Isaiah 11:9 in Oriya 9 ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।
Other Translations King James Version (KJV) They shall not hurt nor destroy in all my holy mountain: for the earth shall be full of the knowledge of the LORD, as the waters cover the sea.
American Standard Version (ASV) They shall not hurt nor destroy in all my holy mountain; for the earth shall be full of the knowledge of Jehovah, as the waters cover the sea.
Bible in Basic English (BBE) There will be no cause of pain or destruction in all my holy mountain: for the earth will be full of the knowledge of the Lord as the sea is covered by the waters.
Darby English Bible (DBY) They shall not hurt nor destroy in all my holy mountain; for the earth shall be full of the knowledge of Jehovah, as the waters cover the sea.
World English Bible (WEB) They shall not hurt nor destroy in all my holy mountain; for the earth shall be full of the knowledge of Yahweh, as the waters cover the sea.
Young's Literal Translation (YLT) Evil they do not, nor destroy in all My holy mountain, For full hath been the earth with the knowledge of Jehovah, As the waters are covering the sea.
Cross Reference Job 5:23 in Oriya 23 କାରଣ ପଦାର ପଥର ସଙ୍ଗେ ତୁମ୍ଭର ଚୁକ୍ତି ହେବ ଓ ପଦାର ପଶୁଗଣ ତୁମ୍ଭ ସଙ୍ଗେ ଶାନ୍ତିରେ ରହିବେ।
Psalm 22:27 in Oriya 27 ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।
Psalm 72:19 in Oriya 19 ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍, ଆମେନ୍।
Psalm 98:2 in Oriya 2 ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି।
Isaiah 2:4 in Oriya 4 ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ଼୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ଼୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।
Isaiah 11:13 in Oriya 13 ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ।
Isaiah 30:26 in Oriya 26 ଆହୁରି, ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର ଆଘାତ ସ୍ଥାନ ବାନ୍ଧିବେ ଓ ପ୍ରହାରଜାତ ସେମାନଙ୍କ କ୍ଷତ ସୁସ୍ଥ କରିବେ, ସେହି ଦିନରେ ଚନ୍ଦ୍ରମାର ଦୀପ୍ତି ସୂର୍ଯ୍ୟର ଦୀପ୍ତି ତୁଲ୍ୟ ହେବ, ଆଉ ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତି ତୁଲ୍ୟ ସପ୍ତଗୁଣ ହେବ।
Isaiah 35:9 in Oriya 9 ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ;
Isaiah 45:6 in Oriya 6 ତହିଁରେ ଆମ୍ଭ ଛଡ଼ା ଯେ ଆଉ କେହି ନାହିଁ, ଏହା ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ଲୋକେ ଜାଣିବେ; ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।
Isaiah 49:6 in Oriya 6 ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”
Isaiah 52:10 in Oriya 10 ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।
Isaiah 59:19 in Oriya 19 ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଚାଳିତ ପ୍ରବଳ ସ୍ରୋତପରି ଶତ୍ରୁ ମାଡ଼ି ଆସିବ।
Isaiah 60:1 in Oriya 1 ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।
Micah 4:2 in Oriya 2 ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, ତୁମ୍ଭେମାନେ ଆସ, ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଆମ୍ଭେମାନେ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା। କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।
Habakkuk 2:14 in Oriya 14 କାରଣ ଜଳରାଶି ଯେପରି ସମୁଦ୍ରକୁ ଆବୃତ କରେ, ସେହିପରି ସଦାପ୍ରଭୁଙ୍କ ମହିମା ବିଷୟକ ଜ୍ଞାନରେ ପୃଥିବୀ ପରିପୂର୍ଣ୍ଣ ହେବ।
Zechariah 14:9 in Oriya 9 ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେହି ଦିନ ସଦାପ୍ରଭୁ ଅଦ୍ୱିତୀୟ ହେବେ ଓ ତାହାଙ୍କର ନାମ ଅଦ୍ୱିତୀୟ ହେବ।
Matthew 5:44 in Oriya 44 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,
Acts 2:41 in Oriya 41 ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।
Acts 4:29 in Oriya 29 ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ,
Romans 11:25 in Oriya 25 କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;
Romans 12:17 in Oriya 17 ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହି ସବୁ ଚିନ୍ତା କର;
Galatians 5:22 in Oriya 22 କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁୁତା, ପରୋପକାରିତା,
Philippians 2:14 in Oriya 14 ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର,
1 Thessalonians 5:15 in Oriya 15 ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ।
Revelation 20:2 in Oriya 2 ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,
Revelation 21:27 in Oriya 27 କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।