby English Bible (DBY) and I will restore thy judges as at the first, and thy counsellors as at the beginning. Afterwards thou shalt be called, Town of righteousness, Faithful city.
World English Bible (WEB) I will restore your judges as at the first, And your counselors as at the beginning. Afterward you shall be called 'The city of righteousness, A faithful town.'
Young's Literal Translation (YLT) And I give back thy judges as at the first, And thy counsellors as in the beginning, After this thou art called, `A city of righteousness -- a faithful city.'
Cross Reference Numbers 12:3 in Oriya 3 ମୋଶା ପୃଥିବୀସ୍ଥ ସମସ୍ତ ଲୋକଙ୍କଠାରୁ ଅତି ନମ୍ର ଲୋକ ଥିଲେ।
Numbers 16:15 in Oriya 15 ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ।”
1 Samuel 12:2 in Oriya 2 ଆଉ ଏବେ ଦେଖ, ରାଜା ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରୁଅଛନ୍ତି; ପୁଣି, ମୁଁ ବୃଦ୍ଧ ଓ ପକ୍ୱକେଶ ହୋଇଅଛି; ଆଉ ଦେଖ, ମୋହର ପୁତ୍ରମାନେ ତୁମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ମୁଁ ଯୌବନାକାଳାବଧି ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରିଅଛି।
Isaiah 1:21 in Oriya 21 ବିଶ୍ଵସ୍ତ ନଗରୀ କିପରି ବେଶ୍ୟା ହୋଇଅଛି ! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।
Isaiah 32:1 in Oriya 1 ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।
Isaiah 33:5 in Oriya 5 ସଦାପ୍ରଭୁ ଉନ୍ନତ; କାରଣ ସେ ଉର୍ଦ୍ଧ୍ୱଲୋକରେ ବାସ କରନ୍ତି; ସେ ସିୟୋନକୁ ନ୍ୟାୟ ବିଚାର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି।
Isaiah 60:14 in Oriya 14 ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।
Isaiah 60:17 in Oriya 17 ଆମ୍ଭେ ପିତ୍ତଳର ପାଲଟେ ସୁବର୍ଣ୍ଣ ଆଣିବା ଓ ଲୁହାର ପାଲଟେ ରୂପା, କାଷ୍ଠର ପାଲଟେ ପିତ୍ତଳ ଓ ପ୍ରସ୍ତର ପାଲଟେ ଲୁହା ଆଣିବା; ଆହୁରି, ଆମ୍ଭେ ତୁମ୍ଭର ଅଧ୍ୟକ୍ଷ ପଦରେ ଶାନ୍ତିକୁ ଓ ତୁମ୍ଭର ଅଧିକାରୀ ପଦରେ ଧାର୍ମିକତାକୁ ନିଯୁକ୍ତ କରିବା।
Isaiah 60:21 in Oriya 21 ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।
Isaiah 62:1 in Oriya 1 ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ।
Jeremiah 31:23 in Oriya 23 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ,ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।'
Jeremiah 33:7 in Oriya 7 ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ୱାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା।
Jeremiah 33:11 in Oriya 11 ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ,ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ' ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।'”
Jeremiah 33:15 in Oriya 15 ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟ ବିଚାର ଓ ଧର୍ମ ପ୍ରଚଳିତ କରିବେ।
Ezekiel 34:23 in Oriya 23 ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।
Ezekiel 37:24 in Oriya 24 ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ଓ ସେହି ସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଓ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ।
Ezekiel 45:8 in Oriya 8 ଏହା ଦେଶ ମଧ୍ୟରେ ତାହାର, ଅର୍ଥାତ୍, ଇସ୍ରାଏଲ ମଧ୍ୟରେ ତାହାର ଅଧିକାରାର୍ଥେ ହେବ; ପୁଣି, ଆମ୍ଭର ଅଧିପତିମାନେ ଆମ୍ଭ ଲୋକମାନଙ୍କ ପ୍ରତି ଆଉ ଉପଦ୍ରବ କରିବେ ନାହିଁ; ମାତ୍ର ଇସ୍ରାଏଲ ବଂଶକୁ ସେମାନଙ୍କର ଗୋଷ୍ଠୀ ଅନୁସାରେ ଦେଶ ଦେବେ।
Zephaniah 3:9 in Oriya 9 ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା।
Zephaniah 3:13 in Oriya 13 ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।
Zechariah 8:3 in Oriya 3 ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।”
Zechariah 8:8 in Oriya 8 ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସତ୍ୟ ଓ ଧାର୍ମିକତାରେ ସେମାନଙ୍କର ପରମେଶ୍ୱର ହେବା।'”
Revelation 21:27 in Oriya 27 କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।