Isaiah 12:4 in Oriya 4 ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର।
Other Translations King James Version (KJV) And in that day shall ye say, Praise the LORD, call upon his name, declare his doings among the people, make mention that his name is exalted.
American Standard Version (ASV) And in that day shall ye say, Give thanks unto Jehovah, call upon his name, declare his doings among the peoples, make mention that his name is exalted.
Bible in Basic English (BBE) And in that day you will say, Give praise to the Lord, let his name be honoured, give word of his doings among the peoples, say that his name is lifted up.
Darby English Bible (DBY) And in that day shall ye say, Give ye thanks to Jehovah, call upon his name, declare his deeds among the peoples, make mention that his name is exalted.
World English Bible (WEB) In that day you will say, "Give thanks to Yahweh! Call on his name. Declare his doings among the peoples. Proclaim that his name is exalted!
Young's Literal Translation (YLT) And ye have said in that day, Give ye praise to Jehovah, call in His name. Make known among the peoples His acts. Make mention that set on high is His name.
Cross Reference Exodus 15:2 in Oriya 2 ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।
Exodus 33:19 in Oriya 19 ସେ ଉତ୍ତର କଲେ, “ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା।”
Exodus 34:5 in Oriya 5 ତେବେ ସଦାପ୍ରଭୁ ମେଘରେ ଅବରୋହଣ କରି ସେ ସ୍ଥାନରେ ତାଙ୍କ ସହିତ ଠିଆ ହୋଇ ସଦାପ୍ରଭୁଙ୍କ ନାମ ଘୋଷଣା କଲେ।
1 Chronicles 16:8 in Oriya 8 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
1 Chronicles 29:11 in Oriya 11 ହେ ସଦାପ୍ରଭୁ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୁ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।
Nehemiah 9:5 in Oriya 5 ଯେଶୂୟ ଓ କଦ୍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦି କାଳରୁ ଅନନ୍ତ କାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।
Psalm 9:11 in Oriya 11 ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର।
Psalm 18:46 in Oriya 46 ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।
Psalm 21:13 in Oriya 13 ହେ ସଦାପ୍ରଭୁ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା।
Psalm 22:31 in Oriya 31 ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, ସେ ଏହା ସାଧନ କରିଅଛନ୍ତି।
Psalm 34:3 in Oriya 3 ଆହେ, ମୋ' ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ।
Psalm 40:5 in Oriya 5 ହେ ସଦାପ୍ରଭୁ, ମୋ' ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟ କର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଙ୍କଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ।
Psalm 46:10 in Oriya 10 କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।
Psalm 57:5 in Oriya 5 ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।
Psalm 71:16 in Oriya 16 ମୁଁ ପ୍ରଭୁ, ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି। ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି।
Psalm 73:28 in Oriya 28 ମାତ୍ର ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାର ମୋହର ମଙ୍ଗଳ; ମୁଁ ତୁମ୍ଭର ସକଳ କର୍ମ ବର୍ଣ୍ଣନା କରିବା ପାଇଁ ପ୍ରଭୁ ସଦାପ୍ରଭୁଙ୍କୁ ଆପଣାର ଆଶ୍ରୟ ସ୍ୱରୂପ କରିଅଛି।
Psalm 96:3 in Oriya 3 ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର।
Psalm 97:9 in Oriya 9 କାରଣ ହେ ସଦାପ୍ରଭୁ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ।
Psalm 105:1 in Oriya 1 ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
Psalm 106:47 in Oriya 47 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର।
Psalm 107:22 in Oriya 22 ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ ଓ ଗାନ କରି ତାହାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।
Psalm 113:1 in Oriya 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
Psalm 113:5 in Oriya 5 ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି,
Psalm 117:1 in Oriya 1 ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର।
Psalm 145:4 in Oriya 4 ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ।
Isaiah 2:11 in Oriya 11 ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
Isaiah 2:17 in Oriya 17 ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
Isaiah 12:1 in Oriya 1 ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।
Isaiah 24:15 in Oriya 15 ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ୱୀପସମୂହରେ ପ୍ରକାଶ କର।
Isaiah 25:1 in Oriya 1 ହେ ସଦାପ୍ରଭୁ, ତୁମ୍ଭେ ମୋହର ପରମେଶ୍ୱର; ମୁଁ ତୁମ୍ଭର ଗୌରବ କରିବି, ମୁଁ ତୁମ୍ଭ ନାମର ପ୍ରଶଂସା କରିବି; କାରଣ ତୁମ୍ଭେ ଆଶ୍ଚର୍ଯ୍ୟକ୍ରିୟା, ଅର୍ଥାତ୍, ପୁରାତନ କାଳର ମନ୍ତ୍ରଣାସବୁ ବିଶ୍ୱସ୍ତତାରେ ଓ ସତ୍ୟରେ ସାଧନ କରିଅଛ।
Isaiah 33:5 in Oriya 5 ସଦାପ୍ରଭୁ ଉନ୍ନତ; କାରଣ ସେ ଉର୍ଦ୍ଧ୍ୱଲୋକରେ ବାସ କରନ୍ତି; ସେ ସିୟୋନକୁ ନ୍ୟାୟ ବିଚାର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି।
Isaiah 66:19 in Oriya 19 ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ୍, ପୁଲ ଓ ଲୂଦ, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।”
Jeremiah 50:2 in Oriya 2 “ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ‘ବାବିଲ ହସ୍ତଗତ ହେଲା, ବେଲ ଲଜ୍ଜିତ ହେଲା, ମରୋଦକ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।'
Jeremiah 51:9 in Oriya 9 ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି।
John 17:26 in Oriya 26 ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି।
Philippians 2:9 in Oriya 9 ଏହି କାରଣରୁ ଈଶ୍ୱର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି,