Isaiah 10:12 in Oriya 12 ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା।
Other Translations King James Version (KJV) Wherefore it shall come to pass, that when the Lord hath performed his whole work upon mount Zion and on Jerusalem, I will punish the fruit of the stout heart of the king of Assyria, and the glory of his high looks.
American Standard Version (ASV) Wherefore it shall come to pass, that, when the Lord hath performed his whole work upon mount Zion and on Jerusalem, I will punish the fruit of the stout heart of the king of Assyria, and the glory of his high looks.
Bible in Basic English (BBE) For this cause it will be that, when the purpose of the Lord against Mount Zion and Jerusalem is complete, I will send punishment on the pride of the heart of the king of Assyria, and on the glory of his uplifted eyes.
Darby English Bible (DBY) And it shall come to pass, when the Lord hath performed his whole work upon mount Zion and upon Jerusalem, I will punish the fruit of the stoutness of heart of the king of Assyria, and the glory of his high looks.
World English Bible (WEB) Therefore it shall happen that, when the Lord has performed his whole work on Mount Zion and on Jerusalem, I will punish the fruit of the stout heart of the king of Assyria, and the glory of his high looks.
Young's Literal Translation (YLT) And it hath come to pass, When the Lord doth fulfil all His work In mount Zion and in Jerusalem, I see concerning the fruit of the greatness Of the heart of the king of Asshur. And concerning the glory of the height of his eyes.
Cross Reference 2 Kings 19:31 in Oriya 31 କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ, ଓ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ। ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସିଦ୍ଧ କରିବ।
Job 40:11 in Oriya 11 ତୁମ୍ଭେ ଆପଣା ଉଚ୍ଛଳିତ କ୍ରୋଧ ଢାଳି ପକାଅ ଓ ପ୍ରତ୍ୟେକ ଅହଙ୍କାରୀକି ଅନାଇ ତାହାକୁ ନତ କର।
Psalm 18:27 in Oriya 27 କାରଣ ତୁମ୍ଭେ ଦୁଃଖୀଲୋକମାନଙ୍କୁ ତ୍ରାଣ କରିବ; ମାତ୍ର ଦାମ୍ଭିକ ଚକ୍ଷୁକୁ ତୁମ୍ଭେ ନତ କରିବ।
Psalm 21:10 in Oriya 10 ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳ ଓ ଲୋକମାନଙ୍କ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ।
Psalm 76:10 in Oriya 10 ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।
Proverbs 30:13 in Oriya 13 ଏକ ବଂଶ ଅଛି, ଆଃ, ସେମାନଙ୍କ ଦୃଷ୍ଟି କିପରି ଉଚ୍ଚ ! ସେମାନଙ୍କ ଚକ୍ଷୁର ପତା ଉତ୍ଥିତ ହୋଇଅଛି।
Isaiah 2:11 in Oriya 11 ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
Isaiah 5:15 in Oriya 15 ପୁଣି, ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ, ପୁଣି ଅହଙ୍କାରୀମାନଙ୍କର ଦୃଷ୍ଟି ନତ ହୁଏ;
Isaiah 9:9 in Oriya 9 ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି,
Isaiah 10:5 in Oriya 5 ହାୟ ଅଶୂର ! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।
Isaiah 10:16 in Oriya 16 ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ।
Isaiah 10:25 in Oriya 25 କାରଣ ଅତ୍ୟଳ୍ପ କାଳ ଉତ୍ତାରେ କ୍ରୋଧ ଓ ସେମାନଙ୍କ ବିନାଶରେ ଆମ୍ଭର କୋପ ସିଦ୍ଧ ହେବ।
Isaiah 14:24 in Oriya 24 ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, “ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେହିପରି ସ୍ଥିର ହେବ;
Isaiah 17:12 in Oriya 12 ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି !
Isaiah 27:9 in Oriya 9 ଏହେତୁ ଏହା ଦ୍ୱାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ ପ୍ରତିମାସବୁ ଆଉ ଉଠିବେ ନାହିଁ।
Isaiah 28:21 in Oriya 21 ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ।
Isaiah 29:7 in Oriya 7 ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକସମୂହ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍, ଯେଉଁମାନେ ତାହାର ଓ ତାହାର ଦୃଢ଼ ଦୁର୍ଗ ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ସଙ୍କଟାପନ୍ନ କରନ୍ତି, ସେସମସ୍ତେ ସ୍ୱପ୍ନ ତୁଲ୍ୟ, ରାତ୍ରିକାଳୀନ ଦର୍ଶନ ତୁଲ୍ୟ ହେବେ।
Isaiah 30:30 in Oriya 30 ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।
Isaiah 31:5 in Oriya 5 ଯେପରି ପକ୍ଷୀମାନେ ଉଡ଼ି ଉଡ଼ି ରକ୍ଷା କରନ୍ତି, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମକୁ ରକ୍ଷା କରିବେ; ସେ ତାହାକୁ ରକ୍ଷା କରି ଉଦ୍ଧାର କରିବେ, ସେ ତାହାକୁ ନିସ୍ତାର କରି ରକ୍ଷା କରିବେ।
Isaiah 37:36 in Oriya 36 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।
Isaiah 46:10 in Oriya 10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,”
Isaiah 50:11 in Oriya 11 ଅଗ୍ନି ଜ୍ୱଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ : ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋ' ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ।
Isaiah 65:7 in Oriya 7 ସଦାପ୍ରଭୁ କହନ୍ତି, “ପର୍ବତଗଣ ଉପରେ ଧୂପ ଜ୍ୱଳାଇ ଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପିତୃପୁରୁଷଗଣର ଅପରାଧସକଳର ପ୍ରତିଫଳ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା।”
Jeremiah 50:18 in Oriya 18 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ଅଶୂରର ରାଜାକୁ ଯେପରି ଦଣ୍ଡ ଦେଇ ଅଛୁ, ସେପରି ବାବିଲର ରାଜାକୁ ଓ ତାହାର ଦେଶକୁ ଆମ୍ଭେ ଦଣ୍ଡ ହେବା।
Ezekiel 31:10 in Oriya 10 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ସେ ବୃକ୍ଷ ଦୀର୍ଘତାରେ ଉଚ୍ଚୀକୃତ ହୋଇଅଛି ଓ ଗହଳିଆ ଡାଳସମୂହ ମଧ୍ୟରେ ସେ ଆପଣା ଶିଖର ରଖିଅଛି, ଆଉ ଆପଣାର ଉଚ୍ଚତାରେ ତାହାର ଅନ୍ତଃକରଣ ଗର୍ବିତ ହୋଇଅଛି,
Ezekiel 31:14 in Oriya 14 ଏହି ଅଭିପ୍ରାୟରେ ତାହାର ଭଗ୍ନାବଶିଷ୍ଟାଂଶ ଉପରେ ଆକାଶର ପକ୍ଷସକଳ ବାସ କରିବେ ଓ କ୍ଷେତ୍ରସ୍ଥ ପଶୁସକଳ ତାହାର ଶାଖାମାନଙ୍କ ଉପରେ ରହିବେ; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଗର୍ତ୍ତଗାମୀମାନଙ୍କ ସହିତ ସେମାନେ ସମସ୍ତେ ମୃତ୍ୟୁୁରେ ଅଧୋଭୁବନରେ ସମର୍ପିତ ହୋଇଅଛନ୍ତି।”
Daniel 4:37 in Oriya 37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।
Matthew 12:33 in Oriya 33 ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ ନ ହେଲେ ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ, କାରଣ ଫଳ ଦ୍ୱାରା ଗଛ ଚିହ୍ନାଯାଏ।
Matthew 15:19 in Oriya 19 କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ;
1 Peter 4:17 in Oriya 17 କାରଣ ଇଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଇଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କ'ଣ ନ ହେବ !