Isaiah 12:2 in Oriya 2 ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”
Other Translations King James Version (KJV) Behold, God is my salvation; I will trust, and not be afraid: for the LORD JEHOVAH is my strength and my song; he also is become my salvation.
American Standard Version (ASV) Behold, God is my salvation; I will trust, and will not be afraid; for Jehovah, `even' Jehovah, is my strength and song; and he is become my salvation.
Bible in Basic English (BBE) See, God is my salvation; I will have faith in the Lord, without fear: for the Lord Jah is my strength and song; and he has become my salvation.
Darby English Bible (DBY) Behold, ùGod is my salvation: I will trust, and not be afraid; for Jah, Jehovah, is my strength and song, and he is become my salvation.
World English Bible (WEB) Behold, God is my salvation. I will trust, and will not be afraid; for Yah, Yahweh, is my strength and song; and he has become my salvation."
Young's Literal Translation (YLT) Lo, God `is' my salvation, I trust, and fear not, For my strength and song `is' Jah Jehovah, And He is to me for salvation.
Cross Reference Exodus 15:2 in Oriya 2 ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।
Psalm 27:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି ? ସଦାପ୍ରଭୁ ମୋ' ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି ?
Psalm 83:18 in Oriya 18 ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।
Psalm 118:14 in Oriya 14 ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।
Isaiah 7:14 in Oriya 14 ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Isaiah 26:3 in Oriya 3 ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।
Isaiah 32:2 in Oriya 2 ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।
Isaiah 45:17 in Oriya 17 ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।
Isaiah 45:22 in Oriya 22 ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।
Isaiah 62:11 in Oriya 11 ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, “ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି, ଦେଖ, ତାହାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି।”
Jeremiah 3:23 in Oriya 23 ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।
Jeremiah 23:6 in Oriya 6 ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।”
Hosea 1:7 in Oriya 7 ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।”
Jonah 2:9 in Oriya 9 ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି; ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।”
Matthew 1:21 in Oriya 21 ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”
Luke 2:30 in Oriya 30 କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି,
Romans 1:16 in Oriya 16 କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଇଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୂଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍ ପକ୍ଷରେ।
1 Timothy 3:16 in Oriya 16 ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ।
Revelation 7:10 in Oriya 10 ସେମାନେ ଉଚ୍ଚସ୍ୱରରେ କହୁଅଛନ୍ତି, ପରିତ୍ରାଣ, ସିଂହାସନ ଉପବିଷ୍ଟ ଆମ୍ଭମାନଙ୍କ ଈଶ୍ୱରଙ୍କର ଓ ମେଷଶାବକଙ୍କର କାର୍ଯ୍ୟ।