Isaiah 11:11 in Oriya 11 ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।
Other Translations King James Version (KJV) And it shall come to pass in that day, that the Lord shall set his hand again the second time to recover the remnant of his people, which shall be left, from Assyria, and from Egypt, and from Pathros, and from Cush, and from Elam, and from Shinar, and from Hamath, and from the islands of the sea.
American Standard Version (ASV) And it shall come to pass in that day, that the Lord will set his hand again the second time to recover the remnant of his people, that shall remain, from Assyria, and from Egypt, and from Pathros, and from Cush, and from Elam, and from Shinar, and from Hamath, and from the islands of the sea.
Bible in Basic English (BBE) And in that day the hand of the Lord will be stretched out the second time to get back the rest of his people, from Assyria, and from Egypt, and from Pathros, and from Cush, and from Elam, and from Shinar, and from Hamath, and from the sea-lands.
Darby English Bible (DBY) And it shall come to pass in that day, [that] the Lord shall set his hand again the second time to acquire the remnant of his people which shall be left, from Assyria, and from Egypt, and from Pathros, and from Cush, and from Elam, and from Shinar, and from Hamath, and from the islands of the sea.
World English Bible (WEB) It shall happen in that day, that the Lord will set his hand again the second time to recover the remnant of his people, who shall remain, from Assyria, and from Egypt, and from Pathros, and from Cush, and from Elam, and from Shinar, and from Hamath, and from the islands of the sea.
Young's Literal Translation (YLT) And it hath come to pass, in that day, The Lord addeth a second time his power, To get the remnant of His people that is left, From Asshur, and from Egypt, And from Pathros, and from Cush, And from Elam, and from Shinar, And from Hamath, and from isles of the sea,
Cross Reference Genesis 10:5 in Oriya 5 ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ୱ ସ୍ୱ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ।
Genesis 10:10 in Oriya 10 ପୁଣି, ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍ ଓ କଲନୀ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା।
Genesis 10:22 in Oriya 22 ଶେମର ଏହି ସବୁ ସନ୍ତାନ, ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୂଦ ଓ ଅରାମ୍।
Genesis 11:2 in Oriya 2 ଆଉ ଘଟଣା କ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ।
Genesis 14:1 in Oriya 1 ଏଥିଉତ୍ତାରେ ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ ରାଜା ଓ ଏଲମର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ,
Leviticus 26:40 in Oriya 40 ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ;
Deuteronomy 4:27 in Oriya 27 ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇ ଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ।
Deuteronomy 30:3 in Oriya 3 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ବନ୍ଦୀତ୍ୱ ଫେରାଇବେ, ତୁମ୍ଭକୁ କରୁଣା କରିବେ ଓ ଫେରି ଆସି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ।
Psalm 68:22 in Oriya 22 ପ୍ରଭୁ କହିଲେ, “ଆମ୍ଭେ ବାଶନ୍ରୁ ପୁନର୍ବାର ଆଣିବା, ଆମ୍ଭେ ସମୁଦ୍ରର ଗଭୀର ସ୍ଥଳରୁ ପୁନର୍ବାର ସେମାନଙ୍କୁ ଆଣିବା;
Isaiah 10:9 in Oriya 9 କଲ୍ନୋ କି କର୍କମୀଶ୍ର ତୁଲ୍ୟ ନୁହେଁ ? ହମାତ୍ କି ଅର୍ପଦର ତୁଲ୍ୟ ନୁହେଁ ? ଶମରୀୟା କି ଦାମାସ୍କସ୍ ତୁଲ୍ୟ ନୁହେଁ ?
Isaiah 10:20 in Oriya 20 ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ।
Isaiah 11:16 in Oriya 16 ପୁଣି, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଯେପରି ତାହା ନିମନ୍ତେ ହୋଇଥିଲା, ସେହିପରି ତାହାଙ୍କ ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ, ଅର୍ଥାତ୍, ଅଶୂର ଦେଶରୁ ଅବଶିଷ୍ଟାଂଶ ଲୋକମାନଙ୍କ ନିମନ୍ତେ ଏକ ରାଜପଥ ହେବ।
Isaiah 19:23 in Oriya 23 ସେହି ଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ।
Isaiah 24:15 in Oriya 15 ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ୱୀପସମୂହରେ ପ୍ରକାଶ କର।
Isaiah 27:12 in Oriya 12 ସେହି ଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ।
Isaiah 42:4 in Oriya 4 ସେ ପୃଥିବୀରେ ନ୍ୟାୟ ବିଚାର ସ୍ଥାପନ ନ କରିବା ପର୍ଯ୍ୟନ୍ତ ନିସ୍ତେଜ ଓ ହୀନସାହସ ହେବେ ନାହିଁ; ଆଉ, ଦ୍ୱୀପଗଣ ତାହାଙ୍କ ବ୍ୟବସ୍ଥାର ଅପେକ୍ଷାରେ ରହିବେ।
Isaiah 42:10 in Oriya 10 ହେ ସମୁଦ୍ରଗାମୀମାନେ ଓ ସମୁଦ୍ର ମଧ୍ୟସ୍ଥିତ ସମସ୍ତେ, ହେ ଦ୍ୱୀପଗଣ ଓ ତନ୍ନିବାସୀମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଓ ପୃଥିବୀର ପ୍ରାନ୍ତରୁ ତାହାଙ୍କର ପ୍ରଶଂସା ଗାନ କର।
Isaiah 42:12 in Oriya 12 ସେମାନେ ସଦାପ୍ରଭୁଙ୍କୁ ଗୌରବ ଦେଉନ୍ତୁ ଓ ଦ୍ୱୀପସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା ପ୍ରଚାର କରନ୍ତୁ।
Isaiah 45:14 in Oriya 14 ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।”
Isaiah 60:1 in Oriya 1 ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।
Isaiah 66:19 in Oriya 19 ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ୍, ପୁଲ ଓ ଲୂଦ, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।”
Jeremiah 23:7 in Oriya 7 ଏଣୁକରି ସଦାପ୍ରଭୁ କହନ୍ତି, “ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;
Jeremiah 25:25 in Oriya 25 ଆଉ, ସିମ୍ରୀର ସମସ୍ତ ରାଜାଙ୍କୁ, ଏଲମର ସମସ୍ତ ରାଜାଙ୍କୁ ଓ ମାଦୀୟମାନଙ୍କର ସମସ୍ତ ରାଜାଙ୍କୁ;
Jeremiah 30:8 in Oriya 8 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ।
Jeremiah 31:10 in Oriya 10 ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ଦୂରସ୍ଥ ଦ୍ୱୀପସମୂହରେ ତାହା ପ୍ରଚାର କରି କୁହ, “ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ, ଆଉ ପାଳକ ଯେପରି ଆପଣା ପଲ ରକ୍ଷା କରେ, ସେପରି ସେ ତାହାକୁ ରକ୍ଷା କରିବେ।”
Jeremiah 31:36 in Oriya 36 “ଯଦି ଏହି ସକଳ ବିଧାନ ଆମ୍ଭ ସମ୍ମୁଖରୁ ବିଚଳିତ ହୁଏ, ତେବେ ଇସ୍ରାଏଲ ବଂଶ ହିଁ ଆମ୍ଭ ସମ୍ମୁଖରେ ସଦାକାଳ ଏକ ଗୋଷ୍ଠୀ ହୋଇ ରହିବା ପାଇଁ ନିବୃତ୍ତ ହେବେ,” ଏହା ପ୍ରଭୁ କହନ୍ତି।
Jeremiah 33:24 in Oriya 24 “ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।' ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।”
Jeremiah 44:1 in Oriya 1 ଯେଉଁ ଯିହୁଦୀୟମାନେ ମିସର ଦେଶରେ ବାସ କଲେ, ଯେଉଁମାନେ ମିଗଦୋଲରେ ଓ ତଫନ୍ହେଷରରେ ଓ ନୋଫରେ ଓ ପଥ୍ରୋଷ ପ୍ରଦେଶରେ ବାସ କଲେ, ସେସମସ୍ତଙ୍କ ବିଷୟରେ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତାହା ଏହି, ଯଥା,
Jeremiah 49:23 in Oriya 23 ଦମ୍ମେସକର ବିଷୟ। “ହମାତ୍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍ବେଗ ଦେଖା ଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ।
Ezekiel 11:16 in Oriya 16 ଏହେତୁ ତୁମ୍ଭେ କୁହ, ସଦାପ୍ରଭୁ ଏହି କଥା କହନ୍ତି; “ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀଗଣ ମଧ୍ୟକୁ ଦୂରୀକୃତ କରିଅଛୁ ଓ ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଦେଶ ମଧ୍ୟରେ ଛିନ୍ନଭିନ୍ନ କରିଅଛୁ, ତଥାପି ସେମାନେ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହିସବୁ ଦେଶରେ ଆମ୍ଭେ ଅଳ୍ପ କାଳ ନିମନ୍ତେ ସେମାନଙ୍କର ଧର୍ମଧାମ ହେବା।
Ezekiel 27:6 in Oriya 6 ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀ ଦନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।
Ezekiel 30:14 in Oriya 14 ପୁଣି, ଆମ୍ଭେ ପଥ୍ରୋଷକୁ ଧ୍ୱଂସ କରିବା ଓ ସୋୟନରେ ଅଗ୍ନି ଲଗାଇବା, ଆଉ ନୋ-ନଗରରେ ଦଣ୍ଡାଜ୍ଞା ସଫଳ କରିବା।
Ezekiel 34:23 in Oriya 23 ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।
Ezekiel 36:24 in Oriya 24 କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା।
Ezekiel 37:1 in Oriya 1 ସଦାପ୍ରଭୁଙ୍କ ହସ୍ତ ମୋ' ଉପରେ ଅଧିଷ୍ଠିତ ହେଲା ଓ ସେ ତାହାଙ୍କ ଆତ୍ମାରେ ମୋତେ ବାହାରକୁ ନେଇଯାଇ ଉପତ୍ୟକାର ମଧ୍ୟସ୍ଥଳୀରେ ବସାଇଲେ; ଆଉ, ତାହା ଅସ୍ଥିରେ ପରିପୂର୍ଣ୍ଣ ଥିଲା।
Daniel 8:2 in Oriya 2 ପୁଣି, ମୁଁ ଦର୍ଶନ କ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ ପ୍ରଦେଶସ୍ଥ ଶୂଶନ ରାଜଗୃହରେ ଅଛି; ଆଉ, ସେହି ଦର୍ଶନରେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି।
Daniel 11:18 in Oriya 18 ଏଥିଉତ୍ତାରେ ସେ ଦ୍ୱୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ।
Hosea 1:11 in Oriya 11 ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ।
Hosea 3:4 in Oriya 4 କାରଣ ଇସ୍ରାଏଲ ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;
Hosea 11:11 in Oriya 11 ସେମାନେ ପକ୍ଷୀ ପରି ମିସରରୁ ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ; ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
Joel 3:1 in Oriya 1 କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ, ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,
Amos 9:14 in Oriya 14 ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃ ନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
Micah 7:12 in Oriya 12 ସେଦିନ ତୁମ୍ଭ ନିକଟକୁ ଲୋକମାନେ ଆସିବେ, ଅଶୂରରୁ ଓ ମିସରର ନଗରସମୂହରୁ ଓ ମିସରଠାରୁ ନଦୀ ପର୍ଯ୍ୟନ୍ତ ଓ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଯାବତୀୟ ପର୍ବତରୁ ଆସିବେ।
Micah 7:14 in Oriya 14 ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍, ଏକାକୀ ବାସକାରୀ ଆପଣା ପୈତୃକାଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବ କାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।
Zephaniah 2:11 in Oriya 11 ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଅପାଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।
Zechariah 5:11 in Oriya 11 ଏଥିରେ ସେ ମୋତେ କହିଲେ, “ଶିନୀୟର ଦେଶରେ ସେହି ପାତ୍ର ପାଇଁ ଏକ ମନ୍ଦିର ନିର୍ମାଣ କରିବାକୁ; ପୁଣି, ତାହା ପ୍ରସ୍ତୁତ ହେଲେ ସେଠାରେ ସେହି ପାତ୍ର ଆପଣା ସ୍ଥାନରେ ସ୍ଥାପନ କରାଯିବ।”
Zechariah 9:2 in Oriya 2 ପୁଣି, ତହିଁର ପାର୍ଶ୍ୱସ୍ଥିତ ହମାତ୍ ଓ ସୋର ଓ ସୀଦୋନ ଅତି ଜ୍ଞାନି ହେବାରୁ ତହିଁର ବିଶ୍ରାମ-ସ୍ଥାନ ହେବ।
Zechariah 10:8 in Oriya 8 ଆମ୍ଭେ ସେମାନଙ୍କ ପାଇଁ ଶୀଷ୍ ଶବ୍ଦ କରି ସେମାନଙ୍କୁ ଏକତ୍ର କରିବା; କାରଣ ଆମ୍ଭେ ସେମାନଙ୍କୁ ମୁକ୍ତ କରିବା ଓ ସେମାନେ ଯେପରି ବହୁବଂଶ ହୋଇଥିଲେ, ସେପରି ବହୁବଂଶ ହେବେ।
Zechariah 12:1 in Oriya 1 ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ। ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି।
Romans 11:15 in Oriya 15 କାରଣ ଯଦି ସେମାନଙ୍କର ଦୂରୀକରଣ ଦ୍ୱାରା ଜଗତର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ୱାରା କ'ଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ ?
Romans 11:26 in Oriya 26 ଆଉ, ଏହି ପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖା ଅଛି, “ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ।”
2 Corinthians 3:16 in Oriya 16 କିନ୍ତୁ ପ୍ରଭୁଙ୍କ ପ୍ରତି ଫେରିଲେ ସେହି ଆବରଣ ଅପସାରିତ ହୁଏ।