Isaiah 11:2 in Oriya 2 ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;
Other Translations King James Version (KJV) And the spirit of the LORD shall rest upon him, the spirit of wisdom and understanding, the spirit of counsel and might, the spirit of knowledge and of the fear of the LORD;
American Standard Version (ASV) And the Spirit of Jehovah shall rest upon him, the spirit of wisdom and understanding, the spirit of counsel and might, the spirit of knowledge and of the fear of Jehovah.
Bible in Basic English (BBE) And the spirit of the Lord will be resting on him, the spirit of wisdom and good sense, the spirit of wise guiding and strength, the spirit of knowledge and of the fear of the Lord;
Darby English Bible (DBY) and the Spirit of Jehovah shall rest upon him, the spirit of wisdom and understanding, the spirit of counsel and might, the spirit of knowledge and of the fear of Jehovah.
World English Bible (WEB) The Spirit of Yahweh shall rest on him, the spirit of wisdom and understanding, the spirit of counsel and might, the spirit of knowledge and of the fear of Yahweh.
Young's Literal Translation (YLT) Rested on him hath the Spirit of Jehovah, The spirit of wisdom and understanding, The spirit of counsel and might, The spirit of knowledge and fear of Jehovah.
Cross Reference Numbers 11:25 in Oriya 25 ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ୍ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ।
Deuteronomy 34:9 in Oriya 9 ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ।
Isaiah 42:1 in Oriya 1 ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ।
Isaiah 48:16 in Oriya 16 ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁ; ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ; ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି।
Isaiah 59:21 in Oriya 21 ନିଜ ବିଷୟରେ ସଦାପ୍ରଭୁ କହନ୍ତି, “ସେମାନଙ୍କ ସହିତ ଆମ୍ଭର ନିୟମ ଏହି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭର ଯେସକଳ ବାକ୍ୟ ଆମ୍ଭେ ତୁମ୍ଭ ମୁଖରେ ରଖିଅଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭ ବଂଶୋତ୍ପନ୍ନ ବଂଶର ମୁଖରୁ ଆଜିଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ,” ଏହା ସଦାପ୍ରଭୁ କହନ୍ତି।
Isaiah 61:1 in Oriya 1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
Matthew 3:16 in Oriya 16 ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଇଶ୍ବରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ।
John 1:32 in Oriya 32 ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ।
John 3:34 in Oriya 34 କାରଣ ଈଶ୍ୱର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଇଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ଆତ୍ମା ପ୍ରଦାନ କରନ୍ତି ନାହିଁ।
John 14:17 in Oriya 17 ଅର୍ଥାତ୍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ। ଜଗତ ତାହାଙ୍କୁ ଗ୍ରହଣ କରି ପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ।
John 15:26 in Oriya 26 ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋ' ବିଷୟରେ ସାକ୍ଷ୍ୟ ଦେବେ;
John 16:13 in Oriya 13 କିନ୍ତୁ ସେ, ଅର୍ଥାତ୍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହି ସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ।
Acts 10:38 in Oriya 38 ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ।
1 Corinthians 1:30 in Oriya 30 କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ୱରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ୱରୂପ ହୋଇଅଛନ୍ତି।
Ephesians 1:17 in Oriya 17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ୱର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;
Colossians 1:8 in Oriya 8 ସେ ମଧ୍ୟ ଆତ୍ମାରେ ତୁମ୍ଭମାନଙ୍କ ପ୍ରେମ ବିଷୟ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।
Colossians 2:2 in Oriya 2 ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍ ଇଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି।
2 Timothy 1:7 in Oriya 7 କାରଣ ଈଶ୍ୱର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାଁନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।
James 3:17 in Oriya 17 କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।