Isaiah 10:3 in Oriya 3 ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ ?
Other Translations King James Version (KJV) And what will ye do in the day of visitation, and in the desolation which shall come from far? to whom will ye flee for help? and where will ye leave your glory?
American Standard Version (ASV) And what will ye do in the day of visitation, and in the desolation which shall come from far? to whom will ye flee for help? and where will ye leave your glory?
Bible in Basic English (BBE) And what will you do in the day of punishment, and in the destruction which is coming from far? to whom will you go for help, and what will become of your glory?
Darby English Bible (DBY) And what will ye do in the day of visitation, and in the sudden destruction [which] shall come from far? To whom will ye flee for help, and where will ye leave your glory?
World English Bible (WEB) What will you do in the day of visitation, and in the desolation which shall come from far? to whom will you flee for help? and where will you leave your glory?
Young's Literal Translation (YLT) And what do ye at a day of inspection? And at desolation? -- from afar it cometh. Near whom do ye flee for help? And where do ye leave your honour?
Cross Reference Genesis 31:1 in Oriya 1 ପୁଣି, ଯାକୁବ ଆମ୍ଭମାନଙ୍କ ପିତାଙ୍କର ସର୍ବସ୍ୱ ହରଣ କରିଅଛି ଓ ଆମ୍ଭମାନଙ୍କ ପିତାଙ୍କର ଧନରୁ ତାହାର ଏହି ସମସ୍ତ ଐଶ୍ୱର୍ଯ୍ୟ ହୋଇଅଛି, ଲାବନର ପୁତ୍ରମାନଙ୍କର ଏହି କଥା ଯାକୁବ ଶୁଣିଲା।
Deuteronomy 28:49 in Oriya 49 ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;
2 Kings 7:6 in Oriya 6 କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ ଶବ୍ଦ ଓ ଅଶ୍ୱ ଶବ୍ଦ, ଅର୍ଥାତ୍, ମହାସୈନ୍ୟ ଶବ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, “ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସ୍ରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି।”
2 Kings 7:15 in Oriya 15 ତହୁଁ ସେମାନେ ଯର୍ଦ୍ଦନ ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗଲେ; ଆଉ ଦେଖ, ଅରାମୀୟମାନେ ତରତର ହୋଇ ଯାହା ପକାଇ ଦେଇ ଯାଇଥିଲେ, ଏପରି ବସ୍ତ୍ର ଓ ପାତ୍ରାଦିରେ ସମସ୍ତ ପଥ ପୂର୍ଣ୍ଣ ଥିଲା। ତେବେ ସେ ଦୂତମାନେ ଫେରି ଆସି ରାଜାଙ୍କୁ ସମ୍ବାଦ ଦେଲେ।
Job 31:14 in Oriya 14 ତେବେ ପରମେଶ୍ୱର ଉଠିଲେ, ମୁଁ କଅଣ କରିବି ? ଓ ସେ ବିଚାର କଲେ, ମୁଁ ତାହାଙ୍କୁ କି ଉତ୍ତର ଦେବି ?
Psalm 49:16 in Oriya 16 କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;
Proverbs 11:4 in Oriya 4 କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ।
Isaiah 2:20 in Oriya 20 ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;
Isaiah 5:14 in Oriya 14 ଏଥିପାଇଁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ, ସେମାନଙ୍କର ଲୋକସମୂହ, ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯା'ନ୍ତି।
Isaiah 5:26 in Oriya 26 ପୁଣି, ସେ ଦୂର ଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍ ଦେବେ, ପୁଣି, ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ;
Isaiah 20:6 in Oriya 6 ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ୱାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପରି ବଞ୍ଚିବା ?
Isaiah 26:21 in Oriya 21 କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।”
Isaiah 30:1 in Oriya 1 ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ” ମନ୍ତ୍ରଣା କରନ୍ତି, ମାତ୍ର “ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର !
Isaiah 30:16 in Oriya 16 ମାତ୍ର ତୁମ୍ଭେମାନେ କହିଲ, ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ; ଏଥିପାଇଁ ତୁମ୍ଭେମାନେ ପଳାତକ ହେବ; ଆଉ କହିଲ, ଆମ୍ଭେମାନେ ଦ୍ରୁତଗାମୀ ବାହନରେ ଚଢ଼ିବା; ଏଥିପାଇଁ ତୁମ୍ଭମାନଙ୍କ ପଶ୍ଚାତ୍ ଗୋଡ଼ାଇବା ଲୋକମାନେ ଦ୍ରୁତଗାମୀ ହେବେ।
Isaiah 30:27 in Oriya 27 ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ;
Isaiah 31:1 in Oriya 1 ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର !
Isaiah 33:14 in Oriya 14 ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତ କାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ ?
Isaiah 39:3 in Oriya 3 ସେତେବେଳେ ଯିଶାଇୟ ଭବିଷ୍ୟଦ୍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, “ଏହି ଲୋକମାନେ କଅଣ କହିଲେ ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ ?” ତହିଁରେ ହିଜକୀୟ କହିଲା, “ସେମାନେ ଦୂର ଦେଶ ବାବିଲରୁ ମୋ' ନିକଟକୁ ଆସିଅଛନ୍ତି।”
Isaiah 39:6 in Oriya 6 ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ା ଯିବ ନାହିଁ।
Jeremiah 5:31 in Oriya 31 ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ ?
Ezekiel 24:13 in Oriya 13 ତୁମ୍ଭର ଅଶୌଚର ଲମ୍ପଟତା ଅଛି; ଆମ୍ଭେ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ, ଏଥିପାଇଁ ତୁମ୍ଭ ଉପରେ ଆମ୍ଭେ ଆପଣା କୋପ ଶାନ୍ତ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ଅଶୌଚରୁ ଆଉ ଶୁଚୀକୃତ ନୋହିବ।
Hosea 5:13 in Oriya 13 ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ।
Hosea 9:7 in Oriya 7 ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍ବକ୍ତା ନିର୍ବୋଧ, ଆତ୍ମାପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।
Zephaniah 1:18 in Oriya 18 ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।
Luke 19:44 in Oriya 44 ପୁଣି, ତୋତେ ଓ ତୋ ମଧ୍ୟରେ ଥିବା ତୋ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋ ଉପରେ ଆସିବ।
1 Peter 2:12 in Oriya 12 ତୁମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଇଶ୍ବରଙ୍କ ଗୌରବ କରିବେ।
Revelation 6:15 in Oriya 15 ଆଉ ପୃଥିବୀର ରାଜାମାନେ, ପାତ୍ରମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧିନ ଓ ସ୍ୱାଧିନ ଲୋକ ସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ,