Isaiah 14:4 in Oriya 4 ସେହି ଦିନ ତୁମ୍ଭେ ବାବିଲ ରାଜ ବିରୁଦ୍ଧରେ ଏହି ଦୃଷ୍ଟାନ୍ତ କଥା ନେଇ କହିବ, ଯଥା, ଉପଦ୍ରବକାରୀ କିପରି ଶେଷ ହୋଇଅଛି ! ସୁବର୍ଣ୍ଣ ନଗରୀ କିପରି ଶେଷ ହୋଇଅଛି !
Other Translations King James Version (KJV) That thou shalt take up this proverb against the king of Babylon, and say, How hath the oppressor ceased! the golden city ceased!
American Standard Version (ASV) that thou shalt take up this parable against the king of Babylon, and say, How hath the oppressor ceased! the golden city ceased!
Bible in Basic English (BBE) That you will take up this bitter song against the king of Babylon, and say, How has the cruel overseer come to an end! He who was lifted up in pride is cut off;
Darby English Bible (DBY) that thou shalt take up this proverb against the king of Babylon, and say, How hath the oppressor ceased, -- the exactress of gold ceased!
World English Bible (WEB) that you shall take up this parable against the king of Babylon, and say, How has the oppressor ceased! the golden city ceased!
Young's Literal Translation (YLT) That thou hast taken up this simile Concerning the king of Babylon, and said, How hath the exactor ceased,
Cross Reference 2 Chronicles 36:18 in Oriya 18 ଆଉ, ପରମେଶ୍ୱରଙ୍କ ଗୃହର ବଡ଼ ସାନ ସମସ୍ତ ପାତ୍ର ଓ ସଦାପ୍ରଭୁଙ୍କ ଗୃହର ଧନ, ପୁଣି ରାଜାଙ୍କର ଓ ତାଙ୍କ ଅଧିପତିମାନଙ୍କ ଧନ, ଏହିସବୁ ବାବିଲକୁ ନେଇଗଲା।
Isaiah 9:4 in Oriya 4 କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ।
Isaiah 13:19 in Oriya 19 ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ, ତାହା ପରମେଶ୍ୱରଙ୍କ ଦ୍ୱାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ।
Isaiah 14:6 in Oriya 6 ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତାମାନଙ୍କ ରାଜଦଣ୍ଡ ଭାଙ୍ଗି ପକାଇ ଅଛନ୍ତି।
Isaiah 14:17 in Oriya 17 ଯେ ଜଗତକୁ ଅରଣ୍ୟ ତୁଲ୍ୟ କଲା ଓ ତହିଁର ନଗରସମୂହକୁ ଉତ୍ପାଟନ କଲା; ଯେ ଆପଣା ବନ୍ଦୀଗଣକୁ ସେମାନଙ୍କ ଗୃହକୁ ଯିବାକୁ ଛାଡ଼ିଲା ନାହିଁ, ସେ କି ଏହି ପୁରୁଷ ?
Isaiah 45:2 in Oriya 2 “ଆମ୍ଭେ ତୁମ୍ଭର ଆଗେ ଆଗେ ଗମନ କରିବା, ରଗଡ଼ା ସ୍ଥାନ ସବୁ ସମାନ କରିବା; ଆମ୍ଭେ ପିତ୍ତଳର କବାଟସବୁ ଭାଙ୍ଗି ଖଣ୍ଡ ଖଣ୍ଡ କରିବା ଓ ଲୌହ ଅର୍ଗଳସବୁ କାଟି ପକାଇବା;
Isaiah 47:5 in Oriya 5 ଆଗୋ କଲ୍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ।
Isaiah 49:26 in Oriya 26 ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ।”
Isaiah 51:23 in Oriya 23 ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା : ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।”
Jeremiah 24:9 in Oriya 9 ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।
Jeremiah 25:9 in Oriya 9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।
Jeremiah 27:6 in Oriya 6 ପୁଣି, ସମ୍ପ୍ରତି ଆମ୍ଭେ ଏହିସବୁ ଦେଶ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଦେଇଅଛୁ ଓ ତାହାର ସେବା କରିବା ନିମନ୍ତେ କ୍ଷେତ୍ରସ୍ଥ ପଶୁମାନଙ୍କୁ ହିଁ ତାହାକୁ ଦେଇଅଛୁ।
Jeremiah 50:22 in Oriya 22 ଦେଶରେ ସଂଗ୍ରାମର ଓ ମହାବିନାଶର ଶବ୍ଦ ହେଉଅଛି।
Jeremiah 51:20 in Oriya 20 ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା;
Jeremiah 51:34 in Oriya 34 ‘ବାବିଲର ରାଜା ନବୂଖଦ୍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ୱରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରି ଦେଇଅଛି।'
Lamentations 4:1 in Oriya 1 ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି ! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି ! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି।
Ezekiel 5:15 in Oriya 15 ଏହିରୂପେ ଯେତେବେଳେ ଆମ୍ଭେ କ୍ରୋଧରେ, କୋପରେ ଓ କୋପଯୁକ୍ତ ଭର୍ତ୍ସନାରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା, ସେତେବେଳେ ତୁମ୍ଭ ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ନିକଟରେ ତାହା ନିନ୍ଦାର, ଉପହାସର, ଶିକ୍ଷାର ଓ ଆଶ୍ଚର୍ଯ୍ୟର ବିଷୟ ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ;
Daniel 2:38 in Oriya 38 ଆଉ, ଯେକୌଣସି ସ୍ଥାନରେ ମନୁଷ୍ୟସନ୍ତାନଗଣ ବାସ କରନ୍ତି, ସେହି ସ୍ଥାନର ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣକୁ ସେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ଓ ସେହି ସକଳର ଉପରେ ଆପଣଙ୍କୁ କର୍ତ୍ତୃତ୍ୱ ଦେଇଅଛନ୍ତି; ଆପଣ ହିଁ ସେହି ସୁବର୍ଣ୍ଣମୟ ମସ୍ତକ ଅଟନ୍ତି।
Daniel 7:19 in Oriya 19 ସେତେବେଳେ ଯେଉଁ ଚତୁର୍ଥ ପଶୁ, ଯେ ଅନ୍ୟ ସକଳରୁ ଭିନ୍ନ, ଅତି ଭୟାନକ, ଯାହାର ଦନ୍ତ ଲୌହମୟ ଓ ନଖସବୁ ପିତ୍ତଳମୟ ଥିଲା, ଯେ ଗ୍ରାସ କଲା, ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟସବୁକୁ ପଦ ତଳେ ଦଳିତ କଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି;
Habakkuk 1:2 in Oriya 2 ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ ? ମୁଁ ଦୌରାତ୍ମ୍ୟ ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ।
Habakkuk 2:6 in Oriya 6 ସେମାନେ ସମସ୍ତେ କି ତାହା ବିରୁଦ୍ଧରେ ଉପମା-କଥା ଓ ପରିହାସଜନକ ପ୍ରବାଦ ଧରି କହିବେ ନାହିଁ ? ଯଥା, ପର ଧନରେ ଯେ ଆପଣାକୁ ବର୍ଦ୍ଧିଷ୍ଣୁ କରେ, ସେ ସନ୍ତାପର ପାତ୍ର ! କେତେ କାଳ ? ବନ୍ଧକି ଦ୍ରବ୍ୟରେ ଯେ ଆପଣାକୁ ଭାରଗ୍ରସ୍ତ କରେ, ସେ ସନ୍ତାପର ପାତ୍ର !
Habakkuk 2:17 in Oriya 17 କାରଣ ମନୁଷ୍ୟମାନଙ୍କର ରକ୍ତପାତ ଓ ଦେଶ ପ୍ରତି, ନଗର ପ୍ରତି ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଲିବାନୋନର ପ୍ରତି କୃତ ଦୌରାତ୍ମ୍ୟ ଓ ପଶୁଗଣର ତ୍ରାସଜନକ ସଂହାର ତୁମ୍ଭକୁ ଆଚ୍ଛନ୍ନ କରିବ।
Revelation 13:15 in Oriya 15 ପଶୁର ପ୍ରତିମା ଯେପରି କଥା କହିପାରେ ଓ ସେହି ପ୍ରତିମାକୁ ପ୍ରଣାମ କରୁ ନ ଥିବା ଲୋକମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା।
Revelation 16:5 in Oriya 5 ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, ହେ ବର୍ତ୍ତମାନ ଓ ଅତୀତ, ପୁଣି, ପବିତ୍ର ଯେ ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛି;
Revelation 17:6 in Oriya 6 ମୁଁ ସେହି ସ୍ତ୍ରୀଲୋକକୁ ସାଧୂମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି।
Revelation 18:5 in Oriya 5 କାରଣ ତାହାର ପାପରାଶୀ ସ୍ଵର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ୱର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି।
Revelation 18:16 in Oriya 16 ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ। ତାହା ସୂକ୍ଷ୍ମ ବସ୍ତ୍ର, ବାଇଗଣୀ ରଙ୍ଗର ଓ ସିନ୍ଦୁରବର୍ଣ୍ଣ ବସ୍ତ୍ର ପରିହିତା ଥିଲା, ପୁଣି, ସୁବର୍ଣ୍ଣ, ମଣି ଓ ମୁକ୍ତାରେ ଭୂଷିତା ଥିଲା।
Revelation 18:20 in Oriya 20 ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, ଈଶ୍ୱର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଛନ୍ତି।